ପଶ୍ଚିମବଙ୍ଗ ସାହାରାରେ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ୯ ମୃତ, ଅନେକ ଆହତ

The Sakala Picture
Published On

ମେଦିନପୁର: ପଶ୍ଚିମବଙ୍ଗର ପୂର୍ବ ମେଦିନାପୁର ଜିଲ୍ଲା ଏଗରା ଠାରେ ଥିବା ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ହୋଇଛି । ବିସ୍ଫୋରଣରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି । ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ଆଶଙ୍କା କରାଯାଉଛି । ଏଗ୍ରା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି। ତେବେ ଏହି ବିସ୍ଫୋରଣ ଏକ ବେଆଇନ ବାଣ କାରଖାନାରେ […]

ମେଦିନପୁର: ପଶ୍ଚିମବଙ୍ଗର ପୂର୍ବ ମେଦିନାପୁର ଜିଲ୍ଲା ଏଗରା ଠାରେ ଥିବା ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ହୋଇଛି । ବିସ୍ଫୋରଣରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି । ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ଆଶଙ୍କା କରାଯାଉଛି । ଏଗ୍ରା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ଜମ୍ମୁ-କାଶ୍ମୀରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ଶହେ ଫୁଟ୍ ତଳକୁ ଖସିଲା ବସ୍‌, ୧୫ ମୃତ

ତେବେ ଏହି ବିସ୍ଫୋରଣ ଏକ ବେଆଇନ ବାଣ କାରଖାନାରେ ହୋଇଥିବା ପୋଲିସ କହିଛି । ଆଖପାଖ ଅଞ୍ଚଳର ଲୋକେ ବି ବିସ୍ଫୋରଣର ପ୍ରଚଣ୍ଡ ଶବ୍ଦ ଶୁଣିବାକୁ ପାଇଥିଲେ ଏବଂ ଘଟଣାସ୍ଥଳରେ ପହଞ୍ଚିଥିଲେ। ଚଟାଣରେ କିଛି ଲୋକଙ୍କର ଦଗ୍ଧ ଶରୀର ଦେଖି ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଥିଲେ ଏବଂ ସଙ୍ଗେ ସଙ୍ଗେ ପୋଲିସକୁ ଖବର ଦେଇଥିଲେ। ବିସ୍ଫୋରଣ ପରେ ଘଟଣାସ୍ଥଳରୁ ପ୍ରବଳ ମାତ୍ରାରେ ଧୂଆଁ ବାହାରିଥିବାର ଦେଖାଯାଇଥିଲା । ରେସକ୍ୟୁ ଅପରେଶନରେ ସାମିଲ ହୋଇଛି ଅଗ୍ନିଶମ ବାହିନୀ । ୬ ପ୍ଲାଟୁନ ପୋଲିସ ଫୋସ ଘଟଣା ସ୍ଥଳରେ ମୁତୟନ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଶେଷ ହେଉଛି ଆମେରିକା-ଇରାନ ଅସ୍ତ୍ରବିରତି ଅବଧି: ପୁଣି ଯୁଦ୍ଧ ଆରମ୍ଭ ହେବ ନା ଆଲୋଚନାକୁ ଆସିବ ଇରାନ?

16 May 2023 By The Sakala

ପଶ୍ଚିମବଙ୍ଗ ସାହାରାରେ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ୯ ମୃତ, ଅନେକ ଆହତ

ମେଦିନପୁର: ପଶ୍ଚିମବଙ୍ଗର ପୂର୍ବ ମେଦିନାପୁର ଜିଲ୍ଲା ଏଗରା ଠାରେ ଥିବା ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ହୋଇଛି । ବିସ୍ଫୋରଣରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି । ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ଆଶଙ୍କା କରାଯାଉଛି । ଏଗ୍ରା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି।

ତେବେ ଏହି ବିସ୍ଫୋରଣ ଏକ ବେଆଇନ ବାଣ କାରଖାନାରେ ହୋଇଥିବା ପୋଲିସ କହିଛି । ଆଖପାଖ ଅଞ୍ଚଳର ଲୋକେ ବି ବିସ୍ଫୋରଣର ପ୍ରଚଣ୍ଡ ଶବ୍ଦ ଶୁଣିବାକୁ ପାଇଥିଲେ ଏବଂ ଘଟଣାସ୍ଥଳରେ ପହଞ୍ଚିଥିଲେ। ଚଟାଣରେ କିଛି ଲୋକଙ୍କର ଦଗ୍ଧ ଶରୀର ଦେଖି ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଥିଲେ ଏବଂ ସଙ୍ଗେ ସଙ୍ଗେ ପୋଲିସକୁ ଖବର ଦେଇଥିଲେ। ବିସ୍ଫୋରଣ ପରେ ଘଟଣାସ୍ଥଳରୁ ପ୍ରବଳ ମାତ୍ରାରେ ଧୂଆଁ ବାହାରିଥିବାର ଦେଖାଯାଇଥିଲା । ରେସକ୍ୟୁ ଅପରେଶନରେ ସାମିଲ ହୋଇଛି ଅଗ୍ନିଶମ ବାହିନୀ । ୬ ପ୍ଲାଟୁନ ପୋଲିସ ଫୋସ ଘଟଣା ସ୍ଥଳରେ ମୁତୟନ ହୋଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର