ଆନ୍ଧ୍ରପଦେଶ: ଆନ୍ଧ୍ରପ୍ରଦେଶର କୁଡାପ୍ପା-ରାୟଚୋଟି ଜାତୀୟ ରାଜପଥର ଗୁଭାଲଚେରୁଭୁ ଘାଟ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଅନ୍ତିମ ସଂସ୍କାର ସାରି କାରରେ ଫେରୁଥିବାବେଳେ କଣ୍ଟେନର ଟ୍ରକ୍ ସହ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ହିଁ ୫ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, କୁଡାପ୍ପା ଠାରୁ ଗୁଭାଲଚେରୁଭୁକୁ ଯାଉଥିବା ଏକ କାର ସହିତ ଏକ କଣ୍ଟେନର ଟ୍ରକ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ। ଦୁର୍ଘଟଣାରେ କାରରେ ଥିବା ଚାରି ଜଣ ଏବଂ କଣ୍ଟେନର ଡ୍ରାଇଭରଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। କାରରେ ଥିବା ଲୋକମାନେ ନିଜ ସମ୍ପର୍କୀୟଙ୍କ ଅନ୍ତିମ ସଂସ୍କାର ସାରି ଘରକୁ ଫେରୁଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପୁଲିସ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।