୧୪ତମ ଉପ-ରାଷ୍ଟ୍ରପତି ଭାବେ ଶପଥ ନେଲେ ଜଗଦୀପ ଧନଖଡ

The Sakala Picture
Published On

ନୂଆଦିଲ୍ଲୀ : ଦେଶର ଚତୁର୍ଦ୍ଦଶ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ଜଗଦୀପ ଧନଖଡ । ଭାରତର ଉପ-ରାଷ୍ଟ୍ରପତିଙ୍କୁ ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭବନର ସେଣ୍ଟ୍ରାଲ ହଲ୍‌ରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଲୋକସଭା ବାଚସ୍ପତି ଓମ୍‌ ବିର୍ଲା, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପୂର୍ବତନ ଉପ-ରାଷ୍ଟ୍ରପତି ଭେଙ୍କୟା ନାୟଡୁ, ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ବହୁ […]

ନୂଆଦିଲ୍ଲୀ : ଦେଶର ଚତୁର୍ଦ୍ଦଶ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ଜଗଦୀପ ଧନଖଡ । ଭାରତର ଉପ-ରାଷ୍ଟ୍ରପତିଙ୍କୁ ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭବନର ସେଣ୍ଟ୍ରାଲ ହଲ୍‌ରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଲୋକସଭା ବାଚସ୍ପତି ଓମ୍‌ ବିର୍ଲା, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପୂର୍ବତନ ଉପ-ରାଷ୍ଟ୍ରପତି ଭେଙ୍କୟା ନାୟଡୁ, ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ମଧ୍ୟପ୍ରାଚ୍ୟରେ ଘନଉଛି ଯୁଦ୍ଧ ଆଶଙ୍କା: ଆମେରିକାର ଅତ୍ୟାଧୁନିକ ଏମକ୍ୟୁ-୯ ରିପର୍ ଡ୍ରୋନ୍‌କୁ ଖସାଇଲା ଇରାନ

ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ଦେଶର ଚତୁର୍ଦ୍ଦଶ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି । ଗତକାଲି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ ଶେଷ ହୋଇଛି । ଚଳିତ ଉପରାଷ୍ଟ୍ରପତି ନିର୍ବାଚନରେ ଜଗଦୀପ ଧନଖଡ଼ ନିଜ ପ୍ରତିଦ୍ୱନ୍ଦି ଏମ ଆଲଭାଙ୍କୁ ହରାଇ ନିର୍ବାଚନ ଜିତିଥିଲେ । ଧନଖଡ଼ଙ୍କ ସପକ୍ଷରେ ୫୨୮ଟି ଭୋଟ୍ ପଡ଼ିଥିବା ବେଳେ ଆଲଭାଙ୍କ ସପକ୍ଷରେ ୧୮୨ ଖଣ୍ଡ ଭୋଟ୍ ପଡ଼ିଥିଲା ।

ଆହୁରି ପଢ଼ନ୍ତୁ: ସାଉଦି ଆରବର କିଙ୍ଗ ଫାହଦ ବିମାନବନ୍ଦର ଉପରେ ଅତର୍କିତ ଡ୍ରୋନ୍ ଆକ୍ରମଣ: ଏକାଧିକ ବିମାନର ଗତିପଥ ପରିବର୍ତ୍ତନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର