ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

The Sakala Picture
Published On

ନୂଆଦିଲ୍ଲୀ: ୭୭ ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ତ୍ରିରଙ୍ଗା ଉଡାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପତାକା ଉତ୍ତୋଳନ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ବୀର ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଏଥର ଦେଶବାସୀଙ୍କୁ ପରିବାନ ଜନ କହି ସମ୍ୱୋଧିତ କରି କହିଛନ୍ତି, ବିଶ୍ୱର ସର୍ବବୃହତ ଗଣତନ୍ତ୍ର ରାଷ୍ଟ୍ର ଏବେ ଜନସଂଖ୍ୟା କ୍ଷେତ୍ରରେ ମଧ୍ୟ ଅଗ୍ରଣୀ ଦେଶ। ଏତେ ବଡ ଦେଶ, ମୋ ପରିବାରର ୧୪୦ କୋଟି ସଦସ୍ୟ ଆଜି ସ୍ୱାଧୀନତା ଦିବସ […]

ନୂଆଦିଲ୍ଲୀ: ୭୭ ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ତ୍ରିରଙ୍ଗା ଉଡାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପତାକା ଉତ୍ତୋଳନ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ବୀର ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଆହୁରି ପଢ଼ନ୍ତୁ: ଆଟଲାଣ୍ଟିକ୍ ମହାସାଗରର ନାମ ବଦଳାଇବାକୁ ଦାବି କଲେ ଡୋନାଲ୍ଡ ଟ୍ରମ୍ପ, ମନା କରିଦେଇଥିଲେ ଗୁଗୁଲ୍ ସିଇଓ ସୁନ୍ଦର ପିଚାଇ

ପ୍ରଧାନମନ୍ତ୍ରୀ ଏଥର ଦେଶବାସୀଙ୍କୁ ପରିବାନ ଜନ କହି ସମ୍ୱୋଧିତ କରି କହିଛନ୍ତି, ବିଶ୍ୱର ସର୍ବବୃହତ ଗଣତନ୍ତ୍ର ରାଷ୍ଟ୍ର ଏବେ ଜନସଂଖ୍ୟା କ୍ଷେତ୍ରରେ ମଧ୍ୟ ଅଗ୍ରଣୀ ଦେଶ। ଏତେ ବଡ ଦେଶ, ମୋ ପରିବାରର ୧୪୦ କୋଟି ସଦସ୍ୟ ଆଜି ସ୍ୱାଧୀନତା ଦିବସ ପାଳନ କରୁଛନ୍ତି।

ଆହୁରି ପଢ଼ନ୍ତୁ: ନିର୍ବାଚନ ଆୟୋଗରେ ବଡ଼ ବିବାଦ: RTI ରିପୋର୍ଟରୁ ଖୁଲାସା ହେଲା ବରିଷ୍ଠ ଅଧିକାରୀଙ୍କ ଏକପାଖିଆ ନିଷ୍ପତ୍ତି

ସେପଟେ ଲାଲକିଲାରେ ସମଗ୍ର ବିଶ୍ୱରୁ ୧୮ଶହ ସ୍ୱତନ୍ତ୍ର ଅତିଥିଙ୍କୁ ନିମନ୍ତ୍ରଣ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ସ୍ୱାଧୀନତା ଦିବସ ପାଇଁ ରାଜଧାନୀ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଲାଲକିଲା ଆଖପାଖରେ ୧୦ହଜାରରୁ ଅଧିକ ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯାଇଛି । ଏହାସହ ୧ହଜାର କ୍ୟାମେରା, ଆଂଟି-ଡ୍ରୋନ୍ ସିଷ୍ଟମ ଲଗାଯାଇଛି । ଛୋଟ ଛୋଟ ଡ୍ରୋନ୍ ସାହାଯ୍ୟରେ ଆକ୍ରମଣ ଆଶଙ୍କା ଥିବାରୁ ଏହାର ମୁକାବିଲା କରିବାକୁ ଡିଆରଡିଓ ପକ୍ଷରୁ ବିକଶିତ କାଉଂଟର ଡ୍ରୋନ ସିଷ୍ଟମକୁ ଲାଲକିଲ୍ଲା ନିକଟରେ ମୁତୟନ କରାଯାଇଛି । ପ୍ରଧାନମନ୍ତ୍ରୀ ଓ ଅନ୍ୟ ଭିଭିଆଇପି ଅତିଥିଙ୍କ ସୁରକ୍ଷା ପାଇଁ ସ୍ନାଇପର୍ସ, ସ୍ୱତନ୍ତ୍ର ସ୍ୱାଟ୍ କମାଣ୍ଡୋ ଓ ଶାର୍ପଶୁଟର ମୁତୟନ କରାଯାଇଛି ।

ଆହୁରି ପଢ଼ନ୍ତୁ: ଭାରତର ମୋଷ୍ଟ ୱାଣ୍ଟେଡ୍ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଆମେରିକାରେ ଗିରଫ, ରହିଛି ଅନେକ ହତ୍ୟା ଏବଂ ଅପରାଧ ମାମଲା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର