ନେପାଳ ବିମାନ ଦୁର୍ଘଟଣାରେ ୬୮ ଯାତ୍ରୀଙ୍କ ସହ ୪କ୍ରୁ ମେମ୍ବରଙ୍କ ମୃତ୍ୟୁ, ବିମାନରେ ଥିଲେ ୫ ଭାରତୀୟ

The Sakala Picture
Published On

ନୂଆଦିଲ୍ଲୀ : ନେପାଳର କାଠମାଣ୍ଡୁର ପୋଖରାରେ ହୋଇଥିବା ଭୟଙ୍କର ବିମାନ ଦୁର୍ଘଟଣାର ୭୨ ଜଣଙ୍କର ମୃତ୍ୟୁ ହୋଇଛି। ନେପାଳର ରାଜଧାନୀ କାଠମାଣ୍ଡୁରୁ ପୋଖରା ଯାଉଥିବା ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାରେ ଶିକାର  ହୋଇଥିଲା। ଏହି ବିମାନରେ ୬୮ଜଣ ଯାତ୍ରୀଙ୍କ ସହ ୪ଜଣ କ୍ରୁ ମେମ୍ବର ରହିଥିଲେ। ତେବେ ଏହି ଭୟଙ୍କର ଦୁର୍ଘଟଣାରେ ସସମ୍ତ ଯାତ୍ରୀ ଓ କ୍ରୁ ମେମ୍ବରଙ୍କର ମୃତ୍ୟୁ ହୋଇଛି। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଯାତ୍ରୀବାହୀ ବିମାନଟି ଆଖିପିଛୁଳାକେ ହୁତୁହୁତୁ ହୋଇ ଜଳିଯାଇଛି। […]

ନୂଆଦିଲ୍ଲୀ : ନେପାଳର କାଠମାଣ୍ଡୁର ପୋଖରାରେ ହୋଇଥିବା ଭୟଙ୍କର ବିମାନ ଦୁର୍ଘଟଣାର ୭୨ ଜଣଙ୍କର ମୃତ୍ୟୁ ହୋଇଛି। ନେପାଳର ରାଜଧାନୀ କାଠମାଣ୍ଡୁରୁ ପୋଖରା ଯାଉଥିବା ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାରେ ଶିକାର  ହୋଇଥିଲା। ଏହି ବିମାନରେ ୬୮ଜଣ ଯାତ୍ରୀଙ୍କ ସହ ୪ଜଣ କ୍ରୁ ମେମ୍ବର ରହିଥିଲେ। ତେବେ ଏହି ଭୟଙ୍କର ଦୁର୍ଘଟଣାରେ ସସମ୍ତ ଯାତ୍ରୀ ଓ କ୍ରୁ ମେମ୍ବରଙ୍କର ମୃତ୍ୟୁ ହୋଇଛି।

ଆହୁରି ପଢ଼ନ୍ତୁ: ଆମେରିକାରେ ପିଲାଙ୍କ ପାସପୋର୍ଟ ନିୟମରେ ହୋଇପାରେ ପରିବର୍ତ୍ତନ: ବାପା-ମା'ଙ୍କୁ ଦେବାକୁ ପଡ଼ିବ ନାଗରିକତ୍ୱର ପ୍ରମାଣ

ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଯାତ୍ରୀବାହୀ ବିମାନଟି ଆଖିପିଛୁଳାକେ ହୁତୁହୁତୁ ହୋଇ ଜଳିଯାଇଛି। ସ୍ଥାନୀୟ ପ୍ରଶାସନ ଏବଂ ସେନା ଉଦ୍ଧାରକାରୀ ଦଳ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିବା ସହ ମୃତଦେହକୁ ଉଦ୍ଧାର କରୁଛନ୍ତି। ବିମାନଟି କାଠମାଣ୍ତୁରୁ ପୋଖରା ଯାଉଥିବା ବେଳେ ଏପରି ଘଟଣା ଘଟିଛି।

ଆହୁରି ପଢ଼ନ୍ତୁ: ହରିୟାଣାର ଯମୁନା ନଦୀରେ ଓଲଟିଲା ସେନା ଡଙ୍ଗା: ୨ ସ୍ପେଶାଲ ଫୋର୍ସ ଯବାନ ନିଖୋଜ


ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ ୟେତି ଏୟାରଲାଇନ୍ସର ବିମାନଟି କ୍ରାଶ କରି ଯାଇଛି। ପୁରୁଣା ଏୟାରପୋର୍ଟ ଓ ପୋଖରା ଅନ୍ତର୍ଜାତୀୟ ବିମାନବନ୍ଦର ମଧ୍ୟରେ ଏପରି ଘଟଣା ଘଟିଛି। ବରିଷ୍ଠ ଅଧିକାରୀ ଓ ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ଉଦ୍ଧାର କାର୍ଯ୍ୟ କରାଯାଉଛି। ବିମାନରେ ୫୩ ଜଣ ନେପାଳ ନାଗରିକଙ୍କ ସମେତ ୫ ଜଣ ଭାରତୀୟ ଓ ୧୦ ଜଣ ଅନ୍ୟ ଦେଶ ନାଗରିକ ରହିଥିଲେ।


ନେପାଳ ବିମାନଚଳାଚଳ ମନ୍ତ୍ରଣାଳୟର ସୂଚନା ଅନୁସାରେ, ୟେତି ଏୟାରଲାଇନ୍ସର ୯ଏନ-ଏନସି ଏଟିଆର-୭୨ ବିମାନଟି ୬୮ ଜଣ ଯାତ୍ରୀ ଓ ୪ ଜଣ କ୍ରୁ ସଦସ୍ୟଙ୍କୁ ନେଇ ଦିନ ୧୦.୩୩ରେ କାଠମାଣ୍ଡୁରୁ ଉଡ଼ାଣ ଭରିଥିଲା। ଏହା ପୋଖରା ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବାର ଥିଲା। ତେବେ ଉଡ଼ାଣ ଆରମ୍ଭ ହେବାର ୨୦ ମିନିଟ୍‌ ପରେ ବିମାନଟି ପୁରୁଣା ଏୟାରପୋର୍ଟ ଓ ନୂଆ ଏୟାରପୋର୍ଟ ମଧ୍ୟରେ ଥିବା ସେତି ନଦୀ କୂଳରେ ଖସି ପଡ଼ିଥିଲା। ଫଳରେ ଏଥିରେ ନିଆଁ ଲାଗି ଯାଇଥିଲା ବୋଲି ମନ୍ତ୍ରଣାଳୟ କହିଛି। ପ୍ରଧାନମନ୍ତ୍ରୀ ପୁଷ୍ପ କମଳ ଦହାଲ ପ୍ରଚଣ୍ଡ ଦୁର୍ଘଟଣା ପରେ ଜରୁରୀ ବୈଠକ ଡାକି ସ୍ଥିତିର ସମୀକ୍ଷା କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର