ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଆମ୍‌ ଆଦମୀ ପାର୍ଟି ସାଂସଦ ସଂଜୟ ସିଂହଙ୍କୁ ଗିରଫ କଲା ଇଡି

The Sakala Picture
Published On

ନୂଆଦିଲ୍ଲୀ: ଆମ୍‌ ଆଦମୀ ପାର୍ଟି ସାଂସଦ ସଂଜୟ ସିଂହ ଗିରଫ । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ସଂଜୟଙ୍କୁ ଗିରଫ କରିଛି ଇଡି । ଆଜି ସକାଳେ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ସାଂସଦ ସଞ୍ଜୟ ସିଂଙ୍କ ବାସଭବନରେ ରେଡ୍ କରିଥିଲା ଇଡି। ଇଡି ଅଧିକାରୀମାନେ ସଞ୍ଜୟଙ୍କୁ ପଚରାଉଚରା କରିଥିଲେ। ସାଂସଦଙ୍କ ବାସଭବନ ଆଗରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା । ପୂର୍ବରୁ ମଧ୍ୟ ଏହି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରିଥିଲା। ତେବେ ଦିଲ୍ଲୀ ମଦ […]

ନୂଆଦିଲ୍ଲୀ: ଆମ୍‌ ଆଦମୀ ପାର୍ଟି ସାଂସଦ ସଂଜୟ ସିଂହ ଗିରଫ । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ସଂଜୟଙ୍କୁ ଗିରଫ କରିଛି ଇଡି । ଆଜି ସକାଳେ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ସାଂସଦ ସଞ୍ଜୟ ସିଂଙ୍କ ବାସଭବନରେ ରେଡ୍ କରିଥିଲା ଇଡି। ଇଡି ଅଧିକାରୀମାନେ ସଞ୍ଜୟଙ୍କୁ ପଚରାଉଚରା କରିଥିଲେ। ସାଂସଦଙ୍କ ବାସଭବନ ଆଗରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା । ପୂର୍ବରୁ ମଧ୍ୟ ଏହି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରିଥିଲା।

ଆହୁରି ପଢ଼ନ୍ତୁ: ପଞ୍ଜାବ ଭୋଟର ତାଲିକାରୁ କଟିଲା ରାଘବ ଚଢ଼ାଙ୍କ ନାଁ: ଆଣିଲେ ରାଜନୈତିକ ଷଡ଼ଯନ୍ତ୍ରର ଅଭିଯୋଗ

ତେବେ ଦିଲ୍ଲୀ ମଦ ଦୁର୍ନୀତି ମାସଲାରେ ଇଡି ଏକ ଚାର୍ଜସିଟ ଦାଖଲ କରିଥିଲେ ଯେଉଁଥିରେ ସଞ୍ଜୟ ସିଂଙ୍କ ନାମ ଉଲ୍ଲେଖ କରାଯାଇଥିଲା। ଗତଥର ଯେତେବେଳେ ଟିମ୍‌ ସଞ୍ଜୟ ସିଂଙ୍କ ଘରେ ପହଞ୍ଚିଥିଲେ, ସେତେବେଳେ ସେ ଇଡି ବିରୋଧରେ ମାନହାନି ମକଦ୍ଦମା ଦାୟର କରିଥିଲେ ।

ଆହୁରି ପଢ଼ନ୍ତୁ: ନେପାଳକୁ ପ୍ରତି ବିପଦର ଆଗୁଆ ସୂଚନା ଦେବ ଚୀନ୍!

ଏହି ମାମଲାରେ ପୂର୍ବରୁ ଗିରଫ ହୋଇ ଜେଲରେ ଅଛନ୍ତି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ । ଚଳିତ ବର୍ଷ ଫେବ୍ରୁଆରୀରେ ମନୀଷ ସିସୋଦିଆଙ୍କୁ ଗିରଫ କରାଯାଇଛି । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଆପର ଅନେକ ନେତା ତଦନ୍ତକାରୀ ସଂସ୍ଥାର ରାଡାରରେ ଅଛନ୍ତି । ପୂର୍ବରୁ ମନି ଲଣ୍ଡ୍ରିଂ ମାମଲାରେ ଆପ୍ ନେତା ସତ୍ୟେନ୍ଦ୍ର ଜୈନଙ୍କୁ ଗିରଫ କରିଛି ପ୍ରବର୍ତନ ନିର୍ଦ୍ଦେଶାଳୟ । ଅସୁସ୍ଥତା କାରଣରୁ ସୁପ୍ରିମକୋର୍ଟରୁ ସତ୍ୟେନ୍ଦ୍ର ଅନ୍ତରୀଣ ଜାମିନ ପାଇଛନ୍ତି ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ମାରକୀ ନିର୍ମାଣ ପାଇଁ ମିଳିଲା ଅନୁମୋଦନ, ରଖାଗଲା ଏହି ସବୁ ସର୍ତ୍ତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର