ଖୁବଶୀଘ୍ର ଟ୍ବିଟର୍‌ CEO ପଦ ଛାଡିବେ ଏଲନ୍‌ ମସ୍କ, ଜଣେ ମହିଳା ସମ୍ଭାଳିପାରନ୍ତି ଏହି ପଦ

The Sakala Picture
Published On

ନୂଆଦିଲ୍ଲୀ: ଖୁବଶୀଘ୍ର ଟ୍ବିଟର୍‌ CEO ପଦ ଛାଡିବେ ଏଲନ୍‌ ମସ୍କ । ପାଦ ଛାଡିବା ନେଇ ନିଜେ ଏଲନ୍‌ ମସ୍କ କରି ସୂଚନା ଦେଇଛନ୍ତି । ଆସନ୍ତା ୬ ସପ୍ତାହ ମଧ୍ୟରେ ନୂତନ ସିଇଓ ନିଯୁକ୍ତି ହେବା ନେଇ ମସ୍କ ସୂଚନା ଦେଇଛନ୍ତି । ଏଥିସହ ଜଣେ ମହିଳା ଟ୍ୱିଟରର ପରବର୍ତ୍ତୀ ସିଇଓ ପଦ ସମ୍ଭାଳିବେ ବୋଲି ସ୍ପଷ୍ଟ କରିଛନ୍ତି ମସ୍କ । ନିଜେ ସିଇଓ ପଦରୁ ଇସ୍ତଫା ଦେବା ପରେ ଟ୍ୱିଟରର କାର୍ଯ୍ୟକାରୀ ଅଧ୍ୟକ୍ଷ ଭୂମିକା […]

ନୂଆଦିଲ୍ଲୀ: ଖୁବଶୀଘ୍ର ଟ୍ବିଟର୍‌ CEO ପଦ ଛାଡିବେ ଏଲନ୍‌ ମସ୍କ । ପାଦ ଛାଡିବା ନେଇ ନିଜେ ଏଲନ୍‌ ମସ୍କ କରି ସୂଚନା ଦେଇଛନ୍ତି । ଆସନ୍ତା ୬ ସପ୍ତାହ ମଧ୍ୟରେ ନୂତନ ସିଇଓ ନିଯୁକ୍ତି ହେବା ନେଇ ମସ୍କ ସୂଚନା ଦେଇଛନ୍ତି । ଏଥିସହ ଜଣେ ମହିଳା ଟ୍ୱିଟରର ପରବର୍ତ୍ତୀ ସିଇଓ ପଦ ସମ୍ଭାଳିବେ ବୋଲି ସ୍ପଷ୍ଟ କରିଛନ୍ତି ମସ୍କ । ନିଜେ ସିଇଓ ପଦରୁ ଇସ୍ତଫା ଦେବା ପରେ ଟ୍ୱିଟରର କାର୍ଯ୍ୟକାରୀ ଅଧ୍ୟକ୍ଷ ଭୂମିକା ତୁଲାଇବେ ବୋଲି ମଧ୍ୟ ସେ ଟ୍ୱିଟ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଜମ୍ମୁ-କାଶ୍ମୀର ବଡ଼ଗାମରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ମିଳିତ ଅପରେସନରେ ଜଣେ ଆତଙ୍କବାଦୀ ନିହତ

ଗତ ଅକ୍ଟୋବର ମାସରେ ୪୪ ବିଲିୟନ ଡଲାରରେ ଟ୍ୱିଟରକୁ କିଣିବା ପରଠୁ ଚର୍ଚ୍ଚାରେ ରହି ଆସୁଥିବା ମସ୍କ ଏବେ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ମସ୍କ ଟ୍ୱିଟରର ସିଇଓ ପଦ ଛାଡ଼ିବା ପରେ କିଏ ଏହି ପଦ ଅକ୍ତିଆର କରିବ ତାହା ଉପରେ ସମସ୍ତଙ୍କ ନଜର ରହିଛି।

ଆହୁରି ପଢ଼ନ୍ତୁ: ନେପାଳକୁ ପ୍ରତି ବିପଦର ଆଗୁଆ ସୂଚନା ଦେବ ଚୀନ୍!

ଏନେଇ ଟ୍ୱିଟ କରି ମସ୍କ କହିଛନ୍ତି, ମୁଁ ଏହା ଘୋଷଣା କରି ଖୁବ୍‌ ଉତ୍ସାହିତ ଯେ ଜଣେ ମହିଳା ଏହି ପଦ ସମ୍ଭାଳିବେ। ଉକ୍ତ ମହିଳାଙ୍କ ସନ୍ଧାନ ସରିଛି ଏବଂ ତାଙ୍କୁ ନିଯୁକ୍ତି ମଧ୍ୟ ଦିଆସରିଛି। ଆସନ୍ତା ୬ ସପ୍ତାହରେ ସମଗ୍ର ବିଶ୍ୱ ତାଙ୍କୁ ଦେଖିବ ଓ ସେ ହେବେ ଟ୍ୱିଟରର ନୂଆ ସିଇଓ ।

ଆହୁରି ପଢ଼ନ୍ତୁ: ଦିଲ୍ଲୀ ସତ୍ୟ ନିକେତନ କୋଠା ଭୁଶୁଡ଼ିବା ଘଟଣା: ୪ ମହଲାରୁ ଅଧିକ ଥିବା ସମସ୍ତ ବେଆଇନ ନିର୍ମାଣ ସିଲ୍ କରିବାକୁ ଏମସିଡିର ନିର୍ଦ୍ଦେଶ, ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର