୫୦ ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ଼

The Sakala Picture
Published On

ନୂଆଦିଲ୍ଲୀ: ଆଜି ଶପଥ ନେଲେ ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ଼ । ଦେଶର ୫୦ ତମ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ଼ ଆଜି ଶପଥଗ୍ରହଣ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ଼ଙ୍କୁ ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି ଭାବେ  ଶପଥପାଠ କରାଇଛନ୍ତି । ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ଼ଙ୍କ କାର୍ଯ୍ଯକାଳ ୨ ବର୍ଷ ରହିବ । ୨୦୨୪ ନଭେମ୍ବର ୧୦ରେ ଅବସର ନେବେ ମୁଖ୍ୟ ବିଚାରପତି । […]

ନୂଆଦିଲ୍ଲୀ: ଆଜି ଶପଥ ନେଲେ ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ଼ । ଦେଶର ୫୦ ତମ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ଼ ଆଜି ଶପଥଗ୍ରହଣ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ଼ଙ୍କୁ ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି ଭାବେ  ଶପଥପାଠ କରାଇଛନ୍ତି । ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ଼ଙ୍କ କାର୍ଯ୍ଯକାଳ ୨ ବର୍ଷ ରହିବ । ୨୦୨୪ ନଭେମ୍ବର ୧୦ରେ ଅବସର ନେବେ ମୁଖ୍ୟ ବିଚାରପତି । ପୂର୍ବରୁ ଚନ୍ଦ୍ରଚୂଡ଼ ଆହ୍ଲାବାଦ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଲାଇଛନ୍ତି ।

ଆହୁରି ପଢ଼ନ୍ତୁ: ଇରାନ ସହ ଯୁଦ୍ଧ ପ୍ରସ୍ତୁତି: ୨୦୨୭ ଯାଏଁ ମଧ୍ୟପ୍ରାଚ୍ୟରେ ମୁତୟନ ରହିବେ ଆମେରିକୀୟ ସେନା

ବିଚାରପତି ଚନ୍ଦ୍ରଚୂଡ଼ ୧୧ ନଭେମ୍ବର ୧୯୫୯ ରେ ଜନ୍ମ ହୋଇଥିଲେ ଏବଂ ୧୩ ମେ ୨୦୧୬ ରେ ସୁପ୍ରିମକୋର୍ଟର ବିଚାରପତି ଭାବରେ ପଦୋନ୍ନତି ହୋଇଥିଲେ। ସେ ଅନେକ ଐତିହାସିକ ରାୟ ଶୁଣାଇଛନ୍ତି। ଏଥିରେ ଗୁରୁତ୍ବପୂର୍ଣ୍ଣ ଅଯୋଧ୍ୟା ଭୂମି ବିବାଦ, ଆଇପିସି ଧାରା ୩୭୭ ଅନୁଯାୟୀ ସମଲିଙ୍ଗୀ ସମ୍ବନ୍ଧକୁ ଅପରାଧ ଶ୍ରେଣୀରୁ ବାହାର କରିବା, ଆଧାର ଯୋଜନାର ବୈଧତା ସହ ଜଡ଼ିତ ମାମଲା, ସାବରିମାଳା ମନ୍ଦିର ପ୍ରସଙ୍ଗ, ସେନାର ମହିଳା ଅଧିକାରୀଙ୍କ ସ୍ଥାୟୀ କମିଶନ ଦେବା, ଭାରତୀୟ ନେସେନାରେ ମହିଳା ଅଧିକାରୀଙ୍କୁ ସ୍ଥାୟୀ କମିଶନ ଭଳି ନିଷ୍ପତ୍ତି ସାମିଲ୍‌ ରହିଛି।

ଆହୁରି ପଢ଼ନ୍ତୁ: ବାୟୁସେନାରୁ ଅବସର ନେଲେ ପାକିସ୍ତାନର F-16 ଖସାଇଥିବା ହିରୋ ଅଭିନନ୍ଦନ ବର୍ଦ୍ଧମାନ, ଘରୋଇ ଏୟାରଲାଇନ୍ସ FLY91 ରେ ସାମିଲ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର