ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ମାମଲା: ‘ସିବିଆଇ’ ଓ ‘ଇଡି’କୁ ସୁପ୍ରିମକୋର୍ଟଙ୍କ ନୋଟିସ୍‌

The Sakala Picture
Published On

ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ମାମଲାରେ ଛନ୍ଦି ହୋଇ ଜେଲ୍‌ରେ ଥିବା ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ଉପରେ ସୁପ୍ରିମକୋର୍ଟ ‘ସିବିଆଇ’ ଏବଂ ‘ଇଡି’ଙ୍କୁ ନୋଟିସ ଜାରି କରିଛନ୍ତି। ମନୀଷ ସିସୋଦିଆଙ୍କ ଅନ୍ତରୀଣ ଜାମିନ ଆବେଦନ ଉପରେ ଜୁଲାଇ ୨୮ରେ ଶୁଣାଣି ହେବ। ବିଚାରପତି ସଞ୍ଜୀବ ଖାନ୍ନା ଓ ବେଲା ଏମ୍‌. ତ୍ରିବେଦୀଙ୍କ ଖଣ୍ଡପୀଠ ଏହି ଆବେଦନ ଶୁଣାଣି କରିଥିଲେ। ମନିଷ ସିସୋଦିଆଙ୍କ ପତ୍ନୀଙ୍କ ସ୍ୱାସ୍ଥ୍ୟ ଖରାପ ରହୁଥିବା ସତ୍ତ୍ୱେ ତାଙ୍କ ଜାମିନ ଆବେଦନ […]

ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ମାମଲାରେ ଛନ୍ଦି ହୋଇ ଜେଲ୍‌ରେ ଥିବା ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ଉପରେ ସୁପ୍ରିମକୋର୍ଟ ‘ସିବିଆଇ’ ଏବଂ ‘ଇଡି’ଙ୍କୁ ନୋଟିସ ଜାରି କରିଛନ୍ତି। ମନୀଷ ସିସୋଦିଆଙ୍କ ଅନ୍ତରୀଣ ଜାମିନ ଆବେଦନ ଉପରେ ଜୁଲାଇ ୨୮ରେ ଶୁଣାଣି ହେବ। ବିଚାରପତି ସଞ୍ଜୀବ ଖାନ୍ନା ଓ ବେଲା ଏମ୍‌. ତ୍ରିବେଦୀଙ୍କ ଖଣ୍ଡପୀଠ ଏହି ଆବେଦନ ଶୁଣାଣି କରିଥିଲେ।

ଆହୁରି ପଢ଼ନ୍ତୁ: ନେପାଳରେ ଭୟାବହ ବନ୍ୟା: ଜଳବାୟୁ କ୍ଷତିପୂରଣ ପାଇଁ ଭାରତ, ଚୀନ୍ ଏବଂ ଆମେରିକାକୁ ଦାୟୀ କଲା ନେପାଳ

ମନିଷ ସିସୋଦିଆଙ୍କ ପତ୍ନୀଙ୍କ ସ୍ୱାସ୍ଥ୍ୟ ଖରାପ ରହୁଥିବା ସତ୍ତ୍ୱେ ତାଙ୍କ ଜାମିନ ଆବେଦନ ବାରମ୍ବାର ଖାରଜ ହେଉଥିବାରୁ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଜୁଲାଇ ୧୦ରେ ବରିଷ୍ଠ ଆଡଭୋକେଟ ଅଭିଷେକ ମନୁ ସିଂଘ୍‌ବି ଏହି ମାମଲାକୁ ପ୍ରଧାନ ବିଚାରପତି ଡି.ୟାଇ ଚନ୍ଦ୍ରଚୂଡଙ୍କ ନିକଟରେ ଏହି ମାମଲା ରଖି ଜରୁରୀକାଳୀନ ଶୁଣାଣି ପାଇଁ ଦାବି କରିଥିଲେ।

ଆହୁରି ପଢ଼ନ୍ତୁ: ପଞ୍ଜାବ ଭୋଟର ତାଲିକାରୁ କଟିଲା ରାଘବ ଚଢ଼ାଙ୍କ ନାଁ: ଆଣିଲେ ରାଜନୈତିକ ଷଡ଼ଯନ୍ତ୍ରର ଅଭିଯୋଗ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର