ଆଫଗାନିସ୍ତାନର ଉପରାଷ୍ଟ୍ରପତି ଅମରୁଲ୍ଲା ସାଲେହ ନିଜକୁ କାର୍ଯ୍ୟନିର୍ବାହୀ ରାଷ୍ଟ୍ରପତି ଭାବରେ ଘୋଷଣା କରିଛନ୍ତି

The Sakala Picture
Published On

କାବୁଲ: ଆଫଗାନିସ୍ତାନର ଉପରାଷ୍ଟ୍ରପତି ଅମରୁଲ୍ଲା ସାଲେହ ନିଜକୁ କାର୍ଯ୍ୟନିର୍ବାହୀ ରାଷ୍ଟ୍ରପତି ଭାବରେ ଘୋଷଣା କରିଛନ୍ତି । ଏଭଳି ସ୍ଥିତିରେ ଆଫଗାନିସ୍ତାନରେ କିପରି ତାଲିବାନ ସରକାର ଗଢ଼ିବ ଏ ନେଇ ଯୋଜନା କରୁଥିବା ବେଳେ ତାଲିବାନ ବିରୋଧରେ ଲଢ଼େଇ ପାଇଁ ଅଣ୍ଟା ଭିଡିଛନ୍ତି ପୂର୍ବତନ ଉପରାଷ୍ଟ୍ରପତି ଅମରୁଲ୍ଲା ସାଲେ । ତାଲିବାନ ବିରୋଧରେ ସ୍ୱର ଉଠାଇବା ସହ ନିଜକୁ ସେ ଦେଶର ରାଷ୍ଟ୍ରପତି ଭାବେ ଘୋଷଣା କରିଛନ୍ତି । ରାଷ୍ଟ୍ରପତି ଅସରଫ ଗନି ଦେଶଛାଡ଼ି ପଳାଇ ଯାଇଥିବାରୁ ସମ୍ବିଧାନ […]

କାବୁଲ: ଆଫଗାନିସ୍ତାନର ଉପରାଷ୍ଟ୍ରପତି ଅମରୁଲ୍ଲା ସାଲେହ ନିଜକୁ କାର୍ଯ୍ୟନିର୍ବାହୀ ରାଷ୍ଟ୍ରପତି ଭାବରେ ଘୋଷଣା କରିଛନ୍ତି । ଏଭଳି ସ୍ଥିତିରେ ଆଫଗାନିସ୍ତାନରେ କିପରି ତାଲିବାନ ସରକାର ଗଢ଼ିବ ଏ ନେଇ ଯୋଜନା କରୁଥିବା ବେଳେ ତାଲିବାନ ବିରୋଧରେ ଲଢ଼େଇ ପାଇଁ ଅଣ୍ଟା ଭିଡିଛନ୍ତି ପୂର୍ବତନ ଉପରାଷ୍ଟ୍ରପତି ଅମରୁଲ୍ଲା ସାଲେ । ତାଲିବାନ ବିରୋଧରେ ସ୍ୱର ଉଠାଇବା ସହ ନିଜକୁ ସେ ଦେଶର ରାଷ୍ଟ୍ରପତି ଭାବେ ଘୋଷଣା କରିଛନ୍ତି । ରାଷ୍ଟ୍ରପତି ଅସରଫ ଗନି ଦେଶଛାଡ଼ି ପଳାଇ ଯାଇଥିବାରୁ ସମ୍ବିଧାନ ଅନୁସାରେ ସେ ରାଷ୍ଟ୍ରପତି ହେବାକୁ ଯୋଗ୍ୟ ବୋଲି କହିଛନ୍ତି । ସେ ଟ୍ୱିଟ୍‌ କରି ଲେଖିଛନ୍ତିଯେ ଦେଶର ସମ୍ବିଧାନ ଅନୁସାରେ ରାଷ୍ଟ୍ରପତିଙ୍କ ଅନୁପସ୍ଥିତି, ପଳାୟନ, ଇସ୍ତଫା କିମ୍ବା ମୃତ୍ୟୁ ପରି ଘଟଣା ଘଟିଲେ ଉପରାଷ୍ଟ୍ରପତି ଦେଶ ଶାସନ ଭାର ନିଜ ହାତକୁ ନେବା କଥା। ଆଉ ଏହି ଆଧାରରେ ସେ ନିଜକୁ ରାଷ୍ଟ୍ରପତି ଭାବେ ଘୋଷଣା କରିଛନ୍ତି । କେବଳ ଏତିକି ନୁହେଁ, ତାଲିବାନ ବିରୋଧରେ ଏକାଠି ହେବାକୁ ସେ ଅପିଲ କରିଛନ୍ତି । ତେବେ ଆଫଗାନିସ୍ତାନ ଭିଏତନାମ ନୁହେଁ, ଆମେ ମନୋବଳ ହରାଇନାହୁଁ ଏବଂ କେବେ ମଧ୍ୟ ତାଲିବାନ ଆଗରେ ମୁଣ୍ଡ ନୁଆଁଇବୁ ନାହିଁ ବୋଲି ସେ ଟ୍ୱିଟ୍‌ କରି ଲେଖିଛନ୍ତି ।

ଆହୁରି ପଢ଼ନ୍ତୁ: ୩୬,୦୦୦ ଫୁଟ ଉଚ୍ଚରେ ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି: କିଛି ସେକେଣ୍ଡରେ ଫେଲ୍ ମାରିଲା ସମସ୍ତ ହାଇଡ୍ରୋଲିକ୍ସ, ୨୪ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର