ଫାର୍ମା କମ୍ପାନୀ ଲ୍ୟାବରେ ଭୟାବହ ଅଗ୍ନିକାଣ୍ଡ: ୪ ମୃତ, ଜଣେ ଗୁରୁତର

The Sakala Picture
Published On

ବିଶାଖାପାଟନମ୍:  ଆନ୍ଧ୍ରପ୍ରଦେଶର ଅନାକାପଲ୍ଲୀସ୍ଥିତ ସୋମବାର ବିଳମ୍ବିତ ରାତିରେ ଏକ ଫାର୍ମା କମ୍ପାନୀ ଲ୍ୟାବରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ଜଣାପଡ଼ିଛି। ଆହତମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ମୁତାବକ, କମ୍ପାନୀ ବିଲଡିଂରେ ରକ୍ଷଣାବେକ୍ଷଣ କାର୍ଯ୍ୟ ଚାଲିଥିବା ବେଳେ ଏହି ଅଘଟଣ ଘଟିଥିଲା। ରାଜ୍ୟ ଶିଳ୍ପ ମନ୍ତ୍ରୀ ଅମରନାଥ କହିଛନ୍ତି ଯେ ଆହତ ବ୍ୟକ୍ତି ଚିକିତ୍ସିତ ହେଉଛନ୍ତି ଏବଂ ଏହି […]

ବିଶାଖାପାଟନମ୍:  ଆନ୍ଧ୍ରପ୍ରଦେଶର ଅନାକାପଲ୍ଲୀସ୍ଥିତ ସୋମବାର ବିଳମ୍ବିତ ରାତିରେ ଏକ ଫାର୍ମା କମ୍ପାନୀ ଲ୍ୟାବରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ଜଣାପଡ଼ିଛି। ଆହତମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: ଏସସିଓ ସମ୍ମିଳନୀରେ ଭାରତ ସହ ସମ୍ପର୍କକୁ 'ଐତିହାସିକ' କହିଲା ଇରାନ

ଖବର ମୁତାବକ, କମ୍ପାନୀ ବିଲଡିଂରେ ରକ୍ଷଣାବେକ୍ଷଣ କାର୍ଯ୍ୟ ଚାଲିଥିବା ବେଳେ ଏହି ଅଘଟଣ ଘଟିଥିଲା। ରାଜ୍ୟ ଶିଳ୍ପ ମନ୍ତ୍ରୀ ଅମରନାଥ କହିଛନ୍ତି ଯେ ଆହତ ବ୍ୟକ୍ତି ଚିକିତ୍ସିତ ହେଉଛନ୍ତି ଏବଂ ଏହି ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀଙ୍କୁ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ମୋବାଇଲରେ 'ରିଲ୍ସ' ଦେଖିବାକୁ କେନ୍ଦ୍ର କରି ସ୍ତ୍ରୀକୁ ନିର୍ମମ ଭାବେ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା

ମନ୍ତ୍ରୀ ସୂଚନା ଦେଇ କହିଛନ୍ତି ଯେ, ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି। ଏହା ବ୍ୟତୀତ ଆହତ ବ୍ୟକ୍ତିଙ୍କ ଚିକିତ୍ସା ତଥା ତାଙ୍କ ଆର୍ଥିକ ସହାୟତା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି ଘଟଣାର କାରଣ ଜାଣିବା ପାଇଁ ସରକାର ମଧ୍ୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା-ଖଡ଼ଗପୁର ୪ ଲେନ୍‌ ରେଲୱେ ଟ୍ରାକ୍‌କୁ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍‌ କମିଟିର ଅନୁମୋଦନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର