କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ ୟେଦିୟୁରପ୍ପାଙ୍କ ବଢ଼ିଲା ଅଡୁଆ, ଜାମିନ ବିହୀନ ଗିରଫ ପରୱାନା ଜାରି

The Sakala Picture
Published On

ବେଙ୍ଗାଲୁରୁ: କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ ୟେଦିୟୁରପ୍ପାଙ୍କ ବଢ଼ିଲା ଅଡୁଆ। ବେଙ୍ଗାଲୁରୁର ଏକ ଅଦାଲତ ତାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା ଜାରି କରିଛନ୍ତି। ତାଙ୍କ ବିରୋଧରେ ପୋକ୍ସୋ ମାମଲାରେ ଏହି ୱାରେଣ୍ଟ ଜାରି କରାଯାଇଛି। ସୂଚନା ଅନୁଯାୟୀ, ଚଳିତ ବର୍ଷ ଫେବ୍ରୁଆରି ୨ ତାରିଖରେ ୟେଦିୟୁରପ୍ପା ତାଙ୍କ ବାସଭବନରେ ସାକ୍ଷାତ ବେଳେ ତାଙ୍କ ଝିଅକୁ ଯୌନ ନିର୍ଯାତନା ଦେଇଥିଲେ ବୋଲି ଜଣେ ୧୭ ବର୍ଷୀୟା ନାବାଳିକାଙ୍କ ମା’ ଅଭିଯୋଗ କରିବାର କିଛି ମାସ ପରେ […]

ବେଙ୍ଗାଲୁରୁ: କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ ୟେଦିୟୁରପ୍ପାଙ୍କ ବଢ଼ିଲା ଅଡୁଆ। ବେଙ୍ଗାଲୁରୁର ଏକ ଅଦାଲତ ତାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା ଜାରି କରିଛନ୍ତି। ତାଙ୍କ ବିରୋଧରେ ପୋକ୍ସୋ ମାମଲାରେ ଏହି ୱାରେଣ୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଇରାନ ସହ ଯୁଦ୍ଧ ପ୍ରସ୍ତୁତି: ୨୦୨୭ ଯାଏଁ ମଧ୍ୟପ୍ରାଚ୍ୟରେ ମୁତୟନ ରହିବେ ଆମେରିକୀୟ ସେନା

ସୂଚନା ଅନୁଯାୟୀ, ଚଳିତ ବର୍ଷ ଫେବ୍ରୁଆରି ୨ ତାରିଖରେ ୟେଦିୟୁରପ୍ପା ତାଙ୍କ ବାସଭବନରେ ସାକ୍ଷାତ ବେଳେ ତାଙ୍କ ଝିଅକୁ ଯୌନ ନିର୍ଯାତନା ଦେଇଥିଲେ ବୋଲି ଜଣେ ୧୭ ବର୍ଷୀୟା ନାବାଳିକାଙ୍କ ମା’ ଅଭିଯୋଗ କରିବାର କିଛି ମାସ ପରେ ଏହି ଘଟଣା ଘଟିଛି। ମହିଳାଙ୍କ ବୟାନକୁ ଭିତ୍ତି କରି ୟେଦିୟୁରପ୍ପାଙ୍କ ବିରୋଧରେ ଯୌନ ଅପରାଧରୁ ଶିଶୁ ସୁରକ୍ଷା (ପୋକ୍ସୋ) ଏବଂ ଭାରତୀୟ ଦଣ୍ଡବିଧି ସଂହିତାର ଧାରା ୩୫୪ଏ (ଯୌନ ଉତ୍ପୀଡ଼ନ) ଅନୁଯାୟୀ ମାମଲା ରୁଜୁ କରାଯାଇଥିଲା।

ଆହୁରି ପଢ଼ନ୍ତୁ: ଜମ୍ମୁ-କାଶ୍ମୀର ବଡ଼ଗାମରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ମିଳିତ ଅପରେସନରେ ଜଣେ ଆତଙ୍କବାଦୀ ନିହତ

ୟେଦିୟୁରପ୍ପା ଏବେ ଦିଲ୍ଲୀରେ ଅଛନ୍ତି। ୟେଦିୟୁରପ୍ପା ବିରୋଧରେ ପୋକ୍ସୋ ମାମଲାର ତଦନ୍ତ କରୁଥିବା ସିଆଇଡି ଗିରଫ ପରୱାନା ଜାରି କରିବା ପାଇଁ କୋର୍ଟରେ ଆବେଦନ କରିଥିଲା, କୋର୍ଟଙ୍କ ସମ୍ମତି ପରେ ଗିରଫ ପରଓ୍ବାନା ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ମୋବାଇଲରେ 'ରିଲ୍ସ' ଦେଖିବାକୁ କେନ୍ଦ୍ର କରି ସ୍ତ୍ରୀକୁ ନିର୍ମମ ଭାବେ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର