ସାଧାରଣତନ୍ତ୍ର ଦିବସ ପୂର୍ବରୁ ରାଷ୍ଟ୍ରପତିଙ୍କ ବାର୍ତ୍ତା: ‘ଦେଶକୁ ଏକ ନୂଆ ଉଚ୍ଚତାକୁ ନେବାକୁ ଆମ ହାତରେ ଏକ ସୁବର୍ଣ୍ଣ ସୁଯୋଗ ରହିଛି’

The Sakala Picture
Published On

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୭୫ତମ ଗଣତନ୍ତ୍ର ଦିବସ ପୂର୍ବ ସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ଦେଶବାସୀଙ୍କୁ ଗଣତନ୍ତ୍ର ଦିବସ ପାଇଁ ଅଭିନନନ୍ଦନ ଜଣାଇ ସେ କହିଛନ୍ତି ଯେ, ଏହା ଏକ ଯୁଗାନ୍ତକାରୀ ପରିବର୍ତ୍ତନର ସମୟ । ଦେଶ ଅମୃତ କାଳର ପ୍ରାରମ୍ଭିକ ସମୟରେ ଅଛି । ଦେଶକୁ ଏକ ନୂଆ ଉଚ୍ଚତାକୁ ନେବାକୁ ଆମ ହାତରେ ଏକ ସୁବର୍ଣ୍ଣ ସୁଯୋଗ ରହିଛି । ଗଣତନ୍ତ୍ର ଦିବସ ଆମର ମୌଳିକ ମୂଲ୍ୟବୋଧ ଏବଂ ନୀତିକୁ ମନେ […]

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୭୫ତମ ଗଣତନ୍ତ୍ର ଦିବସ ପୂର୍ବ ସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ଦେଶବାସୀଙ୍କୁ ଗଣତନ୍ତ୍ର ଦିବସ ପାଇଁ ଅଭିନନନ୍ଦନ ଜଣାଇ ସେ କହିଛନ୍ତି ଯେ, ଏହା ଏକ ଯୁଗାନ୍ତକାରୀ ପରିବର୍ତ୍ତନର ସମୟ । ଦେଶ ଅମୃତ କାଳର ପ୍ରାରମ୍ଭିକ ସମୟରେ ଅଛି । ଦେଶକୁ ଏକ ନୂଆ ଉଚ୍ଚତାକୁ ନେବାକୁ ଆମ ହାତରେ ଏକ ସୁବର୍ଣ୍ଣ ସୁଯୋଗ ରହିଛି ।

ଆହୁରି ପଢ଼ନ୍ତୁ: ନେପାଳରେ ଭୟାବହ ବନ୍ୟା: ଜଳବାୟୁ କ୍ଷତିପୂରଣ ପାଇଁ ଭାରତ, ଚୀନ୍ ଏବଂ ଆମେରିକାକୁ ଦାୟୀ କଲା ନେପାଳ

ଗଣତନ୍ତ୍ର ଦିବସ ଆମର ମୌଳିକ ମୂଲ୍ୟବୋଧ ଏବଂ ନୀତିକୁ ମନେ ପକାଇବାର ଏକ ଗୁରୁତ୍ୱପୂର୍ଣ୍ଣ ଅବସର । ବିକଶିତ ଭାରତ ସମସ୍ତଙ୍କ ଦାୟିତ୍ୱ। ଆତ୍ମ ବିଶ୍ୱାସ ସହ ଆଗକୁ ବଢୁଛି ଭାରତ। ଦୃଢ ଅର୍ଥନୀତି ଏହି ବିଶ୍ୱାସକୁ ଦୃଢ କରିଛି। ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ପ୍ରତିଷ୍ଠା ହୋଇଛି। ଉଚିତ ନ୍ୟାୟିକ ପ୍ରକ୍ରିୟାରେ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ନ୍ୟାୟିକ ପ୍ରକ୍ରିୟା ଉପରେ ଦେଶବାସୀଙ୍କ ଅଗାଧ ବିଶ୍ୱାସ ପ୍ରମାଣିତ ହେଲା ବୋଲି ରାଷ୍ଟ୍ରପତି କହିଛନ୍ତି।

ଆହୁରି ପଢ଼ନ୍ତୁ: ନେପାଳକୁ ପ୍ରତି ବିପଦର ଆଗୁଆ ସୂଚନା ଦେବ ଚୀନ୍!

ଦେଶକୁ ନୂଆ ଉଚ୍ଚକୁ ନେବାର ସୁବର୍ଣ୍ଣ ସୁଯୋଗ ମିଳିଛି। ଦେଶକୁ ଆଗକୁ ନେବାରେ ସବୁ ଦେଶବାସୀଙ୍କ ଭୂମିକା ରହିଛି। ବିକଶିତ ଭାରତ ପାଇଁ ସବୁ ଦେଶବାସୀଙ୍କ ଦାୟିତ୍ୱ ରହିଛି। ଗଣତନ୍ତ୍ର ଦିବସ ଆମ ମୂଲ୍ୟବୋଧକୁ ମନେପକାଇବାର ଅବସର। ଚନ୍ଦ୍ରର ଦକ୍ଷିଣ ମେରୁରେ ଭାରତର ଅବତରଣ ଏକ ବଡ ଉପଲବ୍ଧି ଆଣିଛି। ଆଦିତ୍ୟ ଏଲ-୧ର ସଫଳତା ଆମକୁ ନୂଆ ସୋପାନକୁ ନେଇଛି। ଆଜିର ଭାରତ ଆତ୍ମବିଶ୍ୱାସ ସହ ଆଗକୁ ବଢୁଛି। ସୁଦୃଢ ଆର୍ଥିକ ସ୍ଥିତି ଏହି ଆତ୍ମବିଶ୍ୱାର ପ୍ରମୁଖ ଆଧାର ପାଲଟିଛି ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି।

ଆହୁରି ପଢ଼ନ୍ତୁ: ମିଆମି ଏୟାରପୋର୍ଟରେ ଆମାଜନ କାର୍ଗୋ ବିମାନ ଦୁର୍ଘଟଣାଗ୍ରସ୍ତ: ୫ ମୃତ, ୫ ଆହତ

ରାଷ୍ଟ୍ରପତି ନିଜ ସମ୍ୱୋଧନରେ ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ଏକ କ୍ରାନ୍ତିକାରୀ ପଦକ୍ଷେପ ବୋଲି କହିଛନ୍ତି । ସେ କହିଛନ୍ତି, ‘ମୁଁ ବିଶ୍ୱାସ କରୁଛି ଯେ ନାରୀ ଶକ୍ତି ବନ୍ଦନ ଅଧିନିୟମ ମହିଳା ସଶକ୍ତିକରଣ ପାଇଁ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ପ୍ରମାଣିତ ହେବ । ଏହା ଆମର ଶାସନ ପ୍ରକ୍ରିୟାକୁ ଅଧିକ ସ୍ୱଚ୍ଛଳ କରିବାରେ ସହଯୋଗ କରିବ ।’

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର