କେନ୍ଦ୍ରକୁ ସୁପ୍ରିମ୍ ଝଟକା: ଦିଲ୍ଲୀ ଅଧ୍ୟାଦେଶ ମାମଲାକୁ ପାଞ୍ଚ ଜଣିଆ ସାମ୍ବିଧାନିକ ଖଣ୍ଡପୀଠକୁ ପଠାଇଲେ ସୁପ୍ରିମକୋର୍ଟ

The Sakala Picture
Published On

ନୂଆଦିଲ୍ଲୀ: ଦିଲ୍ଲୀ ଅଧ୍ୟାଦେଶ ମାମଲାରେ କେନ୍ଦ୍ରକୁ ସୁପ୍ରିମକୋର୍ଟ ବଡ଼ ଝଟକା ଦେଇଛନ୍ତି । ଦିଲ୍ଲୀରେ ପ୍ରସାଶନିକ ଅଧିକାରୀଙ୍କ ବଦଳି ଓ ପୋଷ୍ଟିଂ ନେଇ କେନ୍ଦ୍ର ଆଣିଥିବା ଅଧ୍ୟାଦେଶ ମାମଲାକୁ ସୁପ୍ରିମକୋର୍ଟ ଏକ ପାଞ୍ଚ ଜଣିଆ ସାମ୍ବିଧାନିକ ଖଣ୍ଡପୀଠକୁ ପଠାଇଛନ୍ତି। ଏବେ ସାମ୍ବିଧାନିକ ପୀଠ ଏହି ଅଧ୍ୟାଦେଶର ବୈଧତା ଉପରେ ନିଷ୍ପତ୍ତି ନେବ। ମୁଖ୍ୟ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ଼ କହିଛନ୍ତି ଯେ ଅଧ୍ୟାଦେଶ ମାଧ୍ୟମରେ ଦିଲ୍ଲୀ ବିଧାନସଭାର କ୍ଷମତା ପରିସରରୁ ସେବାଗୁଡ଼ିକୁ ବାଦ୍ ଦେବା ଆଇନତଃ ଠିକ୍ କି […]

ନୂଆଦିଲ୍ଲୀ: ଦିଲ୍ଲୀ ଅଧ୍ୟାଦେଶ ମାମଲାରେ କେନ୍ଦ୍ରକୁ ସୁପ୍ରିମକୋର୍ଟ ବଡ଼ ଝଟକା ଦେଇଛନ୍ତି । ଦିଲ୍ଲୀରେ ପ୍ରସାଶନିକ ଅଧିକାରୀଙ୍କ ବଦଳି ଓ ପୋଷ୍ଟିଂ ନେଇ କେନ୍ଦ୍ର ଆଣିଥିବା ଅଧ୍ୟାଦେଶ ମାମଲାକୁ ସୁପ୍ରିମକୋର୍ଟ ଏକ ପାଞ୍ଚ ଜଣିଆ ସାମ୍ବିଧାନିକ ଖଣ୍ଡପୀଠକୁ ପଠାଇଛନ୍ତି। ଏବେ ସାମ୍ବିଧାନିକ ପୀଠ ଏହି ଅଧ୍ୟାଦେଶର ବୈଧତା ଉପରେ ନିଷ୍ପତ୍ତି ନେବ। ମୁଖ୍ୟ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ଼ କହିଛନ୍ତି ଯେ ଅଧ୍ୟାଦେଶ ମାଧ୍ୟମରେ ଦିଲ୍ଲୀ ବିଧାନସଭାର କ୍ଷମତା ପରିସରରୁ ସେବାଗୁଡ଼ିକୁ ବାଦ୍ ଦେବା ଆଇନତଃ ଠିକ୍ କି ନାହିଁ ସେ ନେଇ ଏକ ଲମ୍ବା ଶୁଣାଣି ଆବଶ୍ୟକ ।

ଆହୁରି ପଢ଼ନ୍ତୁ: ସାଉଦି ଆରବର କିଙ୍ଗ ଫାହଦ ବିମାନବନ୍ଦର ଉପରେ ଅତର୍କିତ ଡ୍ରୋନ୍ ଆକ୍ରମଣ: ଏକାଧିକ ବିମାନର ଗତିପଥ ପରିବର୍ତ୍ତନ

ଉଲ୍ଲେଖଯୋଗ୍ୟ, ଜାତୀୟ ରାଜଧାନୀରେ ପୋଲିସ, ଆଇନ ଶୃଙ୍ଖଳା ଏବଂ ଜମି ବ୍ୟତୀତ ଅନ୍ୟ ସମସ୍ତ ସେବା ଉପରେ ଦିଲ୍ଲୀ ସରକାରଙ୍କ ନିୟନ୍ତ୍ରଣ ରହିଛି ବୋଲି ସୁପ୍ରିମକୋର୍ଟ ରାୟ ଦେଇଥିଲେ । ହେଲେ ଏହାର ସପ୍ତାହକ ମଧ୍ୟରେ ସୁପ୍ରିମକୋର୍ଟଙ୍କ ରାୟକୁ ପ୍ରଭାବହୀନ କରିବା ପାଇଁ କେନ୍ଦ୍ର ସରକାର ଏକ ଅଧ୍ୟାଦେଶ ଜାରି କରିଥିଲେ।

ଆହୁରି ପଢ଼ନ୍ତୁ: ଆଟଲାଣ୍ଟିକ୍ ମହାସାଗରର ନାମ ବଦଳାଇବାକୁ ଦାବି କଲେ ଡୋନାଲ୍ଡ ଟ୍ରମ୍ପ, ମନା କରିଦେଇଥିଲେ ଗୁଗୁଲ୍ ସିଇଓ ସୁନ୍ଦର ପିଚାଇ

ଦିଲ୍ଲୀର କେଜ୍ରିୱାଲ ସରକାର କେନ୍ଦ୍ରର ଏହି ଅଧ୍ୟାଦେଶକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ । ଗୁରୁବାର ପ୍ରଧାନ ବିଚାରପତି ଜଷ୍ଟିସ ଡିଓ୍ବାଇ ଚନ୍ଦ୍ରଚୂଡ଼, ଜଷ୍ଟିସ ପିଏସ ନରସିଂହ ଏବଂ ଜଷ୍ଟିସ ମନୋଜ ମିଶ୍ରାଙ୍କ ଏକ ଖଣ୍ଡପୀଠ ଏହି ମାମଲାକୁ ସୁପ୍ରିମକୋର୍ଟର ସମ୍ବିଧାନ ପୀଠକୁ ପଠାଇବାକୁ ନିର୍ଦ୍ଦେଶ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ଫ୍ରାନ୍ସରେ ପ୍ରଥମ ଥର ପାଇଁ ମଣିଷ ଶରୀରରେ ଚିହ୍ନଟ ହେଲା ଶାମୋଣ୍ଡା ଭାଇରସ୍, ସଂକ୍ରମିତଙ୍କ ମୃତ୍ୟୁ

ବରିଷ୍ଠ ଓକିଲ ଅଭିଷେକ ମନୁ ସିଂଘଭି ଦିଲ୍ଲୀ ସରକାରଙ୍କ ପକ୍ଷରୁ କୋର୍ଟରେ ପ୍ରତିନିଧିତ୍ଵ କରିଥିଲେ । ସେ ଯୁକ୍ତି ବାଢ଼ିଥିଲେ ଯେ ଏହି ଅଧ୍ୟାଦେଶ ଏକ ନିର୍ବାଚିତ ସରକାରଙ୍କ ଅଧିକାରକୁ କ୍ଷୁର୍ଣ୍ଣ କରୁଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର