ଭୟଙ୍କର ରୂପନେଇ ବାଂଲାଦେଶ ଓ ମିଆଁମାର ଉପକୂଳ ମଧ୍ୟରେ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ କଲା ବାତ୍ୟା ‘ମୋକା’

The Sakala Picture
Published On

ନୂଆଦିଲ୍ଲୀ: ବାଂଲାଦେଶ ଓ ମିଆଁମାର ଉପକୂଳରେ ଅତ୍ୟନ୍ତ ଭୀଷଣ ସାମୁଦ୍ରିକ ଝଡ ମୋକାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଛି । ମୋକାର ପ୍ରଭାବରେ ବାଂଲାଦେଶ ଓ ମିଆଁମାର ସୀମାରେ ପ୍ରବଳ ବର୍ଷା ସାଙ୍ଗକୁ ଘଣ୍ଟା ପ୍ରତି ୧୯୦ରୁ ୨୦୦ କିମି ବେଗରେ ପବନ ବହିବାରେ ଲାଗିଛି। ବେଳେବେଳେ ପବନର ବେଗ ୨୨୦ ମଧ୍ୟ ଛୁଇଁଥିବା ଢାକା ଟ୍ରିବ୍ୟୁନରେ ରିପୋର୍ଟ ପ୍ରକାଶ ପାଇଛି। ବାଂଲାଦେଶର କକ୍ସବଜାର, ଚଟ୍ଟଗ୍ରାମ ଓ ପାୟରା ବନ୍ଦରରେ ଆଲର୍ଟ ଜାରି କରାଯାଇଛି। ଗତ ଦୁଇ […]

ନୂଆଦିଲ୍ଲୀ: ବାଂଲାଦେଶ ଓ ମିଆଁମାର ଉପକୂଳରେ ଅତ୍ୟନ୍ତ ଭୀଷଣ ସାମୁଦ୍ରିକ ଝଡ ମୋକାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଛି । ମୋକାର ପ୍ରଭାବରେ ବାଂଲାଦେଶ ଓ ମିଆଁମାର ସୀମାରେ ପ୍ରବଳ ବର୍ଷା ସାଙ୍ଗକୁ ଘଣ୍ଟା ପ୍ରତି ୧୯୦ରୁ ୨୦୦ କିମି ବେଗରେ ପବନ ବହିବାରେ ଲାଗିଛି। ବେଳେବେଳେ ପବନର ବେଗ ୨୨୦ ମଧ୍ୟ ଛୁଇଁଥିବା ଢାକା ଟ୍ରିବ୍ୟୁନରେ ରିପୋର୍ଟ ପ୍ରକାଶ ପାଇଛି। ବାଂଲାଦେଶର କକ୍ସବଜାର, ଚଟ୍ଟଗ୍ରାମ ଓ ପାୟରା ବନ୍ଦରରେ ଆଲର୍ଟ ଜାରି କରାଯାଇଛି। ଗତ ଦୁଇ ଦଶନ୍ଧି ଭିତରେ ମୋକା ସବୁଠୁ ଶକ୍ତିଶାଳୀ ବାତ୍ୟା ଭାବେ ବାଂଲାଦେଶ ଉପକୂଳରେ ଲ୍ୟାଣ୍ଡଫଲ୍ କରିଛି। ବାତ୍ୟାକୁ ଦୃଷ୍ଟିରେ ରଖି ବିମାନ ବାତିଲ କରାଯାଇଥିବା ବେଳେ ଉପକୂଳରେ ରହୁଥିବା ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ସମୁଦ୍ର ଭିତରେ ବଳ ଗୋଟାଇ ଅତ୍ୟନ୍ତ ଭୀଷଣ ସାମୁଦ୍ରିକ ଝଡ ବର୍ଷା ଓ ଭୟଙ୍କର ପବନକୁ ସାଙ୍ଗରେ ଧରି ଉପକୂଳ ଆଡକୁ ବଢୁଛି ।

ଆହୁରି ପଢ଼ନ୍ତୁ: ପୁଣେ କେତନ ଅଗ୍ରୱାଲ ହତ୍ୟାକାଣ୍ଡ: ପ୍ରଥମେ କେତନଙ୍କୁ ଅପାହିଜ କରିବାକୁ ଯୋଜନା କରିଥିଲେ ସିୟା ଓ ଚେତନ, ପରେ ରଚିଲେ ହତ୍ୟା ଷଡ଼ଯନ୍ତ୍ର

ଦକ୍ଷିଣ ପୂର୍ବାଞ୍ଚଳରେ ପ୍ରାୟ ୫ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତରିତ କରାଯାଉଛି । ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା ସ୍ଥିତି ସମୀକ୍ଷା କରିବା ସହ ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି । କକ୍ସ ବଜାର ଅଞ୍ଚଳ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହେବା ଆଶଙ୍କା ଥିବାରୁ ସେଠାରେ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ କରାଯାଇଠି। ସେଠାରେ ୧୦ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି । କକ୍ସ ବଜାର ଅଞ୍ଚଳରେ ପ୍ରାୟ ୧୦ ଲକ୍ଷ ରୋହିଂଗ୍ୟା ଶରଣାର୍ଥୀ ରହୁଥିବାରୁ ସେଠାରେ ସ୍ଥିତି ଅଧିକ ବିପର୍ଯ୍ୟସ୍ତ ହେବା ଆଶଙ୍କା କରାଯାଉଛି । ୮ ହଜାର ୬୦୦ ରେଡ କ୍ରିସେଣ୍ଟ ସ୍ବେଚ୍ଛାସେବୀ ବିଭିନ୍ନ ସ୍ଥାନରେ ନିୟୋଜିତ ହୋଇଥିବାବେଳେ ଅନ୍ୟାନ୍ୟ ବାହିନୀକୁ ମୁତୟନ କରାଯାଇଛି । ବାତ୍ୟା ଯୋଗୁ ୮ ରୁ ୧୨ ଫୁଟର ଜୁଆର ଆସିବା ଆଶଙ୍କା କରାଯାଉଛି ।

ଆହୁରି ପଢ଼ନ୍ତୁ: ଇରାନ ଉପରେ ଆମେରିକାର ଭୟଙ୍କର ଆକ୍ରମଣ: ପ୍ରଥମ ଥର ପାଇଁ ମଇଦାନକୁ ଓହ୍ଲାଇଲା ଘାତକ 'ବି-୧ ଲାନ୍ସର' ବମ୍ବର

14 May 2023 By The Sakala

ଭୟଙ୍କର ରୂପନେଇ ବାଂଲାଦେଶ ଓ ମିଆଁମାର ଉପକୂଳ ମଧ୍ୟରେ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ କଲା ବାତ୍ୟା ‘ମୋକା’

ନୂଆଦିଲ୍ଲୀ: ବାଂଲାଦେଶ ଓ ମିଆଁମାର ଉପକୂଳରେ ଅତ୍ୟନ୍ତ ଭୀଷଣ ସାମୁଦ୍ରିକ ଝଡ ମୋକାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଛି । ମୋକାର ପ୍ରଭାବରେ ବାଂଲାଦେଶ ଓ ମିଆଁମାର ସୀମାରେ ପ୍ରବଳ ବର୍ଷା ସାଙ୍ଗକୁ ଘଣ୍ଟା ପ୍ରତି ୧୯୦ରୁ ୨୦୦ କିମି ବେଗରେ ପବନ ବହିବାରେ ଲାଗିଛି। ବେଳେବେଳେ ପବନର ବେଗ ୨୨୦ ମଧ୍ୟ ଛୁଇଁଥିବା ଢାକା ଟ୍ରିବ୍ୟୁନରେ ରିପୋର୍ଟ ପ୍ରକାଶ ପାଇଛି। ବାଂଲାଦେଶର କକ୍ସବଜାର, ଚଟ୍ଟଗ୍ରାମ ଓ ପାୟରା ବନ୍ଦରରେ ଆଲର୍ଟ ଜାରି କରାଯାଇଛି। ଗତ ଦୁଇ ଦଶନ୍ଧି ଭିତରେ ମୋକା ସବୁଠୁ ଶକ୍ତିଶାଳୀ ବାତ୍ୟା ଭାବେ ବାଂଲାଦେଶ ଉପକୂଳରେ ଲ୍ୟାଣ୍ଡଫଲ୍ କରିଛି। ବାତ୍ୟାକୁ ଦୃଷ୍ଟିରେ ରଖି ବିମାନ ବାତିଲ କରାଯାଇଥିବା ବେଳେ ଉପକୂଳରେ ରହୁଥିବା ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ସମୁଦ୍ର ଭିତରେ ବଳ ଗୋଟାଇ ଅତ୍ୟନ୍ତ ଭୀଷଣ ସାମୁଦ୍ରିକ ଝଡ ବର୍ଷା ଓ ଭୟଙ୍କର ପବନକୁ ସାଙ୍ଗରେ ଧରି ଉପକୂଳ ଆଡକୁ ବଢୁଛି ।

ଦକ୍ଷିଣ ପୂର୍ବାଞ୍ଚଳରେ ପ୍ରାୟ ୫ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତରିତ କରାଯାଉଛି । ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା ସ୍ଥିତି ସମୀକ୍ଷା କରିବା ସହ ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି । କକ୍ସ ବଜାର ଅଞ୍ଚଳ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହେବା ଆଶଙ୍କା ଥିବାରୁ ସେଠାରେ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ କରାଯାଇଠି। ସେଠାରେ ୧୦ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି । କକ୍ସ ବଜାର ଅଞ୍ଚଳରେ ପ୍ରାୟ ୧୦ ଲକ୍ଷ ରୋହିଂଗ୍ୟା ଶରଣାର୍ଥୀ ରହୁଥିବାରୁ ସେଠାରେ ସ୍ଥିତି ଅଧିକ ବିପର୍ଯ୍ୟସ୍ତ ହେବା ଆଶଙ୍କା କରାଯାଉଛି । ୮ ହଜାର ୬୦୦ ରେଡ କ୍ରିସେଣ୍ଟ ସ୍ବେଚ୍ଛାସେବୀ ବିଭିନ୍ନ ସ୍ଥାନରେ ନିୟୋଜିତ ହୋଇଥିବାବେଳେ ଅନ୍ୟାନ୍ୟ ବାହିନୀକୁ ମୁତୟନ କରାଯାଇଛି । ବାତ୍ୟା ଯୋଗୁ ୮ ରୁ ୧୨ ଫୁଟର ଜୁଆର ଆସିବା ଆଶଙ୍କା କରାଯାଉଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର