ଭୀଷଣ ବାତ୍ୟାର ରୂପ ନେଲା ‘ବିପର୍ଯ୍ୟୟ’, ଭାରତର କୌଣସି ରାଜ୍ୟକୁ ନାହିଁ ଲ୍ୟାଣ୍ଡଫଲ ବିପଦ

The Sakala Picture
Published On

ମୁମ୍ବାଇ: ଚଳିତ ବର୍ଷ ଆରବ ସାଗରରେ ସୃଷ୍ଟି ହୋଇଥିବା ପ୍ରଥମ ବାତ୍ୟା ‘ବିପଯ୍ୟୟ’ ଆରବ ସାଗରରେ ଆହୁରି ଶକ୍ତିଶାଳୀ ହେଉଛି । ଆଗାମୀ ତିନିଦିନ ଭିତରେ ଏହା ଅତି ଭୀଷଣ ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ସମୁଦ୍ର ଭିତରେ ସ୍ଥଳଭାଗ ଆଡକୁ ବଢୁଛି ପ୍ରି-ମନସୁନ ବାତ୍ୟା। ପୂର୍ବ-ମଧ୍ୟ ଆରବସାଗରରେ ସୃଷ୍ଟ ବାତ୍ୟା ଉତ୍ତର-ପଶ୍ଚିମ ଆଡକୁ ମୁହାଁଉଛି ବୋଲି କହିଛି ଭାରତୀୟ ପାଣିପାଗ କେନ୍ଦ୍ର । ବିପର୍ଯ୍ୟୟ ଏବେ ଗୋଆ ଠାରୁ […]

ମୁମ୍ବାଇ: ଚଳିତ ବର୍ଷ ଆରବ ସାଗରରେ ସୃଷ୍ଟି ହୋଇଥିବା ପ୍ରଥମ ବାତ୍ୟା ‘ବିପଯ୍ୟୟ’ ଆରବ ସାଗରରେ ଆହୁରି ଶକ୍ତିଶାଳୀ ହେଉଛି । ଆଗାମୀ ତିନିଦିନ ଭିତରେ ଏହା ଅତି ଭୀଷଣ ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ସମୁଦ୍ର ଭିତରେ ସ୍ଥଳଭାଗ ଆଡକୁ ବଢୁଛି ପ୍ରି-ମନସୁନ ବାତ୍ୟା। ପୂର୍ବ-ମଧ୍ୟ ଆରବସାଗରରେ ସୃଷ୍ଟ ବାତ୍ୟା ଉତ୍ତର-ପଶ୍ଚିମ ଆଡକୁ ମୁହାଁଉଛି ବୋଲି କହିଛି ଭାରତୀୟ ପାଣିପାଗ କେନ୍ଦ୍ର ।

ଆହୁରି ପଢ଼ନ୍ତୁ: ନେପାଳରେ ଭୟାବହ ବନ୍ୟା: ଜଳବାୟୁ କ୍ଷତିପୂରଣ ପାଇଁ ଭାରତ, ଚୀନ୍ ଏବଂ ଆମେରିକାକୁ ଦାୟୀ କଲା ନେପାଳ

ବିପର୍ଯ୍ୟୟ ଏବେ ଗୋଆ ଠାରୁ ୮୬୦ କିମି ଓ ମୁମ୍ବାଇଠାରୁ ୯୧୦ କିମି ଦୂରରେ ରହିଛି । କର୍ଣ୍ଣାଟକ, ଗୋଆ, ମହାରାଷ୍ଟ୍ର ଓ ଗୁଜରାଟ ଉପକୂଳରୁ ବାତ୍ୟା ଦୂରକୁ ଯାଉଥିଲେ ବି କିଛି ସ୍ଥାନରେ ଜୋରରେ ପବନ ବହିବା ସହ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ବୋଲି ଆଇଏମଡି ପକ୍ଷରୁ ସୂଚନା ମିଳିଛି । ପାକିସ୍ତାନରେ ବାତ୍ୟା ଲ୍ୟାଣ୍ଡଫଲ କରିବା ସମ୍ଭାବନା ରହିଛି । ତେବେ ଏନେଇ ଆଇଏମଡି କୌଣସି ପୂର୍ବାନୁମାନ କରିନି। ବାତ୍ୟା ଭାରତର କୌଣସି ରାଜ୍ୟରେ ଲ୍ୟାଣ୍ଡଫଲ କରିବାର ଆଶଙ୍କା ନାହିଁ। ହେଲେ ଏହା ପ୍ରଭାବ ଗୋଆ, କେରଳ, କର୍ଣ୍ଣାଟକା, ଗୁଜରାଟ ଓ ମହାରାଷ୍ଟ୍ରର କିଛି ସ୍ଥାନରେ ପଡ଼ିବ ବୋଲି ଅକାଳନ କରାଯାଇଛି। ଏଥିପାଇଁ ଏହି ସବୁ ରାଜ୍ୟଗୁଡ଼ିକ ଆଲର୍ଟରେ ରହିଛନ୍ତି।

ଆହୁରି ପଢ଼ନ୍ତୁ: ଇରାନ ସହ ଯୁଦ୍ଧ ପ୍ରସ୍ତୁତି: ୨୦୨୭ ଯାଏଁ ମଧ୍ୟପ୍ରାଚ୍ୟରେ ମୁତୟନ ରହିବେ ଆମେରିକୀୟ ସେନା

 

ଆହୁରି ପଢ଼ନ୍ତୁ: ଏୟାର ଇଣ୍ଡିଆ ବିମାନରେ ଆକସ୍ମିକ ବିପଦ: ନିଶାଗ୍ରସ୍ତ ପାଇଲଟ୍ ବହିଷ୍କୃତ, ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର