ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲା: ଆଜି ସୁପ୍ରିମକୋର୍ଟରେ ମନୀଷ ସିସୋଦିଆଙ୍କ ଜାମିନ ଆବେଦନର ହେବ ଶୁଣାଣି

The Sakala Picture
Published On

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲା । ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଜାମିନ ଆବେଦନର ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ । ଗତ ୧୫ ତାରିଖରେ ମାମଲାର ଶୁଣାଣି କରି ଇଡି ଓ ସିବିଆଇକୁ ନୋଟିସ କରିଥିଲେ । ୧୪ ଦିନ ଭିତରେ ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଥିଲେ ସର୍ବୋଚ୍ଚ ନ୍ୟାୟାଳୟ । ସିବିଆଇ ଓ ଇଡିର ଜବାବ ମିଳିବା ପରେ ଆଜି ଶୁଣାଣି କରିବାକୁ ଧାର୍ଯ୍ୟ କରିଥିଲେ ତିନି ଜଣିଆ […]

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲା । ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଜାମିନ ଆବେଦନର ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ । ଗତ ୧୫ ତାରିଖରେ ମାମଲାର ଶୁଣାଣି କରି ଇଡି ଓ ସିବିଆଇକୁ ନୋଟିସ କରିଥିଲେ । ୧୪ ଦିନ ଭିତରେ ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଥିଲେ ସର୍ବୋଚ୍ଚ ନ୍ୟାୟାଳୟ । ସିବିଆଇ ଓ ଇଡିର ଜବାବ ମିଳିବା ପରେ ଆଜି ଶୁଣାଣି କରିବାକୁ ଧାର୍ଯ୍ୟ କରିଥିଲେ ତିନି ଜଣିଆ ଖଣ୍ଡପୀଠ । ଅବକାରୀ ନୀତି ଦୁର୍ନୀତି ମାମଲାରେ ଫେବ୍ରୁଆରୀ ୨୬ ତାରିଖରେ ସିସୋଦିଆଙ୍କୁ ଗିରଫ କରିଥିଲା ସିବିଆଇ । ପରେ ମନି ଲଣ୍ଡରିଂ ମାମଲାରେ ମାର୍ଚ୍ଚ ୯ ତାରିଖରେ ସିସୋଦିଆଇଙ୍କୁ ଇଡି ଗିରଫ କରିଥିଲା । ଜୁଲାଇ ୩ରେ ହାଇକୋର୍ଟ ଜାମିନ ଆବେଦନ ଖାରଜ କରିଦେଇଥିଲେ  । ମନୀଷ ସିସୋଦିଆ ଓ ଅନ୍ୟ ଅଭିଯୁକ୍ତଙ୍କର ୫୨ କୋଟି ଟଙ୍କା ସମ୍ପତ୍ତି ସିଜ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

28 Jul 2023 By The Sakala

ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲା: ଆଜି ସୁପ୍ରିମକୋର୍ଟରେ ମନୀଷ ସିସୋଦିଆଙ୍କ ଜାମିନ ଆବେଦନର ହେବ ଶୁଣାଣି

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲା । ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଜାମିନ ଆବେଦନର ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ । ଗତ ୧୫ ତାରିଖରେ ମାମଲାର ଶୁଣାଣି କରି ଇଡି ଓ ସିବିଆଇକୁ ନୋଟିସ କରିଥିଲେ । ୧୪ ଦିନ ଭିତରେ ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଥିଲେ ସର୍ବୋଚ୍ଚ ନ୍ୟାୟାଳୟ । ସିବିଆଇ ଓ ଇଡିର ଜବାବ ମିଳିବା ପରେ ଆଜି ଶୁଣାଣି କରିବାକୁ ଧାର୍ଯ୍ୟ କରିଥିଲେ ତିନି ଜଣିଆ ଖଣ୍ଡପୀଠ । ଅବକାରୀ ନୀତି ଦୁର୍ନୀତି ମାମଲାରେ ଫେବ୍ରୁଆରୀ ୨୬ ତାରିଖରେ ସିସୋଦିଆଙ୍କୁ ଗିରଫ କରିଥିଲା ସିବିଆଇ । ପରେ ମନି ଲଣ୍ଡରିଂ ମାମଲାରେ ମାର୍ଚ୍ଚ ୯ ତାରିଖରେ ସିସୋଦିଆଇଙ୍କୁ ଇଡି ଗିରଫ କରିଥିଲା । ଜୁଲାଇ ୩ରେ ହାଇକୋର୍ଟ ଜାମିନ ଆବେଦନ ଖାରଜ କରିଦେଇଥିଲେ  । ମନୀଷ ସିସୋଦିଆ ଓ ଅନ୍ୟ ଅଭିଯୁକ୍ତଙ୍କର ୫୨ କୋଟି ଟଙ୍କା ସମ୍ପତ୍ତି ସିଜ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।

https://www.thesakala.in/national-international/hearing-on-manish-sisodia-interim-bail-today-supreme-court-issued-notice-to-cbi-and-ed/article-23898
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର