ଆଜିଠୁ ଅମରନାଥ ଯାତ୍ରା, କାଲି ଗୁମ୍ଫା ଭିତରେ ଦିବ୍ୟ ଦର୍ଶନ ଦେବେ ଦେବ ଦେବ ମହାଦେବ

The Sakala Picture
Published On

ଶ୍ରୀନଗର: ଆଜିଠୁ ଅମରନାଥ ଯାତ୍ରା । ବେସ୍ କ୍ୟାମ୍ପରୁ ବାହାରିଲେ ଶ୍ରଦ୍ଧାଳୁ । କାଲିଠୁ ଗୁମ୍ଫା ଭିତରେ ଦିବ୍ୟ ଦର୍ଶନ ଦେବେ ଦେବ ଦେବ ମହାଦେବ । ବରଫ ଲିଙ୍ଗ ଦର୍ଶନ ପାଇଁ ବିଭିନ୍ନ ବେସ୍ କ୍ୟାମ୍ପରେ ହଜାର ହଜାର ଶ୍ରଦ୍ଧାଳୁ ପହଞ୍ଚିଥିବା ବେଳେ ଆଜି ପ୍ରଥମ ବ୍ୟାଚ୍ ଅମରନାଥ ଅଭିମୁଖେ ଯାତ୍ରା ଆରମ୍ଭ କରିଛି । ବୋଲ ବମ୍, ହର ହର ବମ୍ ନାରା ଦେଇ ଅମରନାଥ ପୀଠ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ଶ୍ରଦ୍ଧାଳୁ […]

ଶ୍ରୀନଗର: ଆଜିଠୁ ଅମରନାଥ ଯାତ୍ରା । ବେସ୍ କ୍ୟାମ୍ପରୁ ବାହାରିଲେ ଶ୍ରଦ୍ଧାଳୁ । କାଲିଠୁ ଗୁମ୍ଫା ଭିତରେ ଦିବ୍ୟ ଦର୍ଶନ ଦେବେ ଦେବ ଦେବ ମହାଦେବ । ବରଫ ଲିଙ୍ଗ ଦର୍ଶନ ପାଇଁ ବିଭିନ୍ନ ବେସ୍ କ୍ୟାମ୍ପରେ ହଜାର ହଜାର ଶ୍ରଦ୍ଧାଳୁ ପହଞ୍ଚିଥିବା ବେଳେ ଆଜି ପ୍ରଥମ ବ୍ୟାଚ୍ ଅମରନାଥ ଅଭିମୁଖେ ଯାତ୍ରା ଆରମ୍ଭ କରିଛି । ବୋଲ ବମ୍, ହର ହର ବମ୍ ନାରା ଦେଇ ଅମରନାଥ ପୀଠ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ଶ୍ରଦ୍ଧାଳୁ । ତୀର୍ଥଯାତ୍ରୀଙ୍କ ସୁରକ୍ଷା ପାଇଁ ଜାମ୍ମୁରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସହର ସାରା ସୁରକ୍ଷାକର୍ମୀମାନେ ଅସ୍ଥାୟୀ କ୍ୟାମ୍ପ କରି ସୁରକ୍ଷା ବ୍ୟବସ୍ଥା ଉପରେ ନଜର ରଖିଛନ୍ତି । ଡ୍ରୋନ, ଡଗ୍ ଓ ବମ୍ ସ୍କ୍ବାଡ ଯୋଗେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରାଯାଉଛି ।

ଆହୁରି ପଢ଼ନ୍ତୁ: ମହାକାଶରୁ କେମିତି ଦିଶେ ଭାରତ? ଆରବ ସାଗର ଓ ହିମାଳୟ ଉପରୁ ନିଆଯାଇଥିବା ଅପୂର୍ବ ରାତ୍ରି ଦୃଶ୍ୟ ସେୟାର କଲା ISS

ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିବା ବେଳେ ସୁଗମ ଯାତ୍ରା ପାଇଁ ବିଭିନ୍ନ ସ୍ଥାନରେ ସେନା ଓ ଜିଲ୍ଲା ପ୍ରଶାସନର କ୍ୟାମ୍ପ କରାଯାଇଛି । ଏହାଛଡ଼ା ଅମରନାଥ ଯାତ୍ରୀଙ୍କ ପାଇଁ ତତ୍କାଳ ରେଜିଷ୍ଟ୍ରେସନ ବ୍ୟବସ୍ଥା କରିଛି ପ୍ରଶାସନ । ବୈଷ୍ଣବୀ ଧାମ, ମହାଜନ ସଭା, ପଞ୍ଚାୟତ ଘର, ଗୀତା ଭବନ ଓ ରାମ ମନ୍ଦିରରେ ସାଧୁସନ୍ଥଙ୍କ ତତ୍କାଳ ରେଜିଷ୍ଟ୍ରେସନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଅମରନାଥ ଯାତ୍ରୀଙ୍କୁ ରାସ୍ତାରେ ଖାଦ୍ୟ, ପାନୀୟ, ଶୀତବସ୍ତ୍ର ଆଦି ସାହାଯ୍ୟ ପାଇଁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମଧ୍ୟ ବ୍ୟବସ୍ଥା କରାଯାଇଛି । ଏବେସୁଦ୍ଧା ପ୍ରାୟ ୩ଲକ୍ଷ ଶ୍ରଦ୍ଧାଳୁ ଅନଲାଇନ ଯୋଗେ ପଞ୍ଜିକରଣ କରାଇଥିବା ଜାମ୍ମୁ ପ୍ରଶାସନ ସୂଚନା ଦେଇଛି । ଜୁଲାଇ ୧ରୁ ଅଗଷ୍ଟ ୩୧ଯାଏଁ ଚାଲିବ ଅମରନାଥ ଯାତ୍ରା ।

ଆହୁରି ପଢ଼ନ୍ତୁ: ନୋଜ୍-ହ୍ୱିଲରେ ତ୍ରୁଟି ଯୋଗୁଁ ଫୁକେଟ୍ ବିମାନବନ୍ଦରରେ ହାର୍ଡ ଲ୍ୟାଣ୍ଡିଂ କଲା ଏୟାର ଇଣ୍ଡିଆ ବିମାନ, ସମସ୍ତ ଯାତ୍ରୀ ସୁରକ୍ଷିତ

30 Jun 2023 By The Sakala

ଆଜିଠୁ ଅମରନାଥ ଯାତ୍ରା, କାଲି ଗୁମ୍ଫା ଭିତରେ ଦିବ୍ୟ ଦର୍ଶନ ଦେବେ ଦେବ ଦେବ ମହାଦେବ

ଶ୍ରୀନଗର: ଆଜିଠୁ ଅମରନାଥ ଯାତ୍ରା । ବେସ୍ କ୍ୟାମ୍ପରୁ ବାହାରିଲେ ଶ୍ରଦ୍ଧାଳୁ । କାଲିଠୁ ଗୁମ୍ଫା ଭିତରେ ଦିବ୍ୟ ଦର୍ଶନ ଦେବେ ଦେବ ଦେବ ମହାଦେବ । ବରଫ ଲିଙ୍ଗ ଦର୍ଶନ ପାଇଁ ବିଭିନ୍ନ ବେସ୍ କ୍ୟାମ୍ପରେ ହଜାର ହଜାର ଶ୍ରଦ୍ଧାଳୁ ପହଞ୍ଚିଥିବା ବେଳେ ଆଜି ପ୍ରଥମ ବ୍ୟାଚ୍ ଅମରନାଥ ଅଭିମୁଖେ ଯାତ୍ରା ଆରମ୍ଭ କରିଛି । ବୋଲ ବମ୍, ହର ହର ବମ୍ ନାରା ଦେଇ ଅମରନାଥ ପୀଠ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ଶ୍ରଦ୍ଧାଳୁ । ତୀର୍ଥଯାତ୍ରୀଙ୍କ ସୁରକ୍ଷା ପାଇଁ ଜାମ୍ମୁରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସହର ସାରା ସୁରକ୍ଷାକର୍ମୀମାନେ ଅସ୍ଥାୟୀ କ୍ୟାମ୍ପ କରି ସୁରକ୍ଷା ବ୍ୟବସ୍ଥା ଉପରେ ନଜର ରଖିଛନ୍ତି । ଡ୍ରୋନ, ଡଗ୍ ଓ ବମ୍ ସ୍କ୍ବାଡ ଯୋଗେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରାଯାଉଛି ।

ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିବା ବେଳେ ସୁଗମ ଯାତ୍ରା ପାଇଁ ବିଭିନ୍ନ ସ୍ଥାନରେ ସେନା ଓ ଜିଲ୍ଲା ପ୍ରଶାସନର କ୍ୟାମ୍ପ କରାଯାଇଛି । ଏହାଛଡ଼ା ଅମରନାଥ ଯାତ୍ରୀଙ୍କ ପାଇଁ ତତ୍କାଳ ରେଜିଷ୍ଟ୍ରେସନ ବ୍ୟବସ୍ଥା କରିଛି ପ୍ରଶାସନ । ବୈଷ୍ଣବୀ ଧାମ, ମହାଜନ ସଭା, ପଞ୍ଚାୟତ ଘର, ଗୀତା ଭବନ ଓ ରାମ ମନ୍ଦିରରେ ସାଧୁସନ୍ଥଙ୍କ ତତ୍କାଳ ରେଜିଷ୍ଟ୍ରେସନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଅମରନାଥ ଯାତ୍ରୀଙ୍କୁ ରାସ୍ତାରେ ଖାଦ୍ୟ, ପାନୀୟ, ଶୀତବସ୍ତ୍ର ଆଦି ସାହାଯ୍ୟ ପାଇଁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମଧ୍ୟ ବ୍ୟବସ୍ଥା କରାଯାଇଛି । ଏବେସୁଦ୍ଧା ପ୍ରାୟ ୩ଲକ୍ଷ ଶ୍ରଦ୍ଧାଳୁ ଅନଲାଇନ ଯୋଗେ ପଞ୍ଜିକରଣ କରାଇଥିବା ଜାମ୍ମୁ ପ୍ରଶାସନ ସୂଚନା ଦେଇଛି । ଜୁଲାଇ ୧ରୁ ଅଗଷ୍ଟ ୩୧ଯାଏଁ ଚାଲିବ ଅମରନାଥ ଯାତ୍ରା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର