ବଢୁଛି କରୋନା ସଂକ୍ରମଣ: ଆଜି ସ୍ଥିତି ସମୀକ୍ଷା କରିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ

The Sakala Picture
Published On

ନୂଆଦିଲ୍ଲୀ: ଦେଶରେ ଦ୍ରୁତ ଗତିରେ ମାଡ଼ିଚାଲିଛି କରୋନା । ସ୍ଥିତିକୁ ନେଇ ଆଜି ସମୀକ୍ଷା କରିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ । ସମସ୍ତ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରି ସଂକ୍ରମଣର ସ୍ଥିତି ସମ୍ପର୍କରେ ଅବଗତ ହେବେ । ଦୀର୍ଘଦିନର ବ୍ୟବଧାନ ପରେ ଦେଶରେ ଉପରମୁହାଁ ହୋଇଛି କରୋନା ଗ୍ରାଫ । ଦୁଇ ଦିନ ମଧ୍ୟରେ କରୋନାର ନୂଆ ମାମଲାରେ ପାଖାପାଖି ୮୦ ପ୍ରତିଶତ ବୃଦ୍ଧି ଘଟିଛି । ଗତକାଲି ଦୈନିକ ସଂକ୍ରମଣ ୫ହଜାର ପାର […]

ନୂଆଦିଲ୍ଲୀ: ଦେଶରେ ଦ୍ରୁତ ଗତିରେ ମାଡ଼ିଚାଲିଛି କରୋନା । ସ୍ଥିତିକୁ ନେଇ ଆଜି ସମୀକ୍ଷା କରିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ । ସମସ୍ତ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରି ସଂକ୍ରମଣର ସ୍ଥିତି ସମ୍ପର୍କରେ ଅବଗତ ହେବେ । ଦୀର୍ଘଦିନର ବ୍ୟବଧାନ ପରେ ଦେଶରେ ଉପରମୁହାଁ ହୋଇଛି କରୋନା ଗ୍ରାଫ । ଦୁଇ ଦିନ ମଧ୍ୟରେ କରୋନାର ନୂଆ ମାମଲାରେ ପାଖାପାଖି ୮୦ ପ୍ରତିଶତ ବୃଦ୍ଧି ଘଟିଛି । ଗତକାଲି ଦୈନିକ ସଂକ୍ରମଣ ୫ହଜାର ପାର ହେବା ପରେ ଆଲର୍ଟରେ ରହିଛନ୍ତି ସରକାର । ଦେଶରେ ଏବେ କରୋନା ଆକ୍ଟିଭ ମାମଲା ୨୫ ହଜାର ଉପରେ ରହିଛି । ଓଡ଼ିଶାରେ ମଧ୍ୟ ସଂକ୍ରମଣ ବଢିବାରେ ଲାଗିଛି । ୩ ଅଙ୍କ ମୁହାଁ ହୋଇଛି ଦୈନିକ କରୋନା ସଂକ୍ରମଣ । ସ୍ଥିତିକୁ ଦୃଷ୍ଟିରେ ରଖି ଟେଷ୍ଟିଂ ସହିତ ସର୍ଭେଲାନ୍ସକୁ ବଢାଇଛି ସ୍ବାସ୍ଥ୍ୟ ବିଭାଗ ।

ଆହୁରି ପଢ଼ନ୍ତୁ: ଇରାନ ସହ ଯୁଦ୍ଧ ପ୍ରସ୍ତୁତି: ୨୦୨୭ ଯାଏଁ ମଧ୍ୟପ୍ରାଚ୍ୟରେ ମୁତୟନ ରହିବେ ଆମେରିକୀୟ ସେନା

ସଂକ୍ରମଣ ବଢୁଥିଲେ ମଧ୍ୟ ଡାକ୍ତରଖାନାରେ ରୋଗୀଙ୍କ ସଂଖ୍ୟା ବୃଦ୍ଧି ଘଟୁନାହିଁ । ଆସନ୍ତା ୧୦ ଓ ୧୧ ତାରିଖରେ କୋଭିଡ୍ ମକଡ୍ରିଲ କରାଯିବ । ଜନସାଧାରଣ ଭୟଭୀତ ନହୋଇ ସର୍ତକ ରହିବାକୁ ସ୍ବାସ୍ଥ୍ୟ ବିଶେଷଜ୍ଞ ପରାମର୍ଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ପଞ୍ଜାବ ଭୋଟର ତାଲିକାରୁ କଟିଲା ରାଘବ ଚଢ଼ାଙ୍କ ନାଁ: ଆଣିଲେ ରାଜନୈତିକ ଷଡ଼ଯନ୍ତ୍ରର ଅଭିଯୋଗ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର