ରାହୁଲଙ୍କୁ ଜେରା କରୁଛି ଇଡି, ରାସ୍ତାରେ ପ୍ଲା କାର୍ଡ ଧରି କର୍ମୀଙ୍କ ବିକ୍ଷୋଭ

The Sakala Picture
Published On

ନୂଆଦିଲ୍ଲୀ: ନ୍ୟାଶନାଲ ହେରାଲ୍ଡ ଅର୍ଥ ହେରଫେର ମାମଲାରେ ପ୍ରଦର୍ଶନ ନିର୍ଦ୍ଦେଶାଳୟ (ED)ରେ ହାଜର ହୋଇଛନ୍ତି ରାହୁଲ ଗାନ୍ଧୀ । ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ଅନ୍ୟାନ୍ୟ ନେତା ଓ କର୍ମୀଙ୍କ ସହ ଇଡି କାର୍ୟ୍ୟାଳୟରେ ପହଞ୍ଚିଛନ୍ତି ରାହୁଲ । ରାହୁଲଙ୍କୁ ପଚରା ଉଚୁରା ଆରମ୍ଭ କରିଛି ଇଡି । ଯାଞ୍ଚ ଏଜେନ୍ସୀର ୩ ଅଧିକାରୀ ରାହୁଲଙ୍କୁ ଜେରା କରୁଛନ୍ତି । ଏହି ସମସ୍ତ ପ୍ରକ୍ରିୟା ଡେପୁଟି ନିର୍ଦ୍ଦେଶକ ପାହ୍ୟା ଅଫିସରଙ୍କ ତତ୍ତ୍ବାବଧାନରେ ଚାଲିଛି । ଯାହା ବିରୁଦ୍ଧରେ ସମଗ୍ର […]

ନୂଆଦିଲ୍ଲୀ: ନ୍ୟାଶନାଲ ହେରାଲ୍ଡ ଅର୍ଥ ହେରଫେର ମାମଲାରେ ପ୍ରଦର୍ଶନ ନିର୍ଦ୍ଦେଶାଳୟ (ED)ରେ ହାଜର ହୋଇଛନ୍ତି ରାହୁଲ ଗାନ୍ଧୀ । ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ଅନ୍ୟାନ୍ୟ ନେତା ଓ କର୍ମୀଙ୍କ ସହ ଇଡି କାର୍ୟ୍ୟାଳୟରେ ପହଞ୍ଚିଛନ୍ତି ରାହୁଲ । ରାହୁଲଙ୍କୁ ପଚରା ଉଚୁରା ଆରମ୍ଭ କରିଛି ଇଡି । ଯାଞ୍ଚ ଏଜେନ୍ସୀର ୩ ଅଧିକାରୀ ରାହୁଲଙ୍କୁ ଜେରା କରୁଛନ୍ତି । ଏହି ସମସ୍ତ ପ୍ରକ୍ରିୟା ଡେପୁଟି ନିର୍ଦ୍ଦେଶକ ପାହ୍ୟା ଅଫିସରଙ୍କ ତତ୍ତ୍ବାବଧାନରେ ଚାଲିଛି । ଯାହା ବିରୁଦ୍ଧରେ ସମଗ୍ର ଦେଶରେ ପାର୍ଟି ଅଫିସରେ ବିରୋଧ କରୁଛି କଂଗ୍ରେସ । ଶାସକ ବିଜେପି ବିରୁଦ୍ଧରେ ପ୍ରତିଶୋଧ ରାଜନୀତି କରୁଛି। ଇଡିର ଅପବ୍ୟବହାର କରି କେନ୍ଦ୍ର ସରକାର ଦଳକୁ ଟାର୍ଗେଟ କରୁଛନ୍ତି । କିନ୍ତୁ ଦଳ ପଛକୁ ହଟିବ ନାହିଁ ବରଂ ଏହା ବିରୁଦ୍ଧରେ ସତ୍ୟାଗ୍ରହ କରିବ ବୋଲି କହିଛି କଂଗ୍ରେସ । ଆଜି ଦଳର ବରିଷ୍ଠ ନେତା ଓ ସାଂସଦଙ୍କ ସହ ମାର୍ଚ୍ଚ କରି ରାହୁଲ ଇଡି ମୁଖ୍ୟାଳୟରେ ପହଞ୍ଚିବା ପାଇଁ ନିଷ୍ପତ୍ତି ନେଇଥିଲା କଂଗ୍ରେସ । କିନ୍ତୁ ଏଥିପାଇଁ ଅନୁମତି ଦେଇନଥିଲା ଦିଲ୍ଲୀ ପୁଲିସ ।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ଥାଣେ ଜିଲ୍ଲା ଭିୱାଣ୍ଡି ଖାଡ଼ି ନିକଟରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ, ପୋଲିସର ତଦନ୍ତ ଜାରି

ଫଳରେ ରାହୁଲ କାର୍ଯ୍ଯର୍ତ୍ତାଙ୍କ ସହ ପାର୍ଟି ଅଫିସରୁ ପାଦରେ ମାର୍ଚ୍ଚ କରି ଇଡି ଅଫିସ ଯିବା ସମୟରେ ତାଙ୍କୁ ରାସ୍ତାରେ ଅଟକାଇଥିଲା ପୁଲିସ । ସେପଟେ ଇଡି ଅଫିସ ସାମନାରେ ପହଞ୍ଚି ବିରୋଧ କରିଥିଲେ ଦଳୀୟ କର୍ମୀ । ସେଣ୍ଟ୍ରାଲ ଦିଲ୍ଲୀରେ ପ୍ରଦର୍ଶନ କରୁଥିବା କର୍ମୀଙ୍କୁ ଉଠାଇ ନେଇଛି ପୁଲିସ । କଂଗ୍ରେସ ନେତା ଅଧିର ରଞ୍ଜନ ଚୌଧୁରୀ, କେସି ବେଣୁଗେପାଳ, ଦୀପେନ୍ଦ୍ର ଏସ ହୁଡ୍ଡା ଓ ଅଶୋକ ଗେହଲଟଙ୍କୁ ପୁଲିସ ଉଠାଇ ନେଇଛି । ରାହୁଲଙ୍କୁ ଇଡିର ସମନକୁ ବିରୋଧ କରି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, ମଧ୍ୟ ପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂ, ବରିଷ୍ଠ ନେତା ରଣଦୀପ ସୁରଜେୱାଲା ବିଜେପିକୁ ଟାର୍ଗେଟ କରିଛନ୍ତି ।

13 Jun 2022 By The Sakala

ରାହୁଲଙ୍କୁ ଜେରା କରୁଛି ଇଡି, ରାସ୍ତାରେ ପ୍ଲା କାର୍ଡ ଧରି କର୍ମୀଙ୍କ ବିକ୍ଷୋଭ

ନୂଆଦିଲ୍ଲୀ: ନ୍ୟାଶନାଲ ହେରାଲ୍ଡ ଅର୍ଥ ହେରଫେର ମାମଲାରେ ପ୍ରଦର୍ଶନ ନିର୍ଦ୍ଦେଶାଳୟ (ED)ରେ ହାଜର ହୋଇଛନ୍ତି ରାହୁଲ ଗାନ୍ଧୀ । ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ଅନ୍ୟାନ୍ୟ ନେତା ଓ କର୍ମୀଙ୍କ ସହ ଇଡି କାର୍ୟ୍ୟାଳୟରେ ପହଞ୍ଚିଛନ୍ତି ରାହୁଲ । ରାହୁଲଙ୍କୁ ପଚରା ଉଚୁରା ଆରମ୍ଭ କରିଛି ଇଡି । ଯାଞ୍ଚ ଏଜେନ୍ସୀର ୩ ଅଧିକାରୀ ରାହୁଲଙ୍କୁ ଜେରା କରୁଛନ୍ତି । ଏହି ସମସ୍ତ ପ୍ରକ୍ରିୟା ଡେପୁଟି ନିର୍ଦ୍ଦେଶକ ପାହ୍ୟା ଅଫିସରଙ୍କ ତତ୍ତ୍ବାବଧାନରେ ଚାଲିଛି । ଯାହା ବିରୁଦ୍ଧରେ ସମଗ୍ର ଦେଶରେ ପାର୍ଟି ଅଫିସରେ ବିରୋଧ କରୁଛି କଂଗ୍ରେସ । ଶାସକ ବିଜେପି ବିରୁଦ୍ଧରେ ପ୍ରତିଶୋଧ ରାଜନୀତି କରୁଛି। ଇଡିର ଅପବ୍ୟବହାର କରି କେନ୍ଦ୍ର ସରକାର ଦଳକୁ ଟାର୍ଗେଟ କରୁଛନ୍ତି । କିନ୍ତୁ ଦଳ ପଛକୁ ହଟିବ ନାହିଁ ବରଂ ଏହା ବିରୁଦ୍ଧରେ ସତ୍ୟାଗ୍ରହ କରିବ ବୋଲି କହିଛି କଂଗ୍ରେସ । ଆଜି ଦଳର ବରିଷ୍ଠ ନେତା ଓ ସାଂସଦଙ୍କ ସହ ମାର୍ଚ୍ଚ କରି ରାହୁଲ ଇଡି ମୁଖ୍ୟାଳୟରେ ପହଞ୍ଚିବା ପାଇଁ ନିଷ୍ପତ୍ତି ନେଇଥିଲା କଂଗ୍ରେସ । କିନ୍ତୁ ଏଥିପାଇଁ ଅନୁମତି ଦେଇନଥିଲା ଦିଲ୍ଲୀ ପୁଲିସ ।

ଫଳରେ ରାହୁଲ କାର୍ଯ୍ଯର୍ତ୍ତାଙ୍କ ସହ ପାର୍ଟି ଅଫିସରୁ ପାଦରେ ମାର୍ଚ୍ଚ କରି ଇଡି ଅଫିସ ଯିବା ସମୟରେ ତାଙ୍କୁ ରାସ୍ତାରେ ଅଟକାଇଥିଲା ପୁଲିସ । ସେପଟେ ଇଡି ଅଫିସ ସାମନାରେ ପହଞ୍ଚି ବିରୋଧ କରିଥିଲେ ଦଳୀୟ କର୍ମୀ । ସେଣ୍ଟ୍ରାଲ ଦିଲ୍ଲୀରେ ପ୍ରଦର୍ଶନ କରୁଥିବା କର୍ମୀଙ୍କୁ ଉଠାଇ ନେଇଛି ପୁଲିସ । କଂଗ୍ରେସ ନେତା ଅଧିର ରଞ୍ଜନ ଚୌଧୁରୀ, କେସି ବେଣୁଗେପାଳ, ଦୀପେନ୍ଦ୍ର ଏସ ହୁଡ୍ଡା ଓ ଅଶୋକ ଗେହଲଟଙ୍କୁ ପୁଲିସ ଉଠାଇ ନେଇଛି । ରାହୁଲଙ୍କୁ ଇଡିର ସମନକୁ ବିରୋଧ କରି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, ମଧ୍ୟ ପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂ, ବରିଷ୍ଠ ନେତା ରଣଦୀପ ସୁରଜେୱାଲା ବିଜେପିକୁ ଟାର୍ଗେଟ କରିଛନ୍ତି ।

https://www.thesakala.in/national-international/rahul-gandhi-ed-summons/article-12405
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର