ଅଶାନ୍ତ ମଣିପୁର: ଇଣ୍ଟରନେଟ ସେବା ବନ୍ଦ, ଦଙ୍ଗାକାରୀଙ୍କୁ ଦେଖିବା ମାତ୍ରେ ଗୁଳି ମାରିବାକୁ ଆଦେଶ

The Sakala Picture
Published On

ଇମ୍ଫାଲ: ମଣିପୁର ହିଂସାକାଣ୍ଡ ମଧ୍ୟରେ ସରକାର ଦଙ୍ଗାକାରୀଙ୍କୁ ଦେଖିବା କ୍ଷଣି ଗୁଳି ମାରିବାକୁ ଆଦେଶ ଦେଇଛନ୍ତି। ମଣିପୁର ରାଜ୍ୟପାଳ ଗୁରୁବାର ରାଜ୍ୟ ଗୃହ ବିଭାଗକୁ ଏହି ଗୁଳି ବିନିମୟ ଆଦେଶକୁ ଅନୁମୋଦନ କରିଛନ୍ତି। ସରକାରଙ୍କ ତରଫରୁ ଜାରି ଆଦେଶରେ କୁହାଯାଇଛି ଯେ, ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ନିର୍ଦ୍ଦେଶ ଜାରି କରାଯାଇଛି। ୮ଟି ଜିଲ୍ଲାରେ କର୍ଫ୍ୟୁ ଜାରି କରାଯାଇଥିବାବେଳେ ଇମ୍ଫାଲ, ଚୁରାଚାନ୍ଦପୁର ଓ କାଙ୍ଗପୋକପିରେ ସ୍ଥିତି ଅତି ଉତ୍ତେଜନାପ୍ରବଣ ରହିଛି । ସାରା ରାଜ୍ୟରେ […]

ଇମ୍ଫାଲ: ମଣିପୁର ହିଂସାକାଣ୍ଡ ମଧ୍ୟରେ ସରକାର ଦଙ୍ଗାକାରୀଙ୍କୁ ଦେଖିବା କ୍ଷଣି ଗୁଳି ମାରିବାକୁ ଆଦେଶ ଦେଇଛନ୍ତି। ମଣିପୁର ରାଜ୍ୟପାଳ ଗୁରୁବାର ରାଜ୍ୟ ଗୃହ ବିଭାଗକୁ ଏହି ଗୁଳି ବିନିମୟ ଆଦେଶକୁ ଅନୁମୋଦନ କରିଛନ୍ତି। ସରକାରଙ୍କ ତରଫରୁ ଜାରି ଆଦେଶରେ କୁହାଯାଇଛି ଯେ, ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ନିର୍ଦ୍ଦେଶ ଜାରି କରାଯାଇଛି। ୮ଟି ଜିଲ୍ଲାରେ କର୍ଫ୍ୟୁ ଜାରି କରାଯାଇଥିବାବେଳେ ଇମ୍ଫାଲ, ଚୁରାଚାନ୍ଦପୁର ଓ କାଙ୍ଗପୋକପିରେ ସ୍ଥିତି ଅତି ଉତ୍ତେଜନାପ୍ରବଣ ରହିଛି । ସାରା ରାଜ୍ୟରେ ଇଣ୍ଟରନେଟ ସେବାକୁ ବନ୍ଦ କରାଯାଇଛି । ହିଂସା ରୋକିବା ଲାଗି ଆର୍ମି ଓ ଆସାମ ରାଇଫଲ ଯବାନଙ୍କୁ ମୁତୟନ କରାଯାଇଛି। ତେଣେ ଇମ୍ଫାଲରେ ପହଞ୍ଚିଛନ୍ତି କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ । ବାୟୁସେନାର ସ୍ବତନ୍ତ୍ର ବିମାନରେ ସେମାନେ ପହଞ୍ଚିଛନ୍ତି । ତେଣେ ଦିଲ୍ଲୀରେ ମଣିପୁରୀ ଆଦିବାସୀ କରିଛନ୍ତି ବିକ୍ଷୋଭ । ସେନା ଶିବିରରେ ପ୍ରାୟ ୪ ହଜାର ବିପନ୍ନଙ୍କୁ ଆଶ୍ରୟ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ନେପାଳରେ ଭୟାବହ ବନ୍ୟା: ଜଳବାୟୁ କ୍ଷତିପୂରଣ ପାଇଁ ଭାରତ, ଚୀନ୍ ଏବଂ ଆମେରିକାକୁ ଦାୟୀ କଲା ନେପାଳ

ସୂଚନା ଅନୁଯାୟୀ, ଅଣ ଆଦିବାସୀ ସମ୍ପ୍ରଦାୟ କୁହାଯାଉଥିବା ମେଇତି ସମ୍ପ୍ରଦାୟ ପକ୍ଷରୁ ଆଦିବାସୀ ମାନ୍ୟତା ଦାବି କରାଯିବା ପରେ ତାତିଛି ମଣିପୁରର ନିଖିଳ ଆଦିବାସୀ ଛାତ୍ର ସଂଘ ବା ଏଟିଏସୟୁଏମ । ମଣିପୁରର ମୋଟ ଜନସଂଖ୍ୟାର ୫୩ ପ୍ରତିଶତ ହେଉଛନ୍ତି ମେଇତି ସମ୍ପ୍ରଦାୟ । ମାତ୍ର ସେମାନେ ରାଜ୍ୟର ମୋଟ ୧୦ ପ୍ରତିଶତ ଅଞ୍ଚଳରେ ସୀମାବଦ୍ଧ ରହିଛନ୍ତି । ବେଆଇନ ମିଆଁମାର ଓ ବାଂଲାଦେଶୀ ନାଗରିକଙ୍କ ଅନୁପ୍ରବେଶକୁ ବି ବିରୋଧ କରୁଛନ୍ତି ମେଇତି ସମ୍ପ୍ରଦାୟ ।

ଆହୁରି ପଢ଼ନ୍ତୁ: ତେଜସ୍ ଫାଇଟର୍ ଜେଟ୍ ଉତ୍ପାଦନକୁ ମିଳିଲା ବୁଷ୍ଟ୍, HAL କୁ ଆମେରିକାରୁ ମିଳିଲା ଆଉ ୩ଟି ନୂଆ ଇଞ୍ଜିନ୍

ବର୍ତ୍ତମାନର ନିୟମ ଅନୁସାରେ ରାଜ୍ୟର ପାର୍ବତ୍ୟାଞ୍ଚଳରେ ବସବାସ ଲାଗି ମେଇତିମାନଙ୍କୁ ଅନୁମତି ଦିଆଯାଇନାହିଁ । ତେବେ ରାଜ୍ୟର ୯୦ ପ୍ରତିଶତ ଅଞ୍ଚଳରେ ଆଦିବାସୀମାନେ ବସବାସ କରୁଥିବାବେଳେ ମେଇତିମାନେ ୬୦ ଆସନ ବିଶିଷ୍ଟ ବିଧାନସଭାରେ ଦୁଇ ତୃତୀୟାଂଶ ଆସନ ହାସଲ କରିଛନ୍ତି । ରାଜ୍ୟରେ ଆଦିବାସୀଙ୍କ ସ୍ବାର୍ଥ ରକ୍ଷା ଲାଗି ଜୋରସୋରରେ ଲଢେଇ କରୁଛନ୍ତି ନାଗା, ଜୋମି ଓ କୁକି ସମ୍ପ୍ରଦାୟ । ଗତ ବୁଧବାର ମୁଖ୍ୟମନ୍ତ୍ରୀ ଏନ. ବୀରେନ ସିଂଙ୍କ ଏକ ସଭାସ୍ଥଳକୁ ଏହି କାରଣରୁ ଭାଙ୍ଗିଦେଇଥିଲେ ଉତ୍ତ୍ୟକ୍ତ ଜନତା । ଏସଟି ତାଲିକାରେ ମେଇତିମାନଙ୍କୁ ସାମିଲ କରିବା ସକାଶେ ଚିନ୍ତା କରିବା ଲାଗି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଗତମାସରେ ନିର୍ଦ୍ଦେଶ ଦେଇଥିଲେ।

ଆହୁରି ପଢ଼ନ୍ତୁ: ସ୍ୱତନ୍ତ୍ର ଭରଦ୍ୱାଜଙ୍କ ସମର୍ଥନରେ ହିନ୍ଦୁ ରକ୍ଷା ଦଳ: ଦିଲ୍ଲୀର ପାର୍ଲିଆମେଣ୍ଟ ଷ୍ଟ୍ରିଟ୍ ଥାନା ଘେରାଉ, FIR ପ୍ରତ୍ୟାହାର ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର