ଆନ୍ଧ୍ର ପ୍ରଦେଶ ଶ୍ରୀକାକୁଲମରେ ଦଳାଚକଟା; ୯ ମୃତ, ଅନେକ ଶ୍ରଦ୍ଧାଳୁ ଆହତ ...

ଆନ୍ଧ୍ର ପ୍ରଦେଶ: ଆନ୍ଧ୍ର ପ୍ରଦେଶ ଶ୍ରୀକାକୁଲମରେ ଦଳାଚକଟା । ଏହି ଦଳାଚକଟାରେ ୯ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିର ଭିତରେ ଦଳାଚକଟା ଘଟି ୯ ଜଣଙ୍କର ମୃତ୍ୟୁ ଘଟିଛି। ଏକାଦଶୀ ପର୍ବ ପାଇଁ ପ୍ରବଳ ଭିଡ଼ ଯୋଗୁଁ ଏଭଳି ଅଘଟଣ ଘଟିଛି। ଅନେକ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ। ଆହତଙ୍କୁ ତ୍ବରିତ ଚିକିତ୍ସା ସେବା ଯୋଗାଇବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି।

About The Author: Deviprasad Mohanty