ଏର୍ଣ୍ଣାକୁଲମର ଏକ କନ୍‌ଭେନସନ ସେଣ୍ଟରରେ ପ୍ରାର୍ଥନାବେଳେ ଭୟଙ୍କର ବିସ୍ଫୋରଣ, ଜଣେ ମୃତ, ୨୦ ଆହତ

The Sakala Picture
Published On

କେରଳ: କେରଳର ଏର୍ଣ୍ଣାକୁଲମରେ ବଡ଼ ଧରଣର ବିସ୍ଫୋରଣ । ଏକ କନ୍‌ଭେନସନ ସେଣ୍ଟରରେ ପ୍ରାର୍ଥନାବେଳେ ଘଟିଛି ଭୟଙ୍କର ବିସ୍ଫୋରଣ । ବିସ୍ଫୋରଣରେ ଜଣେ ମୃତ୍ୟୁବରଣ କରିଥିବାବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି । ସିନ୍ଦିଗ୍ଧ ଆତଙ୍କବାଦୀ ଆକ୍ରମଣ କରିଥିବା ଆଶଙ୍କା କରାଯାଉଛି । ଘଟଣାସ୍ଥଳରେ ଫରେନସିକ ଟିମ ପହଞ୍ଚି ଯାଞ୍ଚ କରୁଛି । ସୂଚନା ଅନୁସାରେ ବିସ୍ଫୋରଣବେଳେ କନ୍‌ଭେନସନ ସେଣ୍ଟରରେ ୟହୋବା ସାକ୍ଷୀ ସମ୍ମିଳନୀ ହେଉଥିଲା । କଲାମାସେରି ସ୍ଥିତ ଏହି କନ୍‌ଭେସନ୍‌ ସେଣ୍ଟରରେ ଆୟୋଜିତ ତିନି […]

କେରଳ: କେରଳର ଏର୍ଣ୍ଣାକୁଲମରେ ବଡ଼ ଧରଣର ବିସ୍ଫୋରଣ । ଏକ କନ୍‌ଭେନସନ ସେଣ୍ଟରରେ ପ୍ରାର୍ଥନାବେଳେ ଘଟିଛି ଭୟଙ୍କର ବିସ୍ଫୋରଣ । ବିସ୍ଫୋରଣରେ ଜଣେ ମୃତ୍ୟୁବରଣ କରିଥିବାବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି । ସିନ୍ଦିଗ୍ଧ ଆତଙ୍କବାଦୀ ଆକ୍ରମଣ କରିଥିବା ଆଶଙ୍କା କରାଯାଉଛି । ଘଟଣାସ୍ଥଳରେ ଫରେନସିକ ଟିମ ପହଞ୍ଚି ଯାଞ୍ଚ କରୁଛି । ସୂଚନା ଅନୁସାରେ ବିସ୍ଫୋରଣବେଳେ କନ୍‌ଭେନସନ ସେଣ୍ଟରରେ ୟହୋବା ସାକ୍ଷୀ ସମ୍ମିଳନୀ ହେଉଥିଲା ।

ଆହୁରି ପଢ଼ନ୍ତୁ: ଶତ୍ରୁ ଶିବିରରେ ହାହାକାର ସୃଷ୍ଟି କରିବ ‘ପ୍ରୋଜେକ୍ଟ କାଲ୍’: ଭାରତ ପ୍ରସ୍ତୁତ କରୁଛି ୧୦୦୦ କିମି ରେଞ୍ଜର ଘାତକ ଡ୍ରୋନ୍

କଲାମାସେରି ସ୍ଥିତ ଏହି କନ୍‌ଭେସନ୍‌ ସେଣ୍ଟରରେ ଆୟୋଜିତ ତିନି ଦିନିଆ କାର୍ଯ୍ୟକ୍ରମର ଆଜି ଶେଷ ଦିନ ଥିଲା। କାର୍ଯ୍ୟକ୍ରମ ଆରମ୍ଭ ପୂର୍ବରୁ ଲୋକେ ଏକାଠି ହୋଇ ପ୍ରାର୍ଥନା କରିଥିଲେ। ଏତିକିବେଳେ କନଭେନସେଣ୍ଟରରେ ୩ଟି ବିସ୍ଫୋରଣ ହୋଇଥିବା ନେଇ ସୂଚନା ମିଳିଛି । ଆହତମାନଙ୍କୁ ଉଦ୍ଧାର କରାଯାଇ ସରକାରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ଏଥିରୁ ୭ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ଦମକଳ ବାହିନୀ କର୍ମଚାରୀମାନେ ଘଟଣାସ୍ଥଳରୁ ଜଣଙ୍କର ଦଗ୍ଧ ଶବ ଉଦ୍ଧାର କରିଛନ୍ତି। ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି। ବିସ୍ଫୋରଣ ସମୟରେ ହଲରେ ୨ ହଜାରରୁ ଅଧିକ ଲୋକ ରହିଥିଲେ ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

29 Oct 2023 By The Sakala

ଏର୍ଣ୍ଣାକୁଲମର ଏକ କନ୍‌ଭେନସନ ସେଣ୍ଟରରେ ପ୍ରାର୍ଥନାବେଳେ ଭୟଙ୍କର ବିସ୍ଫୋରଣ, ଜଣେ ମୃତ, ୨୦ ଆହତ

କେରଳ: କେରଳର ଏର୍ଣ୍ଣାକୁଲମରେ ବଡ଼ ଧରଣର ବିସ୍ଫୋରଣ । ଏକ କନ୍‌ଭେନସନ ସେଣ୍ଟରରେ ପ୍ରାର୍ଥନାବେଳେ ଘଟିଛି ଭୟଙ୍କର ବିସ୍ଫୋରଣ । ବିସ୍ଫୋରଣରେ ଜଣେ ମୃତ୍ୟୁବରଣ କରିଥିବାବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି । ସିନ୍ଦିଗ୍ଧ ଆତଙ୍କବାଦୀ ଆକ୍ରମଣ କରିଥିବା ଆଶଙ୍କା କରାଯାଉଛି । ଘଟଣାସ୍ଥଳରେ ଫରେନସିକ ଟିମ ପହଞ୍ଚି ଯାଞ୍ଚ କରୁଛି । ସୂଚନା ଅନୁସାରେ ବିସ୍ଫୋରଣବେଳେ କନ୍‌ଭେନସନ ସେଣ୍ଟରରେ ୟହୋବା ସାକ୍ଷୀ ସମ୍ମିଳନୀ ହେଉଥିଲା ।

କଲାମାସେରି ସ୍ଥିତ ଏହି କନ୍‌ଭେସନ୍‌ ସେଣ୍ଟରରେ ଆୟୋଜିତ ତିନି ଦିନିଆ କାର୍ଯ୍ୟକ୍ରମର ଆଜି ଶେଷ ଦିନ ଥିଲା। କାର୍ଯ୍ୟକ୍ରମ ଆରମ୍ଭ ପୂର୍ବରୁ ଲୋକେ ଏକାଠି ହୋଇ ପ୍ରାର୍ଥନା କରିଥିଲେ। ଏତିକିବେଳେ କନଭେନସେଣ୍ଟରରେ ୩ଟି ବିସ୍ଫୋରଣ ହୋଇଥିବା ନେଇ ସୂଚନା ମିଳିଛି । ଆହତମାନଙ୍କୁ ଉଦ୍ଧାର କରାଯାଇ ସରକାରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ଏଥିରୁ ୭ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ଦମକଳ ବାହିନୀ କର୍ମଚାରୀମାନେ ଘଟଣାସ୍ଥଳରୁ ଜଣଙ୍କର ଦଗ୍ଧ ଶବ ଉଦ୍ଧାର କରିଛନ୍ତି। ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି। ବିସ୍ଫୋରଣ ସମୟରେ ହଲରେ ୨ ହଜାରରୁ ଅଧିକ ଲୋକ ରହିଥିଲେ ।

https://www.thesakala.in/national-international/severe-explosion-during-meeting-in-keralas-ernakulam-convention-center-one-died-above-20-injured/article-26800
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର