ଇଟାଲୀର ମିଲାନ୍‌ ସହରରେ ଭୟଙ୍କର ବିସ୍ଫୋରଣ, ପାର୍କିଂରେ ଥିବା ଅନେକ ଗାଡି ଜଳି ପାଉଁଶ

The Sakala Picture
Published On

ନୂଆଦିଲ୍ଲୀ: ଇଟାଲୀ ମିଲାନ ସହରରେ ଭୟଙ୍କର ବିସ୍ଫୋରଣ । ମିଲାନ ସିଟି ସେଣ୍ଟରରେ ହୋଇଛି ଏହି ବିସ୍ଫୋରଣ ।ବିସ୍ଫୋରଣ ଏତେ ଭୀଷଣ ଥିଲା ଯେ ଆଖାପାଖରେ ପାର୍କିଂ ହୋଇଥିବା ଅନେକ ଗାଡ଼ି ଜଳି ପାଉଁଶ ହୋଇଯାଇଛି। ବିସ୍ଫୋରଣରେ ଜଣେ ଆହତ ହୋଇଥିବା ବେଳେ କାହାରି ମୃତ୍ୟୁ ହୋଇ ନଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ତେବେ ଅକ୍ସିଜେନ ସିଲିଣ୍ଡର ବୋଝେଇ ଟ୍ରକ ବିସ୍ଫୋରଣ ଯୋଗୁ ଅଘଟଣ ଘଟିଥିବା ଅନୁମାନ […]

ନୂଆଦିଲ୍ଲୀ: ଇଟାଲୀ ମିଲାନ ସହରରେ ଭୟଙ୍କର ବିସ୍ଫୋରଣ । ମିଲାନ ସିଟି ସେଣ୍ଟରରେ ହୋଇଛି ଏହି ବିସ୍ଫୋରଣ ।ବିସ୍ଫୋରଣ ଏତେ ଭୀଷଣ ଥିଲା ଯେ ଆଖାପାଖରେ ପାର୍କିଂ ହୋଇଥିବା ଅନେକ ଗାଡ଼ି ଜଳି ପାଉଁଶ ହୋଇଯାଇଛି। ବିସ୍ଫୋରଣରେ ଜଣେ ଆହତ ହୋଇଥିବା ବେଳେ କାହାରି ମୃତ୍ୟୁ ହୋଇ ନଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଇଣ୍ଟରନେଟ୍ ବ୍ୟବହାର କରିବା ପିଲାମାନଙ୍କ ସମେତ ପ୍ରତ୍ୟେକ ବ୍ୟକ୍ତିଙ୍କ ମୌଳିକ ଅଧିକାର

ତେବେ ଅକ୍ସିଜେନ ସିଲିଣ୍ଡର ବୋଝେଇ ଟ୍ରକ ବିସ୍ଫୋରଣ ଯୋଗୁ ଅଘଟଣ ଘଟିଥିବା ଅନୁମାନ କରାଯାଉଛି । ପାଖରେ ଥିବା ଏକ ସ୍କୁଲ ଓ ଜନବସତି ଅଞ୍ଚଳକୁ ଖାଲି କରାଯାଇଛି । ପୂରା ଅଞ୍ଚଳକୁ ସିଲ କରାଯାଇଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ସୋସିଆଲ ମିଡିଆରେ ଅଗ୍ନିକାଣ୍ଡ ସମୟର ଭିଜୁଆଲ ଭାଇରାଲ ହୋଇଛି ।

ଆହୁରି ପଢ଼ନ୍ତୁ: ଭାରତ-ଆମେରିକା ସମ୍ପର୍କ ହେବ ଆହୁରି ସୁଦୃଢ଼: ମାର୍କୋ ରୁବିଓଙ୍କ ଗସ୍ତରେ ବାଣିଜ୍ୟ, ସୁରକ୍ଷା ଓ ପ୍ରଯୁକ୍ତିବିଦ୍ୟା ଉପରେ ଗୁରୁତ୍ୱ

ମିଲାନ ସହରରେ ହୋଇଥିବା ଏହି ବିସ୍ଫୋରଣର ହୃଦୟ ବିଦାରକ ଭିଡିଓ ମଧ୍ୟ ଏବେ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଯାନବାହନ ଗୁଡିକ ଜଳୁଥିବା ଏବଂ ଲୋକମାନେ ନିଆଁରୁ ରକ୍ଷା ପାଇବା ପାଇଁ ଦୌଡ଼ି ପଳାଉଥିବାର ଦେଖିବାକୁ ମିଳୁଛି । ସୂଚନା ଅନୁଯାୟୀ, ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ସାଉଦି ଆରବର ଦମ୍ମାମ ବିମାନବନ୍ଦରରେ ହୁଥି ଆକ୍ରମଣ: ଜଣେ ଭାରତୀୟଙ୍କ ମୃତ୍ୟୁ, ୨ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର