ମଣିପୁର ଘଟଣାକୁ ନେଇ କ୍ଷୋଭ ପ୍ରକାଶ କଲେ ସୁପ୍ରିମକୋର୍ଟ ଏବଂ କହିଲେ ‘ସରକାର କିଛି ନକଲେ, ଆମେ ନେବୁ କାର୍ଯ୍ୟାନୁଷ୍ଠାନ’

The Sakala Picture
Published On

ନୂଆଦିଲ୍ଲୀ: ମଣିପୁର ଘଟଣାକୁ ନେଇ ନିଜ ଆଡୁ ଉଦ୍‌ବେଗ ପ୍ରକାଶ କରିବା ସହ ଏପରି ଘୃଣ୍ୟ ଅପରାଧକୁ ନିନ୍ଦା କରିଛନ୍ତି ସୁପ୍ରିମକୋର୍ଟ । ରାଜ୍ୟରେ ଏକ ସମ୍ପ୍ରଦାୟର ୨ ଜଣ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଇବା ଘଟଣାକୁ ନେଇ ସାରା ଦେଶରେ କ୍ରୋଧର ନିଆଁ ଜଳୁଛି। ଘଟଣାରେ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ, ଆମେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ ବୋଲି ଆଜି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଡିଓ୍ଵାଇ ଚନ୍ଦ୍ରଚୂଡ଼ ସରକାରଙ୍କୁ ଏହି […]

ନୂଆଦିଲ୍ଲୀ: ମଣିପୁର ଘଟଣାକୁ ନେଇ ନିଜ ଆଡୁ ଉଦ୍‌ବେଗ ପ୍ରକାଶ କରିବା ସହ ଏପରି ଘୃଣ୍ୟ ଅପରାଧକୁ ନିନ୍ଦା କରିଛନ୍ତି ସୁପ୍ରିମକୋର୍ଟ । ରାଜ୍ୟରେ ଏକ ସମ୍ପ୍ରଦାୟର ୨ ଜଣ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଇବା ଘଟଣାକୁ ନେଇ ସାରା ଦେଶରେ କ୍ରୋଧର ନିଆଁ ଜଳୁଛି। ଘଟଣାରେ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ, ଆମେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ ବୋଲି ଆଜି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଡିଓ୍ଵାଇ ଚନ୍ଦ୍ରଚୂଡ଼ ସରକାରଙ୍କୁ ଏହି ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହିଛନ୍ତି।

ଆହୁରି ପଢ଼ନ୍ତୁ: ଜମ୍ମୁ-କାଶ୍ମୀରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ଶହେ ଫୁଟ୍ ତଳକୁ ଖସିଲା ବସ୍‌, ୧୫ ମୃତ

ଘଟଣାକୁ କୌଣସି ପରିସ୍ଥିତିରେ ବରଦାସ୍ତ କରାଯିବନି କହିଛନ୍ତି ପ୍ରଧାନ ବିଚାରପତି । ମହିଳାଙ୍କୁ ଉପକରଣ ଭାବରେ ବ୍ୟବହାର କରାଯିବା ଅତି ଜଘନ୍ୟ ଅପରାଧ । ସୋସିଆଲ ମିଡିଆରେ ଭାଇରାଲ ଭିଡିଓ ବିଚଳିତ ଓ ବିବ୍ରତ କରୁଛି । ଯଦି ସରକାର ଏହା ବିରୋଧରେ ଆକ୍ସନ ନ ନିଅନ୍ତି, ଆମେ କାର୍ଯ୍ୟାନୁଷ୍ଠାନ ନେବୁ ବୋଲି ସିଜେଆଇ କହିଛନ୍ତି । ଆସନ୍ତାକାଲି ସୁପ୍ରିମକୋର୍ଟରେ ମଣିପୁର କେସର ଶୁଣାଣି ହେବ । ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି ସର୍ବୋଚ୍ଚ କୋର୍ଟ । ଦୋଷୀଙ୍କ ବିରୋଧରେ କ’ଣ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ବୋଲି କୋର୍ଟ ପ୍ରଶ୍ନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଭାରତ ଏବଂ ଚୀନ୍‌କୁ 'ନର୍କ' କହିଲେ ଟ୍ରମ୍ପ! ଜନ୍ମଗତ ନାଗରିକତ୍ୱକୁ ନେଇ କଲେ ବିବାଦୀୟ ପୋଷ୍ଟ

20 Jul 2023 By The Sakala

ମଣିପୁର ଘଟଣାକୁ ନେଇ କ୍ଷୋଭ ପ୍ରକାଶ କଲେ ସୁପ୍ରିମକୋର୍ଟ ଏବଂ କହିଲେ ‘ସରକାର କିଛି ନକଲେ, ଆମେ ନେବୁ କାର୍ଯ୍ୟାନୁଷ୍ଠାନ’

ନୂଆଦିଲ୍ଲୀ: ମଣିପୁର ଘଟଣାକୁ ନେଇ ନିଜ ଆଡୁ ଉଦ୍‌ବେଗ ପ୍ରକାଶ କରିବା ସହ ଏପରି ଘୃଣ୍ୟ ଅପରାଧକୁ ନିନ୍ଦା କରିଛନ୍ତି ସୁପ୍ରିମକୋର୍ଟ । ରାଜ୍ୟରେ ଏକ ସମ୍ପ୍ରଦାୟର ୨ ଜଣ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଇବା ଘଟଣାକୁ ନେଇ ସାରା ଦେଶରେ କ୍ରୋଧର ନିଆଁ ଜଳୁଛି। ଘଟଣାରେ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ, ଆମେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ ବୋଲି ଆଜି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଡିଓ୍ଵାଇ ଚନ୍ଦ୍ରଚୂଡ଼ ସରକାରଙ୍କୁ ଏହି ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହିଛନ୍ତି।

ଘଟଣାକୁ କୌଣସି ପରିସ୍ଥିତିରେ ବରଦାସ୍ତ କରାଯିବନି କହିଛନ୍ତି ପ୍ରଧାନ ବିଚାରପତି । ମହିଳାଙ୍କୁ ଉପକରଣ ଭାବରେ ବ୍ୟବହାର କରାଯିବା ଅତି ଜଘନ୍ୟ ଅପରାଧ । ସୋସିଆଲ ମିଡିଆରେ ଭାଇରାଲ ଭିଡିଓ ବିଚଳିତ ଓ ବିବ୍ରତ କରୁଛି । ଯଦି ସରକାର ଏହା ବିରୋଧରେ ଆକ୍ସନ ନ ନିଅନ୍ତି, ଆମେ କାର୍ଯ୍ୟାନୁଷ୍ଠାନ ନେବୁ ବୋଲି ସିଜେଆଇ କହିଛନ୍ତି । ଆସନ୍ତାକାଲି ସୁପ୍ରିମକୋର୍ଟରେ ମଣିପୁର କେସର ଶୁଣାଣି ହେବ । ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି ସର୍ବୋଚ୍ଚ କୋର୍ଟ । ଦୋଷୀଙ୍କ ବିରୋଧରେ କ’ଣ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ବୋଲି କୋର୍ଟ ପ୍ରଶ୍ନ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର