ଓଡ଼ିଶାର ଦ୍ରୌପଦୀ ମୁର୍ମୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ

The Sakala Picture
Published On

ନୂଆଦିଲ୍ଲୀ : ଓଡ଼ିଶାର ଦ୍ରୌପଦୀ ମୁର୍ମୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି। ଏନେଇ ପ୍ରେସମିଟ୍ କରି ଘୋଷଣା କରିଛନ୍ତି ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଜେପି ନଡ୍ଡା।ବିଜେପି ସଂସଦୀୟ ବୈଠକରେ ଦ୍ରୌପଦୀଙ୍କ ନାଁକୁ ନେଇ ଚର୍ଚ୍ଚା ପରେ ମୋହର ଲାଗିଛି । ଓଡିଶାର ଆଦିବାସୀ ନେତ୍ରୀ ହେଉଛନ୍ତି ଦ୍ରୌପଦୀ ମୁର୍ମୁ । ଓଡିଶାର ମୟୁରଭଞ୍ଜ ଜିଲ୍ଲାରେ ଦ୍ରୌପଦୀଙ୍କ ଘର । ଝାଡଖଣ୍ଡର ରାଜ୍ୟପାଳ ଭାବେ ଦାୟିତ୍ବ ତୁଲାଉଥିଲେ। ଆଜି ବିରୋଧୀ ଦଳ ପକ୍ଷରୁ ଯଶୱନ୍ତ ସିହ୍ନାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ […]

ନୂଆଦିଲ୍ଲୀ : ଓଡ଼ିଶାର ଦ୍ରୌପଦୀ ମୁର୍ମୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି। ଏନେଇ ପ୍ରେସମିଟ୍ କରି ଘୋଷଣା କରିଛନ୍ତି ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଜେପି ନଡ୍ଡା।ବିଜେପି ସଂସଦୀୟ ବୈଠକରେ ଦ୍ରୌପଦୀଙ୍କ ନାଁକୁ ନେଇ ଚର୍ଚ୍ଚା ପରେ ମୋହର ଲାଗିଛି । ଓଡିଶାର ଆଦିବାସୀ ନେତ୍ରୀ ହେଉଛନ୍ତି ଦ୍ରୌପଦୀ ମୁର୍ମୁ । ଓଡିଶାର ମୟୁରଭଞ୍ଜ ଜିଲ୍ଲାରେ ଦ୍ରୌପଦୀଙ୍କ ଘର । ଝାଡଖଣ୍ଡର ରାଜ୍ୟପାଳ ଭାବେ ଦାୟିତ୍ବ ତୁଲାଉଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ଆଜି ବିରୋଧୀ ଦଳ ପକ୍ଷରୁ ଯଶୱନ୍ତ ସିହ୍ନାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିବା ପରେ ଆଜି ବିଜେପି ନେତୃତ୍ୱାଧୀନ ଏନଡିଏ ମେଣ୍ଟର ବୈଠକ ବସିଥିଲା । ପାର୍ଟି ମୁଖ୍ୟାଳୟରେ ସଂସଦୀୟ ବୋର୍ଡର ସଦସ୍ୟମାନେ ବିଭିନ୍ନ ନାମକୁ ନେଇ ଚର୍ଚ୍ଚା କରିଥିଲେ । ନଡ୍ଡାଙ୍କ କହିବା ମୁତାବକ ପ୍ରାୟ ୨୦ଟି ନାମକୁ ନେଇ ଚର୍ଚ୍ଚା ଆଲୋଚନା ହୋଇଥିଲା । ଆଉ ଶେଷରେ ସଂସଦୀୟ ବୋର୍ଡ ଦ୍ରୌପଦୀ ମୁର୍ମୁଙ୍କ ନାଁରେ ମୋହର ମାରିଥିଲା । ତେବେ ଦ୍ରୌପଦୀ ମୁର୍ମୁଙ୍କର  ସିଧାସଳଖ ଲଢ଼େଇ ବିରୋଧୀ ମେଣ୍ଟର ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କ ସହ ହେବ।

ଆହୁରି ପଢ଼ନ୍ତୁ: ହୋଲି ରାତିରେ ଅମ୍ବିକାପୁରରେ ଲୋମହର୍ଷଣକାରୀ ଘଟଣା: ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ପୁଅ, ପାଣି ଟାଙ୍କିରେ ଲୁଚାଇଲା ଶବ

ତେବେ ରାଷ୍ଟ୍ରପତି ନିର୍ବାଚନ ବିଜୟ ପାଇଁ ବିଜେପି ପାଖରେ ପ୍ରାୟତଃ ନିର୍ବାଚନ ଜିତିବାକୁ ସଂଖ୍ୟା ଥିବାରୁ ଶ୍ରୀମତୀ ମୁର୍ମୁ ହିଁ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ହେବା ଏକ ପ୍ରକାରର ନିଶ୍ଚିତ ହୋଇଛି। ଯଦି ମୁର୍ମୁ ଜିତନ୍ତି, ତା’ହେଲେ ପ୍ରଥମ ଓଡ଼ିଆ ଭାବେ ସେ ରାଷ୍ଟ୍ରପତି ହେବେ। ସେହିପରି ଦେଶର ଦ୍ୱିତୀୟ ମହିଳା ରାଷ୍ଟ୍ରପତି ହେବେ। ଶ୍ରୀମତି ମୁର୍ମୁ ବିଜେପି ନେତୃତ୍ୱାଧୀନ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହେବା ପୂର୍ବରୁ ପ୍ରଥମ ଆଦିବାସୀ ମହିଳା ଭାବେ ଝାରଖଣ୍ଡର ରାଜ୍ୟପାଳ ହୋଇଥିଲେ। ୨୦୧୫ରୁ ୨୦୨୧ ଯାଏ ସେ ରାଜ୍ୟପାଳ ଭାବେ କାମ କରିଥିଲେ। ବିଜେଡି-ବିଜେପି ମେଣ୍ଟ ସରକାର ବେଳେ ସେ ଓଡ଼ିଶାରେ ମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ସୂଚନାଯୋଗ୍ୟ ଓଡିଶାର ମୟୁରଭଞ୍ଜ ଜିଲ୍ଲାରେ ଦ୍ରୌପଦୀଙ୍କ ଘର । ଦ୍ରୌପଦୀ  ୨୦ ଜୁନ ୧୯୫୮ରେ ଜନ୍ମ ଗ୍ରହଣ କରିଥିଲେ। ଆଦିବାସୀ ସମ୍ପ୍ରଦାୟରୁ ଆସିଥିବା ଦ୍ରୌପଦୀ ମୁର୍ମୁ ଜଣେ ଶିକ୍ଷକ ଭାବରେ କାର୍ଯ୍ୟ ଆରମ୍ଭ କରିଥିଲେ । ଏହାପରେ  ଜଳସେଚନ ବିଭାଗରେ କନିଷ୍ଠ ସହାୟକ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ । ୧୯୯୭ ମସିହାରେ ରାଜନୀତିକୁ ପ୍ରବେଶ କରିଥିଲେ ଦ୍ରୌପଦୀ ମୁର୍ମୁ। ୧୯୯୭ରେ ଓ୍ବାର୍ଡ ସଭ୍ୟ ଭାବେ ନିର୍ବାଚିତ ହେବା ପରେ ରାଇରଙ୍ଗପୁର ପୌରାଧ୍ୟକ୍ଷା ପଦ ସମ୍ଭାଳିଥିଲେ । ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ୨୦୦୦ ଏବଂ ୨୦୦୪ରେ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଛନ୍ତି ।

ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ସ୍ୱାଧୀନ ବାଣିଜ୍ୟ ଏବଂ ଗମନାଗମନ ମନ୍ତ୍ରୀ ଭାବେ ମାର୍ଚ୍ଚ ୬, ୨୦୦୦ରୁ ଅଗଷ୍ଟ ୬, ୨୦୦୨ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଏବଂ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ୟ୍ୟନ୍ତ କାର୍ଯ୍ୟ କରିଥିଲେ । ୧୯୯୭ରୁ ସେ ବିଜେପିର ଆଦିବାସୀ ମୋର୍ଚ୍ଚା ସହ ଜଡ଼ିତ । ୧୯୯୭ରେ ଦ୍ରୌପଦୀ ମୁର୍ମୁଙ୍କୁ ଭାରତୀୟ ଜନତା ପାର୍ଟିର ଆଦିବାସୀ ମୋର୍ଚ୍ଚାର ଉପ-ସଭାପତି ପଦ ମିଳିଥିଲା । ୨୦୦୦ରୁ ୨୦୦୯ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ଆଦିବାସୀ ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟା ରହିଛନ୍ତି । ୨୦୦୬ରୁ ୨୦୦୯ ପର୍ୟ୍ୟନ୍ତ ଭାରତୀୟ ଜନତା ପାର୍ଟି ଆଦିବାସୀ ମୋର୍ଚ୍ଚାର ରାଜ୍ୟ ଅଧ୍ୟକ୍ଷା ରହିଛନ୍ତି । ୨୦୧୦ରେ ମୟୂରଭଞ୍ଜର ଭାରତୀୟ ଜନତା ପାର୍ଟି (ପୂର୍ବ)ର ଜିଲ୍ଲା ଅଧ୍ୟକ୍ଷା ରହିଛନ୍ତି । ୨୦୧୩ରୁ ଏପ୍ରିଲ ୧୦, ୨୦୧୫ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି (ପୂର୍ବ)ର ଜିଲ୍ଲା ଅଧ୍ୟକ୍ଷା ଓ ୨୦୧୩ରୁ ଏପ୍ରିଲ ୧୦, ୨୦୧୫ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ଆଦିବାସୀ ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟା ରହିଛନ୍ତି ।୨୦୧୫ ମସିହାରେ ମୁର୍ମୁ ଝାଡ଼ଖଣ୍ଡର ପ୍ରଥମ ମହିଳା ରାଜ୍ୟପାଳ ଭାବରେ ନିଯୁକ୍ତ ହୋଇଥିଲେ ।

21 Jun 2022 By The Sakala

ଓଡ଼ିଶାର ଦ୍ରୌପଦୀ ମୁର୍ମୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ : ଓଡ଼ିଶାର ଦ୍ରୌପଦୀ ମୁର୍ମୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି। ଏନେଇ ପ୍ରେସମିଟ୍ କରି ଘୋଷଣା କରିଛନ୍ତି ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଜେପି ନଡ୍ଡା।ବିଜେପି ସଂସଦୀୟ ବୈଠକରେ ଦ୍ରୌପଦୀଙ୍କ ନାଁକୁ ନେଇ ଚର୍ଚ୍ଚା ପରେ ମୋହର ଲାଗିଛି । ଓଡିଶାର ଆଦିବାସୀ ନେତ୍ରୀ ହେଉଛନ୍ତି ଦ୍ରୌପଦୀ ମୁର୍ମୁ । ଓଡିଶାର ମୟୁରଭଞ୍ଜ ଜିଲ୍ଲାରେ ଦ୍ରୌପଦୀଙ୍କ ଘର । ଝାଡଖଣ୍ଡର ରାଜ୍ୟପାଳ ଭାବେ ଦାୟିତ୍ବ ତୁଲାଉଥିଲେ।

ଆଜି ବିରୋଧୀ ଦଳ ପକ୍ଷରୁ ଯଶୱନ୍ତ ସିହ୍ନାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିବା ପରେ ଆଜି ବିଜେପି ନେତୃତ୍ୱାଧୀନ ଏନଡିଏ ମେଣ୍ଟର ବୈଠକ ବସିଥିଲା । ପାର୍ଟି ମୁଖ୍ୟାଳୟରେ ସଂସଦୀୟ ବୋର୍ଡର ସଦସ୍ୟମାନେ ବିଭିନ୍ନ ନାମକୁ ନେଇ ଚର୍ଚ୍ଚା କରିଥିଲେ । ନଡ୍ଡାଙ୍କ କହିବା ମୁତାବକ ପ୍ରାୟ ୨୦ଟି ନାମକୁ ନେଇ ଚର୍ଚ୍ଚା ଆଲୋଚନା ହୋଇଥିଲା । ଆଉ ଶେଷରେ ସଂସଦୀୟ ବୋର୍ଡ ଦ୍ରୌପଦୀ ମୁର୍ମୁଙ୍କ ନାଁରେ ମୋହର ମାରିଥିଲା । ତେବେ ଦ୍ରୌପଦୀ ମୁର୍ମୁଙ୍କର  ସିଧାସଳଖ ଲଢ଼େଇ ବିରୋଧୀ ମେଣ୍ଟର ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କ ସହ ହେବ।

ତେବେ ରାଷ୍ଟ୍ରପତି ନିର୍ବାଚନ ବିଜୟ ପାଇଁ ବିଜେପି ପାଖରେ ପ୍ରାୟତଃ ନିର୍ବାଚନ ଜିତିବାକୁ ସଂଖ୍ୟା ଥିବାରୁ ଶ୍ରୀମତୀ ମୁର୍ମୁ ହିଁ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ହେବା ଏକ ପ୍ରକାରର ନିଶ୍ଚିତ ହୋଇଛି। ଯଦି ମୁର୍ମୁ ଜିତନ୍ତି, ତା’ହେଲେ ପ୍ରଥମ ଓଡ଼ିଆ ଭାବେ ସେ ରାଷ୍ଟ୍ରପତି ହେବେ। ସେହିପରି ଦେଶର ଦ୍ୱିତୀୟ ମହିଳା ରାଷ୍ଟ୍ରପତି ହେବେ। ଶ୍ରୀମତି ମୁର୍ମୁ ବିଜେପି ନେତୃତ୍ୱାଧୀନ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହେବା ପୂର୍ବରୁ ପ୍ରଥମ ଆଦିବାସୀ ମହିଳା ଭାବେ ଝାରଖଣ୍ଡର ରାଜ୍ୟପାଳ ହୋଇଥିଲେ। ୨୦୧୫ରୁ ୨୦୨୧ ଯାଏ ସେ ରାଜ୍ୟପାଳ ଭାବେ କାମ କରିଥିଲେ। ବିଜେଡି-ବିଜେପି ମେଣ୍ଟ ସରକାର ବେଳେ ସେ ଓଡ଼ିଶାରେ ମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ।

ସୂଚନାଯୋଗ୍ୟ ଓଡିଶାର ମୟୁରଭଞ୍ଜ ଜିଲ୍ଲାରେ ଦ୍ରୌପଦୀଙ୍କ ଘର । ଦ୍ରୌପଦୀ  ୨୦ ଜୁନ ୧୯୫୮ରେ ଜନ୍ମ ଗ୍ରହଣ କରିଥିଲେ। ଆଦିବାସୀ ସମ୍ପ୍ରଦାୟରୁ ଆସିଥିବା ଦ୍ରୌପଦୀ ମୁର୍ମୁ ଜଣେ ଶିକ୍ଷକ ଭାବରେ କାର୍ଯ୍ୟ ଆରମ୍ଭ କରିଥିଲେ । ଏହାପରେ  ଜଳସେଚନ ବିଭାଗରେ କନିଷ୍ଠ ସହାୟକ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ । ୧୯୯୭ ମସିହାରେ ରାଜନୀତିକୁ ପ୍ରବେଶ କରିଥିଲେ ଦ୍ରୌପଦୀ ମୁର୍ମୁ। ୧୯୯୭ରେ ଓ୍ବାର୍ଡ ସଭ୍ୟ ଭାବେ ନିର୍ବାଚିତ ହେବା ପରେ ରାଇରଙ୍ଗପୁର ପୌରାଧ୍ୟକ୍ଷା ପଦ ସମ୍ଭାଳିଥିଲେ । ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ୨୦୦୦ ଏବଂ ୨୦୦୪ରେ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଛନ୍ତି ।

ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ସ୍ୱାଧୀନ ବାଣିଜ୍ୟ ଏବଂ ଗମନାଗମନ ମନ୍ତ୍ରୀ ଭାବେ ମାର୍ଚ୍ଚ ୬, ୨୦୦୦ରୁ ଅଗଷ୍ଟ ୬, ୨୦୦୨ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଏବଂ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ୟ୍ୟନ୍ତ କାର୍ଯ୍ୟ କରିଥିଲେ । ୧୯୯୭ରୁ ସେ ବିଜେପିର ଆଦିବାସୀ ମୋର୍ଚ୍ଚା ସହ ଜଡ଼ିତ । ୧୯୯୭ରେ ଦ୍ରୌପଦୀ ମୁର୍ମୁଙ୍କୁ ଭାରତୀୟ ଜନତା ପାର୍ଟିର ଆଦିବାସୀ ମୋର୍ଚ୍ଚାର ଉପ-ସଭାପତି ପଦ ମିଳିଥିଲା । ୨୦୦୦ରୁ ୨୦୦୯ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ଆଦିବାସୀ ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟା ରହିଛନ୍ତି । ୨୦୦୬ରୁ ୨୦୦୯ ପର୍ୟ୍ୟନ୍ତ ଭାରତୀୟ ଜନତା ପାର୍ଟି ଆଦିବାସୀ ମୋର୍ଚ୍ଚାର ରାଜ୍ୟ ଅଧ୍ୟକ୍ଷା ରହିଛନ୍ତି । ୨୦୧୦ରେ ମୟୂରଭଞ୍ଜର ଭାରତୀୟ ଜନତା ପାର୍ଟି (ପୂର୍ବ)ର ଜିଲ୍ଲା ଅଧ୍ୟକ୍ଷା ରହିଛନ୍ତି । ୨୦୧୩ରୁ ଏପ୍ରିଲ ୧୦, ୨୦୧୫ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି (ପୂର୍ବ)ର ଜିଲ୍ଲା ଅଧ୍ୟକ୍ଷା ଓ ୨୦୧୩ରୁ ଏପ୍ରିଲ ୧୦, ୨୦୧୫ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ଆଦିବାସୀ ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟା ରହିଛନ୍ତି ।୨୦୧୫ ମସିହାରେ ମୁର୍ମୁ ଝାଡ଼ଖଣ୍ଡର ପ୍ରଥମ ମହିଳା ରାଜ୍ୟପାଳ ଭାବରେ ନିଯୁକ୍ତ ହୋଇଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର