ଅରୁଣାଚଳ ପ୍ରଦେଶର ଇଟାନଗରରେ ଭୟାବହ ଅଗ୍ନିକାଣ୍ଡ; ଜଳିପୋଡ଼ି ପାଉଁଶ ହୋଇଗଲା ୭୦୦ ଦୋକାନ

The Sakala Picture
Published On

ଇଟାନଗର: ଅରୁଣାଚଳ ପ୍ରଦେଶର ରାଜଧାନୀ ଇଟାନଗର ନିକଟସ୍ଥ ନହରାଲାଗୁନ ଦୈନିକ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ଭୟାବହ ଅଗ୍ନିକାଣ୍ଡରେ ପ୍ରାୟ ୭ଶହ ଦୋକାନ ଜଳିପୋଡି ପାଉଁଶ ହୋଇଯାଇଛି। ଅଗ୍ନିଶମ ବିଭାଗ ପକ୍ଷରୁ କୁହାଯାଇଛି ଯେ ଦୋକାନଗୁଡ଼ିକ ବାଉଁଶ ଓ କାଠରେ ତିଆରି ହୋଇ ଶୁଖିଲା ଦ୍ରବ୍ୟରେ ଭର୍ତି ହୋଇଥିବାରୁ ନିଆଁ ଶୀଘ୍ର ବ୍ୟାପିଯାଇଥିଲା। ତେବେ ଏହି ଅଗ୍ନିକାଣ୍ଡରେ କୋଟି କୋଟି ଟଙ୍କା କ୍ଷତି ହୋଇଥିବାର ଆଶଙ୍କା କରାଯାଉଛି। ଦୀପାବଳି ପାଇଁ ଫୁଟାଯାଇଥିବା ବାଣରୁ […]

ଇଟାନଗର: ଅରୁଣାଚଳ ପ୍ରଦେଶର ରାଜଧାନୀ ଇଟାନଗର ନିକଟସ୍ଥ ନହରାଲାଗୁନ ଦୈନିକ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ଭୟାବହ ଅଗ୍ନିକାଣ୍ଡରେ ପ୍ରାୟ ୭ଶହ ଦୋକାନ ଜଳିପୋଡି ପାଉଁଶ ହୋଇଯାଇଛି। ଅଗ୍ନିଶମ ବିଭାଗ ପକ୍ଷରୁ କୁହାଯାଇଛି ଯେ ଦୋକାନଗୁଡ଼ିକ ବାଉଁଶ ଓ କାଠରେ ତିଆରି ହୋଇ ଶୁଖିଲା ଦ୍ରବ୍ୟରେ ଭର୍ତି ହୋଇଥିବାରୁ ନିଆଁ ଶୀଘ୍ର ବ୍ୟାପିଯାଇଥିଲା। ତେବେ ଏହି ଅଗ୍ନିକାଣ୍ଡରେ କୋଟି କୋଟି ଟଙ୍କା କ୍ଷତି ହୋଇଥିବାର ଆଶଙ୍କା କରାଯାଉଛି। ଦୀପାବଳି ପାଇଁ ଫୁଟାଯାଇଥିବା ବାଣରୁ ଏହି ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ମାତ୍ର ନିଆଁ ଲାଗିବାର ପ୍ରକୃତ କାରଣ ସ୍ପଷ୍ଟ ହୋଇନଥିବା କଥା କହିଛି ପୋଲିସ ।

ଆହୁରି ପଢ଼ନ୍ତୁ: ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ର ହେଲେ ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ସିଇଓ

ଆଜି ଭୋରରୁ ପ୍ରାୟ ଦୁଇଟି ଦୋକାନରେ ନିଆଁ ଲାଗିଯାଇଥିଲା । ହେଲେ ଏହି ନିଆଁ ଏତେ ଭୟଙ୍କର ରୂପ ନେଇଥିଲା କି, ଆଖି ପିଛୁଳାକେ ନିଆଁ ଅନ୍ୟ ଦୋକାନକୁ ବ୍ୟାପିଥିଲା । ଭୋରରୁ ନିଆଁ ଲାଗିଥିବାରୁ କେହି ମୃତାହତ ହୋଇଥିବାର ସୂଚନା ମିଳିନାହିଁ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ ବୋଲି ଅଗ୍ନିଶମ ଅଧିକାରୀ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ନେପାଳକୁ ପ୍ରତି ବିପଦର ଆଗୁଆ ସୂଚନା ଦେବ ଚୀନ୍!

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର