ଜମ୍ମୁ ଓ କଶ୍ମୀରର କିସ୍ତୱାଡ଼ରେ ସେନା ହେଲିକପ୍ଟର୍‌ ଦୁର୍ଘଟଣାଗ୍ରସ୍ତ

The Sakala Picture
Published On

ଶ୍ରୀନଗର: ଜମ୍ମୁ-କଶ୍ମୀରର କିସ୍ତୱର ଜିସ୍ଲାର ଦୂରବର୍ତ୍ତୀ ମଣ୍ଡୱାର ମାଖନା ଜଙ୍ଗଲରେ ଏକ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଯେଉଁଥିରେ ଦୁଇ ଜଣ ଆହତ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରଟି ହେଉଛି ସେନାର ଏଏଲଏଚ ଧ୍ରୁବ ହେଲିକପ୍ଟର। ସେନା ଅଧିକାରୀଙ୍କ ଅନୁଯାୟୀ ଏହି ଦୁର୍ଘଟଣାରେ ପାଇଲଟ ଆହତ ହୋଇଛନ୍ତି। କିନ୍ତୁ ସେ ସୁରକ୍ଷିତ ଅଛନ୍ତି। କିସ୍ତୱାଡ଼ ଜିଲ୍ଲାର ମାର୍‌ୱା-ଦାଛନ ମଧ୍ୟରେ ପ୍ରବାହିତ ମରୁସୁଦର୍‌ ନଦୀରେ ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟର୍‌ର ଭଗ୍ନାଂଶ ପଡ଼ିଥିବା ଦେଖାଯାଉଛି। ଦୁର୍ଘଟଣା ସ୍ଥାନରେ ତଲାସ ଓ ଉଦ୍ଧାର କାର୍ଯ୍ୟ […]

ଶ୍ରୀନଗର: ଜମ୍ମୁ-କଶ୍ମୀରର କିସ୍ତୱର ଜିସ୍ଲାର ଦୂରବର୍ତ୍ତୀ ମଣ୍ଡୱାର ମାଖନା ଜଙ୍ଗଲରେ ଏକ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଯେଉଁଥିରେ ଦୁଇ ଜଣ ଆହତ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରଟି ହେଉଛି ସେନାର ଏଏଲଏଚ ଧ୍ରୁବ ହେଲିକପ୍ଟର। ସେନା ଅଧିକାରୀଙ୍କ ଅନୁଯାୟୀ ଏହି ଦୁର୍ଘଟଣାରେ ପାଇଲଟ ଆହତ ହୋଇଛନ୍ତି। କିନ୍ତୁ ସେ ସୁରକ୍ଷିତ ଅଛନ୍ତି।

ଆହୁରି ପଢ଼ନ୍ତୁ: ପଞ୍ଜାବ ଭୋଟର ତାଲିକାରୁ କଟିଲା ରାଘବ ଚଢ଼ାଙ୍କ ନାଁ: ଆଣିଲେ ରାଜନୈତିକ ଷଡ଼ଯନ୍ତ୍ରର ଅଭିଯୋଗ

କିସ୍ତୱାଡ଼ ଜିଲ୍ଲାର ମାର୍‌ୱା-ଦାଛନ ମଧ୍ୟରେ ପ୍ରବାହିତ ମରୁସୁଦର୍‌ ନଦୀରେ ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟର୍‌ର ଭଗ୍ନାଂଶ ପଡ଼ିଥିବା ଦେଖାଯାଉଛି। ଦୁର୍ଘଟଣା ସ୍ଥାନରେ ତଲାସ ଓ ଉଦ୍ଧାର କାର୍ଯ୍ୟ ଚାଲିଛି। ସ୍ମରଣଯୋଗ୍ୟ, ଚଳିତ ବର୍ଷ ମାର୍ଚ ମାସରେ ଅରୁଣାଚଳ ପ୍ରଦେଶର ମଣ୍ଡଳା ପର୍ବତ୍ୟାଞ୍ଚଳରେ ଭାରତୀୟ ସେନାର ଚିତା ହେଲିକପ୍ଟର୍‌ ଦୁର୍ଘଟଣାଗ୍ରସ୍ତ ହୋଇ ୨ଜଣ ପାଇଲଟ୍‌ଙ୍କର ମୃତ୍ୟୁ ଘଟିଥିଲା।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ମାରକୀ ନିର୍ମାଣ ପାଇଁ ମିଳିଲା ଅନୁମୋଦନ, ରଖାଗଲା ଏହି ସବୁ ସର୍ତ୍ତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର