ସମସ୍ତ ପ୍ରକାର ରାଜନୈତିକ ଦାୟିତ୍ୱରୁ ମୁକ୍ତ ହେବାକୁ ଚାହୁଁଛନ୍ତି ମହାରାଷ୍ଟ୍ର ରାଜ୍ୟପାଳ, ପ୍ରଧାନମନ୍ତ୍ରୀଙ୍କ ସହ ହେଲେ କଥା

The Sakala Picture
Published On

ମୁମ୍ବାଇ: ସମସ୍ତ ପ୍ରକାର ରାଜନୈତିକ ଦାୟିତ୍ୱରୁ ମୁକ୍ତ ହେବାକୁ ଚାହୁଁଛନ୍ତି ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶ୍ୟାରୀ । ଏନେଇ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କଥା ହୋଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି ସମସ୍ତ ଦାୟିତ୍ୱରୁ ମୁକ୍ତି ଦେବା ପାଇଁ ନିବେଦନ କରିଛନ୍ତି ଭଗତ ସିଂ କୋଶ୍ୟାରୀ । ନିଜ ତରଫରୁ ସେ ପ୍ରଧାନମନ୍ତ୍ରୀଙ୍କ ସାମ୍ନାରେ ଏହି ଇଚ୍ଛା ପ୍ରକାଶ କରିଛନ୍ତି । ନିଜର ଆଗାମୀ ସମୟ ପଢିବା, ଲେଖିବାରେ ବିତାଇବାକୁ […]

ମୁମ୍ବାଇ: ସମସ୍ତ ପ୍ରକାର ରାଜନୈତିକ ଦାୟିତ୍ୱରୁ ମୁକ୍ତ ହେବାକୁ ଚାହୁଁଛନ୍ତି ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶ୍ୟାରୀ । ଏନେଇ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କଥା ହୋଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି ସମସ୍ତ ଦାୟିତ୍ୱରୁ ମୁକ୍ତି ଦେବା ପାଇଁ ନିବେଦନ କରିଛନ୍ତି ଭଗତ ସିଂ କୋଶ୍ୟାରୀ । ନିଜ ତରଫରୁ ସେ ପ୍ରଧାନମନ୍ତ୍ରୀଙ୍କ ସାମ୍ନାରେ ଏହି ଇଚ୍ଛା ପ୍ରକାଶ କରିଛନ୍ତି । ନିଜର ଆଗାମୀ ସମୟ ପଢିବା, ଲେଖିବାରେ ବିତାଇବାକୁ ଚାହୁଁଛନ୍ତି କୋଶ୍ୟାରୀ ।

ଆହୁରି ପଢ଼ନ୍ତୁ: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆର ଡାଟା ଲିକ୍: ଡାର୍କ ୱେବରେ ୩,୮୯୭ ଗ୍ରାହକଙ୍କ ତଥ୍ୟ, ପାଣ୍ଠି ସୁରକ୍ଷିତ ଥିବା ନେଇ ବ୍ୟାଙ୍କର ସ୍ପଷ୍ଟୀକରଣ

ସୂଚନାଯୋଗ୍ୟ, ଗତ ଦିନରେ ନିଜର ବିବାଦୀୟ ବୟାନ ପାଇଁ ଚର୍ଚ୍ଚାରେ ରହିଥିଲେ ଭଗତ ସିଂହ କୋଶ୍ୟାରୀ । କୋଶ୍ୟାରୀ ଶିବାଜୀ ମହାରାଜଙ୍କ ଉପରେ ଦେଇଥିବା ବୟାନ ପରେ ହିଁ ରାଜ୍ୟପାଳ ପଦରୁ ଇସ୍ତଫା ଦେବା ନେଇ ସଙ୍କେତ ଦେଇଥିଲେ । ସେ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଚିଠି ଲେଖି ଶିବାଜୀ ମହାରାଜଙ୍କ ଉପରେ ଦେଇଥିବା ଟିପ୍ପଣୀ ପାଇଁ ଦୁଃଖ ବ୍ୟକ୍ତ କରିଥିଲେ ।

ଆହୁରି ପଢ଼ନ୍ତୁ: ଆମେରିକାରେ ଭାରତୀୟ ବଂଶୋଦ୍ଭବ ଲ୍ୟାବ୍ ମାଲିକଙ୍କ ବିରୋଧରେ ୬୬ ନିୟୁତ ଡଲାରର କୋଭିଡ୍ ଟେଷ୍ଟ୍ ଜାଲିଆତି ଅଭିଯୋଗ

ଜାରି ହୋଇଥିବା ନିଜ ବୟାନରେ ସେ କହିଛନ୍ତି, ମୋ ପାଇଁ ଏହା ସମ୍ମାନର ବିଷୟ ଯେ ମୁଁ ମହାରାଷ୍ଟ୍ରର ରାଜ୍ୟପାଳ ଭାବେ ସେବା ପ୍ରଦାନ କରୁଛି । ଇଏ ସେହି ମହାରାଷ୍ଟ୍ର ଯେଉଁଠି ସନ୍ଥ, ସାମାଜିକ କର୍ମୀମାନେ ଜନ୍ମ ନେଇଥିଲେ । ଗତ ୩ ବର୍ଷ ମୋତେ ମହାରାଷ୍ଟ୍ର ଜନତାଙ୍କ ଠାରୁ ଭଲ ପାଇବା ମିଳିଛି । ଏହାକୁ ମୁଁ କେବେ ଭୁଲିପାରିବି ନାହିଁ ।

ଆହୁରି ପଢ଼ନ୍ତୁ: ଭାରତର ମୋଷ୍ଟ ୱାଣ୍ଟେଡ୍ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଆମେରିକାରେ ଗିରଫ, ରହିଛି ଅନେକ ହତ୍ୟା ଏବଂ ଅପରାଧ ମାମଲା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର