ପିକଅପ୍‌ ଭ୍ୟାନକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

The Sakala Picture
Published On

ଛତିଶଗଡ଼: ଛତିଶଗଡ଼ର ବାଲୋଦା ବଜାର ଭାଟାପାରାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୬ ଜଣ ମୃତ୍ୟୁବରଣ କରିଛନ୍ତି । ଏକ ଯାତ୍ରୀବାହୀ ଭ୍ୟାନ୍‌କୁ ଏକ ଟ୍ରକ୍‌ ଧକ୍କା ଦେବାରୁ ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ଶିଶୁ ଓ ୫ ମହିଳା ଥିବା ଜଣାଯାଇଛି। ଏହି ଦୁର୍ଘଟଣାରେ ୨୫ ଜଣ ଗୁରୁତର ହୋଇଛନ୍ତି। ଘଟଣା ପରେ ତୁରନ୍ତ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଥିବା ବେଳେ ଗୁରୁତରମାନଙ୍କୁ ତୁରନ୍ତ […]

ଛତିଶଗଡ଼: ଛତିଶଗଡ଼ର ବାଲୋଦା ବଜାର ଭାଟାପାରାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୬ ଜଣ ମୃତ୍ୟୁବରଣ କରିଛନ୍ତି । ଏକ ଯାତ୍ରୀବାହୀ ଭ୍ୟାନ୍‌କୁ ଏକ ଟ୍ରକ୍‌ ଧକ୍କା ଦେବାରୁ ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ଶିଶୁ ଓ ୫ ମହିଳା ଥିବା ଜଣାଯାଇଛି। ଏହି ଦୁର୍ଘଟଣାରେ ୨୫ ଜଣ ଗୁରୁତର ହୋଇଛନ୍ତି। ଘଟଣା ପରେ ତୁରନ୍ତ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଥିବା ବେଳେ ଗୁରୁତରମାନଙ୍କୁ ତୁରନ୍ତ ଉଦ୍ଧାର କରି ବାଲୋଦା ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: ଇରାନ ସହ ଯୁଦ୍ଧ ପ୍ରସ୍ତୁତି: ୨୦୨୭ ଯାଏଁ ମଧ୍ୟପ୍ରାଚ୍ୟରେ ମୁତୟନ ରହିବେ ଆମେରିକୀୟ ସେନା

ସୂଚନା ଅନୁସାରେ, ଆଜି ସକାଳେ ଏକ ପିକ୍‌ଅପ୍‌ ଭ୍ୟାନ୍‌ ପ୍ରାୟ ୩୦ରୁ ଅଧିକ ଯାତ୍ରୀଙ୍କୁ ଧରି ଯାଉଥିଲା। ଗାଡ଼ିଟି ବାଲୋଦା ବଜାର ଜାତୀୟ ରାଜପଥରେ ଯାଉଥିବା ବେଳେ ପଛରେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍‌ଟି ଭ୍ୟାନ୍‌କୁ ଧକ୍କା ଦେଇଥିଲା। କୌଣସି ଏକ ପାରିବାରିକ କାର୍ଯ୍ୟରେ ଯୋଗଦେବା ପରେ ସମସ୍ତେ ପିକଅପ୍ ଭ୍ୟାନରେ ଘରକୁ ଫେରୁଥିବା ବାଟରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ସ୍ୱତନ୍ତ୍ର ଭରଦ୍ୱାଜଙ୍କ ସମର୍ଥନରେ ହିନ୍ଦୁ ରକ୍ଷା ଦଳ: ଦିଲ୍ଲୀର ପାର୍ଲିଆମେଣ୍ଟ ଷ୍ଟ୍ରିଟ୍ ଥାନା ଘେରାଉ, FIR ପ୍ରତ୍ୟାହାର ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର