ଜାନୁଆରୀ ୨୬ରେ ଲଞ୍ଚ ହେବ ଭାରତରେ ତିଆରି ପ୍ରଥମ କୋଭିଡ୍‌ ନାଜାଲ ଭ୍ୟାକସିନ

The Sakala Picture
Published On

ନୂଆଦିଲ୍ଲୀ: ଜାନୁଆରୀ ୨୬ରେ ଲଞ୍ଚ୍ ହେବ ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ ବିଶ୍ଵର ପ୍ରଥମ ନାଜାଲ୍ କୋଭିଡ୍ ଟିକା । ଭାରତ ବାୟୋଟେକ ନାକରେ ପଡ଼ି ପାରୁଥିବା କୋଭିଡ୍ ଟିକା INCOVACC କୁ ଲଞ୍ଚ କରିବ। ଏନେଇ ଭୋପାଳରେ ଆୟୋଜିତ ଭାରତ ଅନ୍ତର୍ଜାତୀୟ ବିଜ୍ଞାନ ମହୋତ୍ସବ (ଆଇଆଇଏସ୍‌ଏଫ୍‌)ରେ କମ୍ପାନୀ ଚେୟାରମ୍ୟାନ ତଥା ଏମଡି କ୍ରିଷ୍ଣା ଇଲ୍ଲା ସୂଚନା ଦେଇଛନ୍ତି। ଏହି ଟିକାକୁ ନାକ ଜରିଆରେ ନିଆଯିବ । ଭୋପାଳରେ ଇଣ୍ଡିଆନ ଇଣ୍ଟରନ୍ୟାସନାଲ ସାଇନ୍ସ ଫେଷ୍ଟିଭାଲରେ ଯୋଗ ଦେବା […]

ନୂଆଦିଲ୍ଲୀ: ଜାନୁଆରୀ ୨୬ରେ ଲଞ୍ଚ୍ ହେବ ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ ବିଶ୍ଵର ପ୍ରଥମ ନାଜାଲ୍ କୋଭିଡ୍ ଟିକା । ଭାରତ ବାୟୋଟେକ ନାକରେ ପଡ଼ି ପାରୁଥିବା କୋଭିଡ୍ ଟିକା INCOVACC କୁ ଲଞ୍ଚ କରିବ। ଏନେଇ ଭୋପାଳରେ ଆୟୋଜିତ ଭାରତ ଅନ୍ତର୍ଜାତୀୟ ବିଜ୍ଞାନ ମହୋତ୍ସବ (ଆଇଆଇଏସ୍‌ଏଫ୍‌)ରେ କମ୍ପାନୀ ଚେୟାରମ୍ୟାନ ତଥା ଏମଡି କ୍ରିଷ୍ଣା ଇଲ୍ଲା ସୂଚନା ଦେଇଛନ୍ତି। ଏହି ଟିକାକୁ ନାକ ଜରିଆରେ ନିଆଯିବ ।

ଆହୁରି ପଢ଼ନ୍ତୁ: ଇରାନ ସହ ତିକ୍ତତା ମଧ୍ୟରେ ୨୫୦ ଦିନର ଲମ୍ବା ମିଶନ ପରେ ଥାଇଲାଣ୍ଡରେ ପହଞ୍ଚିଲା ଆମେରିକୀୟ ଯୁଦ୍ଧପୋତ 'ୟୁଏସଏସ ଅବ୍ରାହମ ଲିଙ୍କନ'

ଭୋପାଳରେ ଇଣ୍ଡିଆନ ଇଣ୍ଟରନ୍ୟାସନାଲ ସାଇନ୍ସ ଫେଷ୍ଟିଭାଲରେ ଯୋଗ ଦେବା ଅବସରରେ ଇଲ୍ଲା ପିଲାମାନଙ୍କ ସହ ଆଲୋଚନା କରିଥିଲେ। ଗଣତନ୍ତ୍ର ଦିବସରେ ଏହି ନାଜାଲ ଟିକାକୁ ଲଞ୍ଚ କରାଯିବ । ସେ କହିଛନ୍ତି ଯେ, ଗାଈଙ୍କ ଦେହରେ ଦେଖା ଯାଉଥିବାର ଲୁମ୍ଫି ଚର୍ମ ରୋଗର ମୁକାବିଲା ପାଇଁ Lumpi-ProVacInd କୁ ଆସନ୍ତା ମାସରେ ଲଞ୍ଚ କରାଯିବ। ଏହାପୂର୍ବରୁ କରୋନାର ମୁକାବିଲା ପାଇଁ ନାଜାଲ ଟିକାର ଶୁଭାରମ୍ଭ ହେବ।

ଆହୁରି ପଢ଼ନ୍ତୁ: ୩୬,୦୦୦ ଫୁଟ ଉଚ୍ଚରେ ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି: କିଛି ସେକେଣ୍ଡରେ ଫେଲ୍ ମାରିଲା ସମସ୍ତ ହାଇଡ୍ରୋଲିକ୍ସ, ୨୪ ଆହତ

ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ ଏହି ଭ୍ୟାକସିନର ନାମ iNCOVACC ରହିଛି । ଏହାର ମୂଲ୍ୟ ୮୦୦ ଟଙ୍କା ରହିଥିବା ବେଳେ ଏହା ଉପରେ ୫ ପ୍ରତିଶତ ଜିଏସଟି ଲାଗୁ ହେବ। ଏହି ମୂଲ୍ୟ ସରକାରଙ୍କ ଦ୍ୱାରା ଧାର୍ଯ୍ୟ କରାଯାଇଥିବା ବେଳେ ଏହାକୁ ୧୦୦୦ଟଙ୍କାକୁ ବଢାଇବାକୁ କମ୍ପାନୀ ଚାହୁଁଥିବା ଜଣାପଡିଛି। ତେବେ ହସପିଟାଲ ପକ୍ଷରୁ ସେମାନଙ୍କର ଅତିରିକ୍ତ ଚାର୍ଜ ମିଶାଇ ପାରନ୍ତି । କୋୱିନ୍ ପ୍ଲାଟଫର୍ମରେ ମଧ୍ୟ ଏହି ନାଜାଲ ଭ୍ୟାକ୍ସିନ୍ ଉପଲବ୍ଧ ହେବ। ଏହାକୁ ୧୮ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କ ଲୋକଙ୍କୁ ଦିଆଯାଇପାରିବ।

ଆହୁରି ପଢ଼ନ୍ତୁ: ମିଆମି ଏୟାରପୋର୍ଟରେ ଆମାଜନ କାର୍ଗୋ ବିମାନ ଦୁର୍ଘଟଣାଗ୍ରସ୍ତ: ୫ ମୃତ, ୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର