ଛତିଶଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍ ଓ ପିକ୍‌ଅପ ଭ୍ୟାନ ମଧ୍ୟରେ ଧକ୍କା, ୧୧ ମୃତ

The Sakala Picture
Published On

ନୂଆଦିଲ୍ଲୀ: ଛତିଶଗଡ଼ର ବାଲୋଦା ବଜାର-ଭାତାପଡ଼ା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘିଟିଛି। ଗୋଟିଏ ଟ୍ରକ୍‌ ଓ ପିକ୍‌ ଭ୍ୟାନ ମଧ୍ୟରେ ଧକ୍କା ହେବାରୁ ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ  ୨୦ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣା ଗତକାଲି ବିଳମ୍ବିତ ରାତିରେ ଘଟିଥିବା ଜଣାପଡ଼ିଛି। ଆହତମାନଙ୍କ ମଧ୍ଯରୁ ଅଧିକାଂଶ ଲୋକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତକଙ୍କ ସଂଖ୍ୟା ବଢ଼ିପାରେ ବୋଲି କୁହାଯାଉଛି। ମୃତହାତମାନେ ସାହୁ ପରିବାରର ସଦସ୍ୟ […]

ନୂଆଦିଲ୍ଲୀ: ଛତିଶଗଡ଼ର ବାଲୋଦା ବଜାର-ଭାତାପଡ଼ା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘିଟିଛି। ଗୋଟିଏ ଟ୍ରକ୍‌ ଓ ପିକ୍‌ ଭ୍ୟାନ ମଧ୍ୟରେ ଧକ୍କା ହେବାରୁ ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ  ୨୦ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣା ଗତକାଲି ବିଳମ୍ବିତ ରାତିରେ ଘଟିଥିବା ଜଣାପଡ଼ିଛି। ଆହତମାନଙ୍କ ମଧ୍ଯରୁ ଅଧିକାଂଶ ଲୋକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତକଙ୍କ ସଂଖ୍ୟା ବଢ଼ିପାରେ ବୋଲି କୁହାଯାଉଛି। ମୃତହାତମାନେ ସାହୁ ପରିବାରର ସଦସ୍ୟ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: କେଉଁଠି ଘର ନାହିଁ, କେଉଁଠି ଛାତ ନାହିଁ, କେଉଁଠି ଗଳି ନାହିଁ—ଯେଉଁଠି ଦେଖିବେ ସେଇଠି ପ୍ରକୃତିର କରାଳ ରୂପ !

ସୂଚନା ଅନୁଯାୟୀ, ସେମାନେ ଖିଲୋରା ଠାରୁ ଆୟୋଜିତ ବିବାହ କାର୍ଯ୍ଯକ୍ରମରେ ଯୋଗଦେଇ ଅରଜୁନିକୁ ଫେରୁଥିଲେ। ହେଲେ ପରିବାରର ସଦସ୍ୟମାନେ ପିକଭ୍ୟାନରେ ଖାମାରିଆର ଡିପିଡବ୍ଲ୍ୟୁଏସ୍‌ ସ୍କୁଲ ଅତିକ୍ରମ କରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଗୋଟିଏ ଦ୍ରୁତଗାମୀ ଟ୍ରକ୍‌ ସହ ସାହୁ ପରିବାରର ସଦସ୍ୟମାନେ ଯାଉଥିବା ପିକଅପ୍‌ ଭ୍ୟାନନର ଧକ୍କା ହୋଇଥିଲା। ଘଟଣା ସ୍ଥଳରେ ହିଁ  ୧୧ ଜଣଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ପୁଲିସ୍ ଘଟଣସ୍ଥଳରେ ପହଞ୍ଚିବା ସହ ସ୍ଥାନୀୟ ଲୋକଙ୍କ ସହାୟତାରେ ମୃତାହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଛି। ଦୁର୍ଘଟଣା ଗ୍ରସ୍ତ ଟ୍ରକ୍‌ ଓ ପିକଅପ ଭ୍ୟାନକୁ ଜବତ କରି ତଦନ୍ତ ଆରମ୍ଭ କରିଛି ପୁଲିସ ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ମାରକୀ ନିର୍ମାଣ ପାଇଁ ମିଳିଲା ଅନୁମୋଦନ, ରଖାଗଲା ଏହି ସବୁ ସର୍ତ୍ତ

 

ଆହୁରି ପଢ଼ନ୍ତୁ: ଏଭରେଷ୍ଟର ବେସ୍‌ କ୍ୟାମ୍ପ୍‌ରେ ବ୍ୟବହୃତ ଇନ୍ଧନ ଏବଂ ପର୍ବତାରୋହୀଙ୍କ ପରିସ୍ରା ଯୋଗୁଁ ତରଳୁଛି ହିମାଳୟ ବରଫ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର