ଆଇପିଏଲ ୨୦୨୨ ଏଲିମିନେଟର : ଲକ୍ଷ୍ନୌ ବିପକ୍ଷରେ ରଜତ ପାଟିଦାରଙ୍କ ରନ୍‌ ବର୍ଷା, ବାଙ୍ଗଲୋରର ବିଶାଳ ସ୍କୋର୍‌

The Sakala Picture
Published On

କୋଲକାତା : ଇଡେନ ଗାର୍ଡେନ୍ସରେ ଖେଳାଯାଉଥିବା ଆଇପିଏଲ ୨୦୨୨ର ଏଲିମିନେଟର ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର ଲକ୍ଷ୍ନୌ ସୁପର୍‌ ଜିଆଣ୍ଟସ୍‌କୁ ବିଜୟ ପାଇଁ ୨୦୮ ରନ୍‌ର ଟାର୍ଗେଟ ଦେଇଛି। କୋଲକାତାର ଇଡେନ୍‌ ଗାର୍ଡେନରେ ବର୍ଷା କାରଣରୁ ବିଳମ୍ବରେ ଆରମ୍ଭ ହୋଇଥିବା ଏହି ମ୍ୟାଚରେ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା ଲୋକେସ୍‌ ରାହୁଲଙ୍କ ସୁପର୍‌ ଜିଆଣ୍ଟସ୍‌ । ଯାହା ଫଳରେ ପ୍ରଥମେ ବ୍ୟାଟିଂ ପଡିଆକୁ ଓହ୍ଲାଇଥିଲା ଫାଫ୍‌ ଡୁ’ ପ୍ଲେସିସ୍‌ଙ୍କ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର। ବର୍ଷା […]

କୋଲକାତା : ଇଡେନ ଗାର୍ଡେନ୍ସରେ ଖେଳାଯାଉଥିବା ଆଇପିଏଲ ୨୦୨୨ର ଏଲିମିନେଟର ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର ଲକ୍ଷ୍ନୌ ସୁପର୍‌ ଜିଆଣ୍ଟସ୍‌କୁ ବିଜୟ ପାଇଁ ୨୦୮ ରନ୍‌ର ଟାର୍ଗେଟ ଦେଇଛି। କୋଲକାତାର ଇଡେନ୍‌ ଗାର୍ଡେନରେ ବର୍ଷା କାରଣରୁ ବିଳମ୍ବରେ ଆରମ୍ଭ ହୋଇଥିବା ଏହି ମ୍ୟାଚରେ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା ଲୋକେସ୍‌ ରାହୁଲଙ୍କ ସୁପର୍‌ ଜିଆଣ୍ଟସ୍‌ । ଯାହା ଫଳରେ ପ୍ରଥମେ ବ୍ୟାଟିଂ ପଡିଆକୁ ଓହ୍ଲାଇଥିଲା ଫାଫ୍‌ ଡୁ’ ପ୍ଲେସିସ୍‌ଙ୍କ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର। ବର୍ଷା ବାଧାପ୍ରାସ୍ତ ମ୍ୟାଚରେ ଲକ୍ଷ୍ନୌ ବିପକ୍ଷରେ ରନ୍‌ର ବର୍ଷା କରିଥିଲେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋରର ବ୍ୟାଟର ରଜତ ପାଟିଦାର। ରଜତଙ୍କ ଦମଦାର ଶତକ ବଳରେ ନିର୍ଦ୍ଧାରିତ ୨୦ ଓଭର ଖେଳି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର ୪ ୱିକେଟ ବିନିମୟରେ ୨୦୭ ରନ୍‌ର ବିଶାଳ ସ୍କୋର କରିଛି। ଯାହା ଫଳରେ ଇଣ୍ଡିଆନ୍‍ ପ୍ରିମିୟର ଲିଗ୍‍ (ଆଇପିଏଲ୍‍)ର ଦ୍ବିତୀୟ କ୍ୱାଲିଫାୟର ଖେଳିବାକୁ ହେଲେ ଲକ୍ଷ୍ନୌ ସୁପର୍‌ ଜିଆଣ୍ଟସ୍‌କୁ ୨୦୮ ରନ୍‌ କରିବାକୁ ପଡିବ।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ରଘୁବୀର ଘାଟରେ ପୁଣି ଭୂସ୍ଖଳନ: ରତ୍ନଗିରି-ସାତାରା ରାସ୍ତା ବନ୍ଦ, ଫସିଲା ଯାତ୍ରୀବାହୀ ବସ୍

ଆଜିର ମ୍ୟାଚରେ ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିବା ବେଙ୍ଗାଲୁରୁ ୪ ରନ ସ୍କୋରରେ ଅଧିନାୟକ ଡୁ ପ୍ଲେସିସ(୦)ଙ୍କ ଓ୍ଵିକେଟ୍ ହରାଇଥିଲା। ବିରାଟ କୋହଲି ଏବଂ ରଜତ ପାଟିଦାର ଆକ୍ରମଣାତ୍ମକ ବ୍ୟାଟିଂ କରି ଦ୍ଵିତୀୟ ଓ୍ଵିକେଟ୍‌ରେ ୭୦ ରନ ଯୋଡିଥିଲେ। କୋହଲି ୨୫ ରନ କରି ଆଉଟ୍ ହୋଇଥିଲେ। ଗ୍ଲେନ ମ୍ୟାକ୍ସଓ୍ଵେଲ(୯) ଅଧିକ ସମୟ କ୍ରିଜରେ ତିଷ୍ଠି ପାରିନଥିଲେ। ମହିପାଲ ଲୋମରୋର ୧୪ ରନ କରି ଆଉଟ୍ ହୋଇଥିଲେ। ୧୧୫ ରନରେ ୪ ଓ୍ଵିକେଟ୍ ହରାଇବା ପରେ କ୍ରିଜରେ ଜମି ରହିଥିବା ରତଜ ପାଟିଦାର ଏବଂ ଦିନେଶ କାର୍ତ୍ତିକ ଦଳର ଇନିଂସକୁ ଆଗକୁ ବଢାଇଥିଲେ।

ଆହୁରି ପଢ଼ନ୍ତୁ: ସ୍ୱତନ୍ତ୍ର ଭରଦ୍ୱାଜଙ୍କ ସମର୍ଥନରେ ହିନ୍ଦୁ ରକ୍ଷା ଦଳ: ଦିଲ୍ଲୀର ପାର୍ଲିଆମେଣ୍ଟ ଷ୍ଟ୍ରିଟ୍ ଥାନା ଘେରାଉ, FIR ପ୍ରତ୍ୟାହାର ଦାବି

ଦୁଇ ବ୍ୟାଟସମ୍ୟାନ ବିସ୍ଫୋରକ ବ୍ୟାଟିଂ କରି ଦଳର ଆଉ କୌଣସି କ୍ଷତି ହେବାକୁ ଦେଇନଥିଲେ। ପାଟିଦାର ମାତ୍ର ୫୪ ବଲରୁ ୧୧୨ର ଅପରାଜିତ ଧୂଆଁଧାର ଶତକୀୟ ଇନିଂସ ଖେଳିଥିଲେ। ପାଟିଦାର ତାଙ୍କ ଇନିଂସରେ ୭ଟି ଛକା ଓ ୧୨ଟି ଚୌକା ମାରିଛନ୍ତି। ସେହିପରି କାର୍ତ୍ତିକ ୫ଟି ଚୌକା ଓ ୧ ଛକା ମାରିଛନ୍ତି।

ଆହୁରି ପଢ଼ନ୍ତୁ: ଏଭରେଷ୍ଟର ବେସ୍‌ କ୍ୟାମ୍ପ୍‌ରେ ବ୍ୟବହୃତ ଇନ୍ଧନ ଏବଂ ପର୍ବତାରୋହୀଙ୍କ ପରିସ୍ରା ଯୋଗୁଁ ତରଳୁଛି ହିମାଳୟ ବରଫ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର