ବଦଳିବ କେରଳର ନାଁ, ବିଧାନସଭାରେ ସର୍ବସମ୍ମତିରେ ପାରିତ ହେଲା ପ୍ରସ୍ତାବ

The Sakala Picture
Published On

ନୂଆଦିଲ୍ଲୀ : ବଦଳିବ କେରଳର ନାଁ । ଏ ନେଇ କେରଳ ବିଧାନସଭାରେ ସର୍ବସମ୍ମତି କ୍ରମେ ଏକ ପ୍ରସ୍ତାବ ବିନା ସଂଶୋଧନରେ ପାରିତ ହୋଇଛି । ବିଧାନସଭାରେ ଏହି ପ୍ରସ୍ତାବ ଗୃହୀତ ହେବା ପରେ କେନ୍ଦ୍ର ସରକାରଙ୍କୁ ସମ୍ବିଧାନ ତଥା ସମସ୍ତ ସରକାରୀ ରେକର୍ଡରେ ନୂଆ ନାଁ ରଖିବାକୁ ଅନୁରୋଧ କରାଯାଇଛି।ଆଜି ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଏହି ପ୍ରସ୍ତାବରକୁ ଗୃହରେ ଉପସ୍ଥାପନ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେରଳକୁ ମାଲାୟଲମ ଭାଷାରେ କେରଲମ୍ କୁହାଯାଏ । […]

ନୂଆଦିଲ୍ଲୀ : ବଦଳିବ କେରଳର ନାଁ । ଏ ନେଇ କେରଳ ବିଧାନସଭାରେ ସର୍ବସମ୍ମତି କ୍ରମେ ଏକ ପ୍ରସ୍ତାବ ବିନା ସଂଶୋଧନରେ ପାରିତ ହୋଇଛି । ବିଧାନସଭାରେ ଏହି ପ୍ରସ୍ତାବ ଗୃହୀତ ହେବା ପରେ କେନ୍ଦ୍ର ସରକାରଙ୍କୁ ସମ୍ବିଧାନ ତଥା ସମସ୍ତ ସରକାରୀ ରେକର୍ଡରେ ନୂଆ ନାଁ ରଖିବାକୁ ଅନୁରୋଧ କରାଯାଇଛି।ଆଜି ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଏହି ପ୍ରସ୍ତାବରକୁ ଗୃହରେ ଉପସ୍ଥାପନ କରିଥିଲେ ।

ଆହୁରି ପଢ଼ନ୍ତୁ: ଭାରତ-ବାଂଲାଦେଶ ସୀମାରେ ଉତ୍ତେଜନା: ଅନୁପ୍ରବେଶକାରୀଙ୍କୁ ଗ୍ରହଣ କରିବାକୁ ବିଜିବିର ମନା, ବିଏସଏଫ୍ ସହ ମୁହାଁମୁହିଁ

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେରଳକୁ ମାଲାୟଲମ ଭାଷାରେ କେରଲମ୍ କୁହାଯାଏ । ଭାଷା ଭିତ୍ତିକ ଏହି ରାଜ୍ୟ ୧୯୫୬ ନଭେମ୍ବର ୧ ତାରିଖରେ ସୃଷ୍ଟି ହୋଇଥିଲା । ଏହି ଦିନକୁ କେରଳ ଦିବସ ଭାବେ ପାଳନ କରାଯାଇଥାଏ । ସମ୍ବିଧାନରେ ଏହାର ନାମ କେରଳ ଲେଖା ଯାଇଛି । ତେଣୁ ଏହାର ନାମ ପରିବର୍ତ୍ତନ କରାଯାଇ କେରଳମ ରହିବ । ସିଏମ ବିଜୟନ ବିଧାନସଭାରେ ଧାରା ୧୧୮ ଅନୁସାରେ ଏହି ପ୍ରସ୍ତାବ ଆଗତ କରିଥିଲେ ।

ଆହୁରି ପଢ଼ନ୍ତୁ: 'ଆପଣ ଗୁଗଲରେ ଅଶ୍ଳୀଳ ଭିଡିଓ ଦେଖିଛନ୍ତି...': କ୍ରାଇମବ୍ରାଞ୍ଚ ଅଫିସର ପରିଚୟ ଦେଇ ମହିଳାଙ୍କଠାରୁ ୪.୫୦ ଲକ୍ଷ ଟଙ୍କାର ସାଇବର ଠକେଇ

ଏହି ପ୍ରସ୍ତାବରେ କଂଗ୍ରେସ ନେତୃତ୍ୱାଧୀନ ୟୁଡିଏଫ ମଧ୍ୟ ସହମତି ପ୍ରକାଶ କରିଛି । ଶେଷରେ ବିଧାନସଭା ଅଧ୍ୟକ୍ଷ ଏଏନ ସମଶୀର ସର୍ବସମ୍ମତି କ୍ରମେ ଏହି ପ୍ରସ୍ତାବ ଗୃହୀତ ହୋଇଥିବା ଘୋଷଣା କରିଥିଲେ। ଏହାପରେ କେନ୍ଦ୍ର ସରକାରଙ୍କ ସହ ସମସ୍ତ ଆଧିକାରିକ ଦସ୍ତାବିଜ ତଥା ସମ୍ବିଧାନର ୮ମ ସୂଚୀରେ କେରଳର ନାଁ ବଦଳାଇ କେରଲମ କରିବାକୁ ଆଗ୍ରହ ପ୍ରକାଶ କରିଥିଲେ ।

ଆହୁରି ପଢ଼ନ୍ତୁ: ଇରାନ ଉପରେ ଆମେରିକାର ଏୟାର ଷ୍ଟ୍ରାଇକ୍: 'ମିଡିଲ୍ ଇଷ୍ଟର ଗୁଣ୍ଡା ଶେଷ' ବୋଲି କହିଲେ ଟ୍ରମ୍ପ, ଇରାନର ପଲଟାବାର

09 Aug 2023 By The Sakala

ବଦଳିବ କେରଳର ନାଁ, ବିଧାନସଭାରେ ସର୍ବସମ୍ମତିରେ ପାରିତ ହେଲା ପ୍ରସ୍ତାବ

ନୂଆଦିଲ୍ଲୀ : ବଦଳିବ କେରଳର ନାଁ । ଏ ନେଇ କେରଳ ବିଧାନସଭାରେ ସର୍ବସମ୍ମତି କ୍ରମେ ଏକ ପ୍ରସ୍ତାବ ବିନା ସଂଶୋଧନରେ ପାରିତ ହୋଇଛି । ବିଧାନସଭାରେ ଏହି ପ୍ରସ୍ତାବ ଗୃହୀତ ହେବା ପରେ କେନ୍ଦ୍ର ସରକାରଙ୍କୁ ସମ୍ବିଧାନ ତଥା ସମସ୍ତ ସରକାରୀ ରେକର୍ଡରେ ନୂଆ ନାଁ ରଖିବାକୁ ଅନୁରୋଧ କରାଯାଇଛି।ଆଜି ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଏହି ପ୍ରସ୍ତାବରକୁ ଗୃହରେ ଉପସ୍ଥାପନ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେରଳକୁ ମାଲାୟଲମ ଭାଷାରେ କେରଲମ୍ କୁହାଯାଏ । ଭାଷା ଭିତ୍ତିକ ଏହି ରାଜ୍ୟ ୧୯୫୬ ନଭେମ୍ବର ୧ ତାରିଖରେ ସୃଷ୍ଟି ହୋଇଥିଲା । ଏହି ଦିନକୁ କେରଳ ଦିବସ ଭାବେ ପାଳନ କରାଯାଇଥାଏ । ସମ୍ବିଧାନରେ ଏହାର ନାମ କେରଳ ଲେଖା ଯାଇଛି । ତେଣୁ ଏହାର ନାମ ପରିବର୍ତ୍ତନ କରାଯାଇ କେରଳମ ରହିବ । ସିଏମ ବିଜୟନ ବିଧାନସଭାରେ ଧାରା ୧୧୮ ଅନୁସାରେ ଏହି ପ୍ରସ୍ତାବ ଆଗତ କରିଥିଲେ ।

ଏହି ପ୍ରସ୍ତାବରେ କଂଗ୍ରେସ ନେତୃତ୍ୱାଧୀନ ୟୁଡିଏଫ ମଧ୍ୟ ସହମତି ପ୍ରକାଶ କରିଛି । ଶେଷରେ ବିଧାନସଭା ଅଧ୍ୟକ୍ଷ ଏଏନ ସମଶୀର ସର୍ବସମ୍ମତି କ୍ରମେ ଏହି ପ୍ରସ୍ତାବ ଗୃହୀତ ହୋଇଥିବା ଘୋଷଣା କରିଥିଲେ। ଏହାପରେ କେନ୍ଦ୍ର ସରକାରଙ୍କ ସହ ସମସ୍ତ ଆଧିକାରିକ ଦସ୍ତାବିଜ ତଥା ସମ୍ବିଧାନର ୮ମ ସୂଚୀରେ କେରଳର ନାଁ ବଦଳାଇ କେରଲମ କରିବାକୁ ଆଗ୍ରହ ପ୍ରକାଶ କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର