ମହାରାଷ୍ଟ୍ର ରାଜନୀତି: ଏକନାଥ ସିନ୍ଦେ ମୁଖ୍ଯମନ୍ତ୍ରୀ, ଫଡ଼ନାଭିସ ଉପମୁଖ୍ଯମନ୍ତ୍ରୀ
ମୁମ୍ବାଇ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏକନାଥ ସିନ୍ଦେ। ସିନ୍ଦେଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ ଭଗତ ସିଂ କୋସିୟାରୀ। ସେହିପରି ବିଜେପି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ ମହାରାଷ୍ଟ୍ରର ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ସୂଚନା ଅନୁଯାୟୀ, ନିଜକୁ ସରକାରରୁ ବାହାରେ ରଖିବେ ବୋଲି କହିଥିଲେ ଫଡନବୀଶ । ତେବେ ବିଜେପି ଜାତୀୟ ସଭାପତି ଜେ.ପି.ନଡ୍ଡା ସିନ୍ଦେଙ୍କ ସରକାରରେ ଫଡନବୀଶ ଉପମୁଖ୍ୟମନ୍ତ୍ରୀ ରହିବେ ବୋଲି […]
ମୁମ୍ବାଇ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏକନାଥ ସିନ୍ଦେ। ସିନ୍ଦେଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ ଭଗତ ସିଂ କୋସିୟାରୀ। ସେହିପରି ବିଜେପି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ ମହାରାଷ୍ଟ୍ରର ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ।
ଆହୁରି ପଢ଼ନ୍ତୁ: ଇରାନ ସହ ତିକ୍ତତା ମଧ୍ୟରେ ୨୫୦ ଦିନର ଲମ୍ବା ମିଶନ ପରେ ଥାଇଲାଣ୍ଡରେ ପହଞ୍ଚିଲା ଆମେରିକୀୟ ଯୁଦ୍ଧପୋତ 'ୟୁଏସଏସ ଅବ୍ରାହମ ଲିଙ୍କନ'
ସୂଚନା ଅନୁଯାୟୀ, ନିଜକୁ ସରକାରରୁ ବାହାରେ ରଖିବେ ବୋଲି କହିଥିଲେ ଫଡନବୀଶ । ତେବେ ବିଜେପି ଜାତୀୟ ସଭାପତି ଜେ.ପି.ନଡ୍ଡା ସିନ୍ଦେଙ୍କ ସରକାରରେ ଫଡନବୀଶ ଉପମୁଖ୍ୟମନ୍ତ୍ରୀ ରହିବେ ବୋଲି ସନ୍ଧ୍ୟାରେ ଟ୍ୱିଟ୍ କରିଥିଲେ।
ଖବର ଅନୁଯାୟୀ, ବୁଧବାର ରାତିରେ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟର ନିଜର ଅଭିଭାଷଣ ରଖିବା ସହ ଉଦ୍ଧବ ଠାକରେ ଇସ୍ତଫା ଘୋଷଣା କରିଥିଲେ । ଏହା ସହିତ ମହାରାଷ୍ଟ୍ରରେ ଗତ ଅଢେଇ ବର୍ଷ ଧରି ଶାସନ କରୁଥିବା ମହାବିକାଶ ଅଘାଡି (ଏମଭିଏ) ସରକାରର ପତନ ହୋଇଥିଲା।
ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ରଘୁବୀର ଘାଟରେ ପୁଣି ଭୂସ୍ଖଳନ: ରତ୍ନଗିରି-ସାତାରା ରାସ୍ତା ବନ୍ଦ, ଫସିଲା ଯାତ୍ରୀବାହୀ ବସ୍






