ଆଫଗାନିସ୍ତାନର ଏକ ଧାର୍ମିକ ସ୍କୁଲରେ ଭୟଙ୍କର ବୋମା ବିସ୍ଫୋରଣ; ୧୬ ମୃତ, ୨୦ରୁ ଉର୍ଦ୍ଧ୍ବ ଗୁରୁତର

The Sakala Picture
Published On

କାବୁଲ: ଆଫଗାନିସ୍ତାନର ଏକ ମଦରାସା ବା ଧାର୍ମିକ ସ୍କୁଲ ଭିତରେ ଭୟଙ୍କର ବୋମା ବିସ୍ଫୋରଣ ଘଟି ପ୍ରାୟ ୧୬ ଜଣଙ୍କ ମୃତ୍ୟୁ ହୋଇଛି। ଏଥିସହ ୨୦ରୁ ଉର୍ଦ୍ଧ୍ବ ଗୁରୁତର ହୋଇଛନ୍ତି । ଆଫଗାନିସ୍ତାନର ସମାଙ୍ଗନ ଅଞ୍ଚଳର ମଧ୍ୟଭାଗରେ ଅବସ୍ଥିତ ଆଇବାକ ସହରରେ ଏହି ବିସ୍ଫୋରଣ ଘଟିଛି। ଆହତମାନଙ୍କୁ ତୁରନ୍ତ ମେଡିକାଲକୁ ପଠାଇ ଦିଆଯାଇଛି । ତାଲିବାନର ଜଣେ ଅଧିକାରୀଙ୍କ ସୂଚନା ଅନୁସାରେ ଉତ୍ତର ଆଫଗାନିସ୍ତାନର ଏକ ମଦରାସାରେ ନମାଜ ପାଠ ବେଳେ ଭୟଙ୍କର ବୋମା ବିସ୍ଫୋରଣ ହୋଇଛି। […]

କାବୁଲ: ଆଫଗାନିସ୍ତାନର ଏକ ମଦରାସା ବା ଧାର୍ମିକ ସ୍କୁଲ ଭିତରେ ଭୟଙ୍କର ବୋମା ବିସ୍ଫୋରଣ ଘଟି ପ୍ରାୟ ୧୬ ଜଣଙ୍କ ମୃତ୍ୟୁ ହୋଇଛି। ଏଥିସହ ୨୦ରୁ ଉର୍ଦ୍ଧ୍ବ ଗୁରୁତର ହୋଇଛନ୍ତି । ଆଫଗାନିସ୍ତାନର ସମାଙ୍ଗନ ଅଞ୍ଚଳର ମଧ୍ୟଭାଗରେ ଅବସ୍ଥିତ ଆଇବାକ ସହରରେ ଏହି ବିସ୍ଫୋରଣ ଘଟିଛି। ଆହତମାନଙ୍କୁ ତୁରନ୍ତ ମେଡିକାଲକୁ ପଠାଇ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ର ହେଲେ ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ସିଇଓ

ତାଲିବାନର ଜଣେ ଅଧିକାରୀଙ୍କ ସୂଚନା ଅନୁସାରେ ଉତ୍ତର ଆଫଗାନିସ୍ତାନର ଏକ ମଦରାସାରେ ନମାଜ ପାଠ ବେଳେ ଭୟଙ୍କର ବୋମା ବିସ୍ଫୋରଣ ହୋଇଛି। ଏଥିରେ ୧୬ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୧୦ ଜଣ ସ୍କୁଲ ଛାତ୍ର ଅଛନ୍ତି। ତାଲିବାନର ଗୃହ ମନ୍ତ୍ରାଳୟ ମୁଖପାତ୍ର ଅବଦୁଲ ନଫି ଟାକୋର ମଧ୍ୟ ଏହି ବିସ୍ଫୋରଣକୁ ସ୍ବୀକାର କରିଛନ୍ତି ।

ଆହୁରି ପଢ଼ନ୍ତୁ: ୩୬,୦୦୦ ଫୁଟ ଉଚ୍ଚରେ ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି: କିଛି ସେକେଣ୍ଡରେ ଫେଲ୍ ମାରିଲା ସମସ୍ତ ହାଇଡ୍ରୋଲିକ୍ସ, ୨୪ ଆହତ

ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ଗୋଷ୍ଠୀ କିମ୍ବା ଆତଙ୍କବାଦୀ ସଂଗଠନ ଏହି ବିସ୍ଫୋରଣ ପାଇଁ ନିଜକୁ ଦାୟୀ କରିନାହାଁନ୍ତି । ଗତବର୍ଷ ଆଫଗାନିସ୍ତାନରୁ ଆମେରିକା ସମର୍ଥିତ ସରକାର ହଟିବା ପରେ ତାଲିବାନ ଏହାକୁ ଦଖଲ କରିନେଇଥିଲା । ଏହାପରେ ଲଗାତର ଭାବେ ଆଫଗାନିସ୍ତାନରେ ବିସ୍ଫୋରଣ ଭଳି ଘଟଣା ଦେଖିବାକୁ ମିଳୁଛି ।

ଆହୁରି ପଢ଼ନ୍ତୁ: ସାଉଦି ଆରବର ଆରାମକୋ ରିଫାଇନାରୀ ଉପରେ ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ନୂଆ 'ମକ୍କା ଚୁକ୍ତି' ଉପରେ ଉଠିଲା ପ୍ରଶ୍ନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର