ସର୍ବସାଧାରଣଙ୍କ ପାଇଁ ୨୦୨୪ ଜାନୁଆରୀ ପହିଲାରୁ ଖୋଲିବ ଅଯୋଧ୍ୟାର ରାମ ମନ୍ଦିର

The Sakala Picture
Published On

ନୂଆଦିଲ୍ଲୀ: ୨୦୨୪ର ଜାନୁଆରୀ ୧ ରେ ଅଯୋଧ୍ୟାରେ ନିର୍ମାଣ ଚାଲିଥିବା ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ମନ୍ଦିର ସର୍ବସାଧାରଣଙ୍କ ପାଇଁ ଖୋଲିବ। ଆସନ୍ତାବର୍ଷ ଜାନୁଆରୀ ୧ରେ ରାମ ମନ୍ଦିର ଖୋଲିବ ବୋଲି ଆଜି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତ୍ରିପୁରାରେ ଘୋଷଣା କରିଛନ୍ତି। ତ୍ରିପୁରାରେ ଗୋଟିଏ ଜନସଭାକୁ ସମ୍ବୋଧନ କରି ଶାହ କହିଛନ୍ତି ଯେ, କଂଗ୍ରେସ ରାମ ମନ୍ଦିର ନିର୍ମାଣ କାମକୁ କୋର୍ଟରେ ଲମ୍ବେଇ ଚାଲିଥିଲା। କିନ୍ତୁ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି […]

ନୂଆଦିଲ୍ଲୀ: ୨୦୨୪ର ଜାନୁଆରୀ ୧ ରେ ଅଯୋଧ୍ୟାରେ ନିର୍ମାଣ ଚାଲିଥିବା ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ମନ୍ଦିର ସର୍ବସାଧାରଣଙ୍କ ପାଇଁ ଖୋଲିବ। ଆସନ୍ତାବର୍ଷ ଜାନୁଆରୀ ୧ରେ ରାମ ମନ୍ଦିର ଖୋଲିବ ବୋଲି ଆଜି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତ୍ରିପୁରାରେ ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ନେପାଳରେ ମାଟି ତଳେ ପୋତି ହୋଇଛି ସୁଡ଼ଙ୍ଗ ଓ ଶ୍ରମିକ, ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରୁଛି ଇଞ୍ଜିନିୟରଙ୍କ ହ୍ୱାଟ୍ସଆପ୍ ଗ୍ରୁପ୍

ତ୍ରିପୁରାରେ ଗୋଟିଏ ଜନସଭାକୁ ସମ୍ବୋଧନ କରି ଶାହ କହିଛନ୍ତି ଯେ, କଂଗ୍ରେସ ରାମ ମନ୍ଦିର ନିର୍ମାଣ କାମକୁ କୋର୍ଟରେ ଲମ୍ବେଇ ଚାଲିଥିଲା। କିନ୍ତୁ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ଦିର ନିର୍ମାଣ କାମ ଆରମ୍ଭ କାରିଥିଲେ। ରାମ ମନ୍ଦିର କାମ ଜୋରସୋରରେ ଚାଲିଛି। ୨୦୨୪ ଜାନୁଆରୀ ୧ ସୁଦ୍ଧା ଏହା ସଂପୂର୍ଣ୍ଣ ପ୍ରସ୍ତୁତ ହୋଇ ସାରିଥିବ। ନିର୍ମାଣ ସରିବା ପରେ ଜାନୁଆରୀ ୧ ତାରିଖ ୨୦୨୪ରେ ଏହାକୁ ଖୋଲା ଯିବ।  ଯେବେଠାରୁ ବାବର ଏହାକୁ ଭାଙ୍ଗି ଥିଲା ସେବେଠୁ ଓ ଯେବେଠୁ ଦେଶ ସ୍ୱାଧୀନତା ହୋଇଥିଲା ସେବେଠୁ, କଂଗ୍ରେସ ଦଳ କୋର୍ଟରେ ଏହି ମାମଲାକୁ ଗଡ଼ାଇ ଚାଲିଥିଲା। ଜିଲ୍ଲା କୋର୍ଟ, ହାଇକୋର୍ଟ ଓ ସୁପ୍ରିମକୋର୍ଟରେ ମାମଲା ଗଡ଼ି ଚାଲିଥିଲା। କିନ୍ତୁ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ମୋଦିଜୀ ତୁରନ୍ତ ଆକ୍ସନ ମୋଡକୁ ଆସିଥିଲେ। ରାୟ ଆସିବା କ୍ଷଣି ରାମଲଲାଙ୍କ ମନ୍ଦିର ପାଇଁ ଭୂମି ପୂଜନ ହୋଇଥିଲା ଓ ମନ୍ଦିରର ନିର୍ମାଣ କାମ ଆରମ୍ଭ ହୋଇଥିଲା।

ଆହୁରି ପଢ଼ନ୍ତୁ: ପ୍ରତିରକ୍ଷା ବାହିନୀ ପାଇଁ ୧.୧୦ ଲକ୍ଷ କୋଟି ଟଙ୍କାର ଅସ୍ତ୍ରଶସ୍ତ୍ର ଓ ଉପକରଣ କ୍ରୟ ପ୍ରସ୍ତାବକୁ DACର ମଞ୍ଜୁରୀ

 

ଆହୁରି ପଢ଼ନ୍ତୁ: ଏସସିଓ ସମ୍ମିଳନୀରେ ଭାରତ ସହ ସମ୍ପର୍କକୁ 'ଐତିହାସିକ' କହିଲା ଇରାନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର