ନୂପୁର ଶର୍ମାଙ୍କୁ ବଡ଼ ଆଶ୍ୱସ୍ତି : ଅଗଷ୍ଟ ୧୦ ଯାଏଁ କରାଯାଇପାରିବ ନାହିଁ ଗିରଫ, ଅନ୍ତରୀଣ ସୁରକ୍ଷା ଦେଲେ ସୁପ୍ରିମକୋର୍ଟ

The Sakala Picture
Published On

ନୂଆଦିଲ୍ଲୀ : ପ୍ରଫେଟ ମହମ୍ମଦଙ୍କ ଉପରେ ବିବାଦୀୟ ଟିପ୍ପଣୀ ଦେଇଥିବା ବିଜେପିର ପୂର୍ବତନ ମୁଖପାତ୍ର ନୂପୁର ଶର୍ମାଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ବିବାଦୀୟ ବୟାନ ମାମଲାରେ ବିଜେପିର ପୂର୍ବତନ ମୁଖପାତ୍ର ନୂପୁର ଶର୍ମାଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ । ଆସନ୍ତା ଅଗଷ୍ଟ ୧୦ ପର୍ଯ୍ୟନ୍ତ ତାଙ୍କୁ ଗିରଫ କିମ୍ବା ତାଙ୍କ ବିରୋଧରେ କୌଣସି କାର୍ୟ୍ୟାନୁଷ୍ଠାନ ନେବା ଉପରେ ସ୍ଥଗିତାଦେଶ ଲଗାଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ।ମହାପୁରୁଷ ମହମ୍ମଦଙ୍କ ବିବୃତ୍ତି ପ୍ରସଙ୍ଗରେ ସୁପ୍ରିମକୋର୍ଟରେ ଆଜି ଶୁଣାଣୀ ହୋଇଥିବା ବେଳେ ତାଙ୍କ […]

ନୂଆଦିଲ୍ଲୀ : ପ୍ରଫେଟ ମହମ୍ମଦଙ୍କ ଉପରେ ବିବାଦୀୟ ଟିପ୍ପଣୀ ଦେଇଥିବା ବିଜେପିର ପୂର୍ବତନ ମୁଖପାତ୍ର ନୂପୁର ଶର୍ମାଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ବିବାଦୀୟ ବୟାନ ମାମଲାରେ ବିଜେପିର ପୂର୍ବତନ ମୁଖପାତ୍ର ନୂପୁର ଶର୍ମାଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ । ଆସନ୍ତା ଅଗଷ୍ଟ ୧୦ ପର୍ଯ୍ୟନ୍ତ ତାଙ୍କୁ ଗିରଫ କିମ୍ବା ତାଙ୍କ ବିରୋଧରେ କୌଣସି କାର୍ୟ୍ୟାନୁଷ୍ଠାନ ନେବା ଉପରେ ସ୍ଥଗିତାଦେଶ ଲଗାଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ।ମହାପୁରୁଷ ମହମ୍ମଦଙ୍କ ବିବୃତ୍ତି ପ୍ରସଙ୍ଗରେ ସୁପ୍ରିମକୋର୍ଟରେ ଆଜି ଶୁଣାଣୀ ହୋଇଥିବା ବେଳେ ତାଙ୍କ ଗିରଫଦାରୀ ଉପରେ ରୋକ ଲଗାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେହି ଦିନ ମାମଲାର ପରବର୍ତ୍ତୀ ଶୁଣାଣି ମଧ୍ୟ ସ୍ଥିର କରାଯାଇଛି।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

ଏନେଇ କୋର୍ଟ କେନ୍ଦ୍ର ସରକାରଙ୍କ ସହିତ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଥିବା ରାଜ୍ୟମାନଙ୍କୁ ନୋଟିସ ଜାରି କରିଛନ୍ତି।ଏଥିସହ ନୂପୁର ଶର୍ମାଙ୍କ ନାଁରେ ରୁଜୁ ହୋଇଥିବା ଏକାଧିକ ଏଫଆଇଆରକୁ ଏକାଠି କରିବା ପାଇଁ ସେ କରିଥିବା ଆବେଦନର ଜବାବ ରଖିବାକୁ ସୁପ୍ରିମକୋର୍ଟ ରାଜ୍ୟଗୁଡ଼ିକୁ କହିଛନ୍ତି। ରାଜ୍ୟଗୁଡ଼ିକ ଜବାବ ଦେବା ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ମାମଲାର ଶୁଣାଣି ନ ହେବା ଯାଏ ନୂପୁର ଶର୍ମା ଗିରଫ ହୋଇପାରିବେ ନାହିଁ। ତାଙ୍କ ନାଁରେ ମୋଟ ୯ଟି ଏଫଆଇଆର ବିଭିନ୍ନ ରାଜ୍ୟରେ ରୁଜୁ ହୋଇଛି। ଏଗୁଡ଼ିକ ଏକାଠି କରି ଦିଲ୍ଲୀକୁ ସ୍ଥାନାନ୍ତର କରିବାକୁ ସେ ଆବେଦନ କରିଥିଲେ। ସୁପ୍ରିମକୋର୍ଟ ଏବେ ଏହାର ଶୁଣାଣି ଅଗଷ୍ଟ ୧୦ରେ କରିବେ।ଜଷ୍ଟିସ ସୂର୍ଯ୍ୟକାନ୍ତ ଓ ଜଷ୍ଟିସ ଜେବି ପାର୍ଦିଓ୍ବାଲାଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି

ଆହୁରି ପଢ଼ନ୍ତୁ: ଦିଲ୍ଲୀ ସତ୍ୟ ନିକେତନରେ ୨୭ ଘଣ୍ଟା ପରେ ରେସ୍କ୍ୟୁ ଅପରେସନ୍ ଶେଷ, ୭ ମୃତକଙ୍କ ମଧ୍ୟରେ ୫ ଛାତ୍ର

ଏପରିକି ତାଙ୍କ ଜୀବନ ପ୍ରତି ବିପଦ ଥିବା ମଧ୍ୟ କୋର୍ଟ କହିଛନ୍ତି । ଏପରି ସ୍ଥିତିରେ ବିଭିନ୍ନ ହାଇକୋର୍ଟ ଯାଇପାରିବେ ନାହିଁ ଏବଂ ତାଙ୍କ ଜୀବନର ସୁରକ୍ଷା କରିବା ଆମର କର୍ତ୍ତବ୍ୟ ବୋଲି କୋର୍ଟ କହିଛନ୍ତି ।ସର୍ବୋଚ୍ଚ ଅଦାଲତ କହିଛନ୍ତି, ଏପରି ଅନେକ ଘଟଣା ସାମନାକୁ ଆସିଛି ଯେଉଁଥିରେ ନୂପୁର ଶର୍ମାଙ୍କୁ ଧମକ ଦିଆଯାଇଛି । ଏଥିରେ ଆଜମେର ସରିଫର ସଲମାନ ଚିସ୍ତିର ବୟାନ ଏବଂ ୟୁପିର ଜଣେ ନାଗରିକ ମଧ୍ୟ ନୂପୁରଙ୍କ ଧମକ ଦେଇଥିଲେ । ପଶ୍ଚିମବଙ୍ଗରେ ମଧ୍ୟ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି ଏବଂ କୋଲକାତା ପୋଲିସ ତାଙ୍କ ବିରୋଧରେ ଲୁକ୍ ଆଉଟ ନୋଟିସ ଜାରି କରିଛି । ତେବେ ଏପରି ସ୍ଥିତିରେ ସେ ହାଇକୋର୍ଟ ଯିବାକୁ ସକ୍ଷମ ନୁହନ୍ତି ।

ଆହୁରି ପଢ଼ନ୍ତୁ: ପ୍ରତିରକ୍ଷା ବାହିନୀ ପାଇଁ ୧.୧୦ ଲକ୍ଷ କୋଟି ଟଙ୍କାର ଅସ୍ତ୍ରଶସ୍ତ୍ର ଓ ଉପକରଣ କ୍ରୟ ପ୍ରସ୍ତାବକୁ DACର ମଞ୍ଜୁରୀ

ଏହି ବିଜ୍ଞପ୍ତିରେ ନୂପୁର ଶର୍ମାଙ୍କ ବିରୋଧରେ ପଞ୍ଜୀକୃତ ମାମଲା କାହିଁକି ଗୋଟିଏ ସ୍ଥାନକୁ ସ୍ଥାନାନ୍ତର କରାଯିବା ଉଚିତ କି ନୁହେଁ ତାହା କୋର୍ଟ ରାଜ୍ୟ ତଥା କେନ୍ଦ୍ର ସରକାରଙ୍କୁ ପଚାରିଛନ୍ତି। ରାଜ୍ୟ ତଥା କେନ୍ଦ୍ରର ଉତ୍ତର ପରେ ମାମଲା ହସ୍ତାନ୍ତର ନିଷ୍ପତ୍ତି କୋର୍ଟ ଗ୍ରହଣ କରିବେ ।ମାମଲାର ଶୁଣାଣି ସମୟରେ ସୁପ୍ରିମକୋର୍ଟ କହିଛନ୍ତି ଯେ ଆମେ ଆମର ପୂର୍ବ ଆଦେଶରେ ସାମାନ୍ୟ ସଂଶୋଧନ କରୁଛୁ। ଆମେ ଚାହୁଁନାହୁଁ ତୁମେ ପ୍ରତ୍ୟେକ କୋର୍ଟକୁ ଯାଅ। ନୂପୁର ଶର୍ମାଙ୍କ ଦ୍ୱାରା ଦାଖଲ ହୋଇଥିବା ଆବେଦନରେ କୁହାଯାଇଛି ଯେ ତାଙ୍କ ବିରୋଧରେ ବିଭିନ୍ନ ସ୍ଥାନରେ ୯ ଟି ଏଫଆଇଆର୍‌ ପଞ୍ଜୀକୃତ ହୋଇଛି ଏବଂ ଏସବୁକୁ ଗୋଟିଏ ସ୍ଥାନକୁ ସ୍ଥାନାନ୍ତର କରାଯିବା ଉଚିତ ଯାହା ଦ୍ୱାରା ତାଙ୍କୁ ଦେଶର ବିଭିନ୍ନ ସହରକୁ ଯିବାକୁ ପଡିବ ନାହିଁ। ନୂପୁର ଶର୍ମାଙ୍କ ଓକିଲ ମନିନ୍ଦର ସିଂ କହିଛନ୍ତି ଯେ ନୂପୁରଙ୍କ ଜୀବନ ପ୍ରତି ବିପଦରେ ଅଛି । ତାଙ୍କୁ ଏନେଇ ଧମକ ମଧ୍ୟ ମିଳିଛି। ଏହାର ଶୁଣାଣି କରି କୋର୍ଟ କହିଛନ୍ତି ଯେ ଆମେ ଆପଣଙ୍କର ଆଇନଗତ ବିକଳ୍ପକୁ ସମର୍ଥନ କରିବାକୁ ଚାହୁଁଛୁ ।

ସୂଚନାଯୋଗ୍ୟ ଗତ ମେ ମାସରେ ଏକ ଟିଭି ବିତର୍କରେ ଯୋଗ ଦେବାବେଳେ ନୂପୁର କେତେକ ବିବାଦୀୟ ଇସଲାମ ବିରୋଧୀ ମନ୍ତବ୍ୟ ଦେଇଥିଲେ । ଏହାକୁ ନେଇ ମୁସଲିମ ଜଗତରେ ତୀବ୍ର ବିରୋଧ ହେବା ପରେ ବିଜେପି ପକ୍ଷରୁ ନୂପୁର ଓ ଦିଲ୍ଲୀ ୟୁନିଟ ମିଡିଆ ସେଲ ମୁଖ୍ୟ ନବୀନ ଜିନ୍ଦଲଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା । ନୂପୁରଙ୍କୁ ନିଲମ୍ବିତ କରାଯିବା ସହ ନବୀନଙ୍କୁ ବହିଷ୍କାର କରାଯାଇଥିଲା । ଏହା ସତ୍ତ୍ବେ ବିଶ୍ବର ମୁସଲିମ ଦେଶମାନେ ଏହାକୁ ନିନ୍ଦା କରିଥିଲେ ଓ ଏହାକୁ ନେଇ ଭାରତ ସରକାରଙ୍କ ନିକଟରେ ପ୍ରତିବାଦ କରିଥିଲେ । ଏହା ପରେ ଭାରତରେ ମୁସଲିମମାନେ ବି ଆନ୍ଦୋଳନ କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର