ମୁମ୍ବାଇରେ ଆତଙ୍କବାଦୀ ଆକ୍ରମଣ ନେଇ NIAକୁ ମିଳିଲା ଧମକପୂର୍ଣ୍ଣ ମେଲ୍‌, ବିଭିନ୍ନ ସହରରେ ହାଇ ଆଲର୍ଟ

The Sakala Picture
Published On

ନୂଆଦିଲ୍ଲୀ: ମୁମ୍ବାଇରେ ଆତଙ୍କବାଦୀ ଆକ୍ରମଣ ନେଇ ଧମକ । ଏନ୍‌ଆଇଏକୁ ଧମକପୂର୍ଣ୍ଣ ଇ-ମେଲ ମିଳିବା ପରେ ଦେଶର ବିଭିନ୍ନ ସହରକୁ ଆଲର୍ଟ କରି ଦିଆଯାଇଛି। ଇ-ମେଲ ପଠାଇଥିବା ବ୍ୟକ୍ତି ନିଜକୁ ତାଲିବାନୀ ବୋଲି କହିଛି ଏବଂ ଦାବି କରିଛି ଯେ ତାଲିବାନ ସଙ୍ଗଠନର ପ୍ରମୁଖ ନେତା ସିରାଜୁଦ୍ଦୀନ ହକ୍କାନୀଙ୍କ ଆଦେଶରେ ଏହି ଆକ୍ରମଣ ହେବାକୁ ଯାଉଛି । ଏନ୍‌ଆଇଏ ଏହାର ସୂଚନା ମୁମ୍ବାଇ ପୋଲିସକୁ ଦେଇଛି। ପୋଲିସ ଏବଂ ଅନ୍ୟାନ୍ୟ ଏଜେନ୍ସି ଯାଞ୍ଚରେ ଲାଗି ପଡ଼ିଛନ୍ତି। ଇ-ମେଲ […]

ନୂଆଦିଲ୍ଲୀ: ମୁମ୍ବାଇରେ ଆତଙ୍କବାଦୀ ଆକ୍ରମଣ ନେଇ ଧମକ । ଏନ୍‌ଆଇଏକୁ ଧମକପୂର୍ଣ୍ଣ ଇ-ମେଲ ମିଳିବା ପରେ ଦେଶର ବିଭିନ୍ନ ସହରକୁ ଆଲର୍ଟ କରି ଦିଆଯାଇଛି। ଇ-ମେଲ ପଠାଇଥିବା ବ୍ୟକ୍ତି ନିଜକୁ ତାଲିବାନୀ ବୋଲି କହିଛି ଏବଂ ଦାବି କରିଛି ଯେ ତାଲିବାନ ସଙ୍ଗଠନର ପ୍ରମୁଖ ନେତା ସିରାଜୁଦ୍ଦୀନ ହକ୍କାନୀଙ୍କ ଆଦେଶରେ ଏହି ଆକ୍ରମଣ ହେବାକୁ ଯାଉଛି । ଏନ୍‌ଆଇଏ ଏହାର ସୂଚନା ମୁମ୍ବାଇ ପୋଲିସକୁ ଦେଇଛି। ପୋଲିସ ଏବଂ ଅନ୍ୟାନ୍ୟ ଏଜେନ୍ସି ଯାଞ୍ଚରେ ଲାଗି ପଡ଼ିଛନ୍ତି।

ଆହୁରି ପଢ଼ନ୍ତୁ: ସାଉଦି ଆରବର କିଙ୍ଗ ଫାହଦ ବିମାନବନ୍ଦର ଉପରେ ଅତର୍କିତ ଡ୍ରୋନ୍ ଆକ୍ରମଣ: ଏକାଧିକ ବିମାନର ଗତିପଥ ପରିବର୍ତ୍ତନ

ଇ-ମେଲ କେଉଁଠୁ ଆସିଛି ଓ ଏହା ପଛର ଉଦ୍ଦେଶ୍ୟ ଜାଣିବାକୁ ଯାଞ୍ଚ ଆରମ୍ଭ କରିଛି ମୁମ୍ବାଇ ପୋଲିସ ଏବଂ ଅନ୍ୟାନ୍ୟ ଏଜେନ୍ସି । ଧମକପୂର୍ଣ୍ଣ ମେଲ ମିଳିବା ପରେ ମୁମ୍ବାଇ ସମେତ ଅନ୍ୟ ବଡ଼ ସହରରେ ମଧ୍ୟ ସୁରକ୍ଷା ଏଜେନ୍ସି ଆଲର୍ଟରେ ରହିଛି ।

ଆହୁରି ପଢ଼ନ୍ତୁ: ଆଟଲାଣ୍ଟିକ୍ ମହାସାଗରର ନାମ ବଦଳାଇବାକୁ ଦାବି କଲେ ଡୋନାଲ୍ଡ ଟ୍ରମ୍ପ, ମନା କରିଦେଇଥିଲେ ଗୁଗୁଲ୍ ସିଇଓ ସୁନ୍ଦର ପିଚାଇ

ସୂଚନାଯୋଗ୍ୟ, ସିରାଜୁଦ୍ଦୀନ ହକ୍କାନୀ ତାଲିବାନର ସବୁଠାରୁ ଭୟଙ୍କର ଗୁଟ ହକ୍କାନୀ ନେଟ୍‌ଓ୍ଵାର୍କର ମୁଖିଆ। ଆଫ୍‌ଗାନିସ୍ତାନରେ ତାଲିବାନ ଶାସନ ପରେ ତାଙ୍କୁ କାର୍ଯ୍ୟକାରୀ ଗୃହମନ୍ତ୍ରୀ କରାଯାଇଛି। ତାଲିବାନରେ ହକ୍କାନୀ ନେଟ୍‌ଓ୍ଵାର୍କର ବହୁତ ପ୍ରଭାବ ରହିଛି।

ଆହୁରି ପଢ଼ନ୍ତୁ: ନିର୍ବାଚନ ଆୟୋଗରେ ବଡ଼ ବିବାଦ: RTI ରିପୋର୍ଟରୁ ଖୁଲାସା ହେଲା ବରିଷ୍ଠ ଅଧିକାରୀଙ୍କ ଏକପାଖିଆ ନିଷ୍ପତ୍ତି

ସୂଚନାଥାଉ କି, ଏହା ପୂର୍ବରୁ ଜନୁୟାରୀରେ ମଧ୍ୟ ମୁମ୍ବାଇରେ ଆତଙ୍କୀ ଆକ୍ରମଣର ଧମକ ଦିଆଯାଇଥିଲା। ଜଣେ ବ୍ୟକ୍ତି ମୁମ୍ବାଇ ପୋଲିସର କଣ୍ଟ୍ରୋଲ ରୁମ୍‌କୁ ଫୋନ୍‌ କରି ସହରର ବିଭିନ୍ନ ସ୍ଥାନରେ ବୋମା ବିସ୍ଫୋରଣ କରିବାକୁ ଧମକ ଦେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର