ବାଂଲାଦେଶ ହିଂସା: ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା ପରେ ଶାସନ ଭାର ହାତକୁ ନେଲା ସେନା, ବିଏସ୍‌ଏଫ୍‌କୁ ହାଇ ଆଲର୍ଟ ଜାରି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଇସ୍ତଫା ପରେ ଶାସନ ଭାର ହାତକୁ ନେଲା ସେନା । ଶାସନ ଭାର ଗ୍ରହଣ ସହ ସବୁ ଦଳର ପ୍ରତିନିଧିଙ୍କୁ ଡାକି ଆଲୋଚନା କରିଛନ୍ତି। ହିଂସା ବନ୍ଦ କରିବାକୁ ଯୁବବର୍ଗଙ୍କୁ ଅପିଲ କଲେ ବାଂଲା ସେନା ମୁଖ୍ୟ । ବାଂଲାଦେଶରେ ସଂରକ୍ଷଣ ବିରୋଧୀ ହିଂସାକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ପ୍ରଧାନମନ୍ତ୍ରୀ ଶେଖ ହସିନା ଶେଷରେ ସେନା ଚାପରେ ସୋମବାର ଇସ୍ତଫା ଦେଇଛନ୍ତି। ସେନାର ଚେତାବନୀ ପରେ ସେ ପ୍ରଧାନମନ୍ତ୍ରୀ […]

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଇସ୍ତଫା ପରେ ଶାସନ ଭାର ହାତକୁ ନେଲା ସେନା । ଶାସନ ଭାର ଗ୍ରହଣ ସହ ସବୁ ଦଳର ପ୍ରତିନିଧିଙ୍କୁ ଡାକି ଆଲୋଚନା କରିଛନ୍ତି। ହିଂସା ବନ୍ଦ କରିବାକୁ ଯୁବବର୍ଗଙ୍କୁ ଅପିଲ କଲେ ବାଂଲା ସେନା ମୁଖ୍ୟ । ବାଂଲାଦେଶରେ ସଂରକ୍ଷଣ ବିରୋଧୀ ହିଂସାକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ପ୍ରଧାନମନ୍ତ୍ରୀ ଶେଖ ହସିନା ଶେଷରେ ସେନା ଚାପରେ ସୋମବାର ଇସ୍ତଫା ଦେଇଛନ୍ତି। ସେନାର ଚେତାବନୀ ପରେ ସେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି।

ବାଂଲାଦେଶ ହିଂସା ନେଇ ବିଏସ୍‌ଏଫ୍‌କୁ ହାଇ ଆଲର୍ଟ ଜାରି କରାଯାଇଛି। ବାଂଲାଦେଶ ସୀମାରେ ମୁତୟନ ବିଏସ୍‌ଏଫ୍‌ର ସବୁ ୟୁନିଟ୍‌କୁ ଆଲର୍ଟ ଜାରି କରାଯାଇଛି। ବାଂଲାଦେଶକୁ ଲାଗିଥିବା ଭାରତର ୪୦୯୬ କିମି ସୀମାରେ ଆଲର୍ଟ ଜାରି ହୋଇଛି।

ସୂଚନା ଅନୁଯାୟୀ,  ବାଂଲାଦେଶ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଭାରତରେ ଶରଣ ପସିଛନ୍ତି ଶେଖ ହସିନା । ଅଗ୍ରତାଲାରେ ପହଞ୍ଚିବା ପରେ ତାଙ୍କୁ ଦିଲ୍ଲୀ ଅଣାଯିବା ପାଇଁ ବ୍ୟବସ୍ଥା କରାଯାଇଛି । ବାଂଲାଦେଶରେ ସେ ରହୁଥିବା ବାସଭବନରେ ଉପଦ୍ରବକାରୀମାନେ ଧସେଇ ପଶିବା ପୂର୍ବରୁ ସେ ଦେଶ ଛାଡି ଦେଇଥିଲେ । ଆଉ ସୁରକ୍ଷିତ ଭାବେ ଭାରତ ଚାଲିଆସିଥିବା ଚର୍ଚ୍ଚା ।

About The Author: The Sakala