ଚୀନ୍‌ରେ ଯାତ୍ରୀବାହୀ ବିମାନ ବୋଇଙ୍ଗ ୭୩୭ ଦୁର୍ଘଟଣାଗ୍ରସ୍ତ, ବିମାନରେ ଥିଲେ ୧୩୩ ଯାତ୍ରୀ

The Sakala Picture
Published On

ବେଜିଂ: ଚୀନରେ ଏକ ବଡ ଧରଣର ବିମାନ ଦୁର୍ଘଟଣା ଘଟିଛି । ବୋଇଙ୍ଗ ୭୩୭ ଇଷ୍ଟର୍ଣ୍ଣ ବୋଇଙ୍ଗ ଏୟାରକ୍ରାଫ୍ଟ ଦୁର୍ଘଟଣା ଗ୍ରସ୍ତ ହୋଇ ଏକ ପାହାଡ ଉପରେ ଖସିପଡିଛି । ଏଥିରେ ୧୩୩ ଜଣ ଯାତ୍ରୀ ଥିଲେ । ଦୁର୍ଘଟଣାର କାରଣ ଏବଂ ମୃତାହତଙ୍କ ସଂଖ୍ୟା ସ୍ପଷ୍ଟ ଜଣା ପଡିନାହିଁ। ସୂଚନା ଅନୁସାରେ, ଏହି ବୋଇଙ୍ଗ ୭୩୭ ବିମାନଟି ଆଜି ଜୁନମିଙ୍ଗରୁ ଗୁଆଙ୍ଗଝୋକୁ ଉଡାଣ ଭରିଥିଲା । ହେଲେ ଯିବା ବାଟରେ ବିମାନରେ କୌଣସି ଯାନ୍ତ୍ରିକ ତ୍ରୁଟି […]

ବେଜିଂ: ଚୀନରେ ଏକ ବଡ ଧରଣର ବିମାନ ଦୁର୍ଘଟଣା ଘଟିଛି । ବୋଇଙ୍ଗ ୭୩୭ ଇଷ୍ଟର୍ଣ୍ଣ ବୋଇଙ୍ଗ ଏୟାରକ୍ରାଫ୍ଟ ଦୁର୍ଘଟଣା ଗ୍ରସ୍ତ ହୋଇ ଏକ ପାହାଡ ଉପରେ ଖସିପଡିଛି । ଏଥିରେ ୧୩୩ ଜଣ ଯାତ୍ରୀ ଥିଲେ । ଦୁର୍ଘଟଣାର କାରଣ ଏବଂ ମୃତାହତଙ୍କ ସଂଖ୍ୟା ସ୍ପଷ୍ଟ ଜଣା ପଡିନାହିଁ।

ଆହୁରି ପଢ଼ନ୍ତୁ: ଇରାନ ସହ ତିକ୍ତତା ମଧ୍ୟରେ ୨୫୦ ଦିନର ଲମ୍ବା ମିଶନ ପରେ ଥାଇଲାଣ୍ଡରେ ପହଞ୍ଚିଲା ଆମେରିକୀୟ ଯୁଦ୍ଧପୋତ 'ୟୁଏସଏସ ଅବ୍ରାହମ ଲିଙ୍କନ'

ସୂଚନା ଅନୁସାରେ, ଏହି ବୋଇଙ୍ଗ ୭୩୭ ବିମାନଟି ଆଜି ଜୁନମିଙ୍ଗରୁ ଗୁଆଙ୍ଗଝୋକୁ ଉଡାଣ ଭରିଥିଲା । ହେଲେ ଯିବା ବାଟରେ ବିମାନରେ କୌଣସି ଯାନ୍ତ୍ରିକ ତ୍ରୁଟି ଦେଖଯିବା କାରଣରୁ ବିିମାନଟି ନିୟନ୍ତ୍ରଣ ହରାଇ ଏକ ସୁଉଚ୍ଚ ପାହାଡରେ ପିଟି ହୋଇଯାଇଥିଲା । ଚାହୁଁ ଚାହୁଁ ବିମାନରେ ନିଆଁ ଲାଗିଯାଇଥିଲା । ସେଠାରେ ଉଦ୍ଧାର କାର୍ଯ୍ୟ ଜୋରଦାର ଚାଲିଥିବାବେଳେ ଏଯାଏଁ ମୃତକଙ୍କ ନେଇ କୌଣସି ସୂଚନା ମିଳିପାରିନାହିଁ ।

ଆହୁରି ପଢ଼ନ୍ତୁ: ନେପାଳକୁ ପ୍ରତି ବିପଦର ଆଗୁଆ ସୂଚନା ଦେବ ଚୀନ୍!

ଚାଇନାର ସରକାରୀ ଟିଭି ଚ୍ୟାନେଲ ସିସିଟିଭି ରିପୋର୍ଟ ଅନୁଯାୟୀ, ଗୁଆଙ୍ଗସି ଅଞ୍ଚଳର ୱୁଜୋ ସହର ନିକଟ ଗ୍ରାମାଞ୍ଚଳରେ ଫ୍ଲାଇଟ୍ ଏମୟୁ୫୭୩୫ ବୋଇଙ୍ଗ ୭୩୭ ବିମାନ ପାହାଡ଼ ଉପରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏହାପରେ ବିମାନରେ ନିଆଁ ଲାଗିଯାଇଥିଲା। ଉଦ୍ଧାରକାରୀ ଦଳକୁ ଘଟଣାସ୍ଥଳକୁ ପଠାଯାଇଛି।

ଆହୁରି ପଢ଼ନ୍ତୁ: ମଧ୍ୟପ୍ରାଚ୍ୟରେ ଆମେରିକାର ମିତ୍ର ରାଷ୍ଟ୍ର ଉପରେ ଇରାନର ଆକ୍ରମଣ: ବ୍ୟବହାର ହେଉଛି ଏହିସବୁ ବିପଜ୍ଜନକ ମାରଣାସ୍ତ୍ର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର