ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଗିରଫ କଲା ଇଡି

The Sakala Picture
Published On

ରାଞ୍ଚି: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ଗିରଫ । ଏହା ପୂର୍ବରୁ ହେମନ୍ତ ସୋରେନ୍ ରାଜଭବନରେ ପହଞ୍ଚି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ରାଜ୍ୟପାଳ ତାଙ୍କ ଇସ୍ତଫାକୁ ମଞ୍ଜୁର କରିଥିଲେ । ତାଙ୍କ ବଦଳରେ ଚମ୍ପଇ ସୋରେନ୍ ଆଗାମୀ ମୁଖ୍ୟମନ୍ତ୍ରୀ ହେବେ । ଚମ୍ପଇ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ନେଇ ଦାବି ବାଢିଛନ୍ତି । ସେ ୪୩ ବିଧାୟକଙ୍କ ସମର୍ଥନ ପତ୍ର ରାଜ୍ୟପାଳଙ୍କୁ ପ୍ରଦାନ କରିଥିଲେ । ପୂର୍ବରୁ ହେମନ୍ତଙ୍କ ଦିଲ୍ଲୀ ସ୍ଥିତ ବାସଭବନରେ […]

ରାଞ୍ଚି: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ଗିରଫ । ଏହା ପୂର୍ବରୁ ହେମନ୍ତ ସୋରେନ୍ ରାଜଭବନରେ ପହଞ୍ଚି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ରାଜ୍ୟପାଳ ତାଙ୍କ ଇସ୍ତଫାକୁ ମଞ୍ଜୁର କରିଥିଲେ । ତାଙ୍କ ବଦଳରେ ଚମ୍ପଇ ସୋରେନ୍ ଆଗାମୀ ମୁଖ୍ୟମନ୍ତ୍ରୀ ହେବେ । ଚମ୍ପଇ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ନେଇ ଦାବି ବାଢିଛନ୍ତି । ସେ ୪୩ ବିଧାୟକଙ୍କ ସମର୍ଥନ ପତ୍ର ରାଜ୍ୟପାଳଙ୍କୁ ପ୍ରଦାନ କରିଥିଲେ ।

ଆହୁରି ପଢ଼ନ୍ତୁ: ଏୟାର ଇଣ୍ଡିଆ ବିମାନରେ ଆକସ୍ମିକ ବିପଦ: ନିଶାଗ୍ରସ୍ତ ପାଇଲଟ୍ ବହିଷ୍କୃତ, ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ

ପୂର୍ବରୁ ହେମନ୍ତଙ୍କ ଦିଲ୍ଲୀ ସ୍ଥିତ ବାସଭବନରେ ରେଡ୍ କରି ଇଡି ନଗଦ ୩୬ ଲକ୍ଷ ଟଙ୍କା, ଦୁଇଟି ଦାମୀ ଗାଡ଼ି ଓ ବହୁ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ଜବତ କରିଥିଲା । ତା’ ପୂର୍ବରୁ ନଅ ନଅ ଥର ସମନ ଟାଳି ଇଡି କାର୍ଯ୍ୟଳୟରେ ହାଜର ହୋଇନଥିଲେ ହେମନ୍ତ ସୋରେନ । ଦଶମ ଥର ଲାଗି ଜାନୁଆରୀ ୨୯ କିମ୍ବା ୩୦ରେ ହାଜର ହେବାକୁ ଇଡି ହେମନ୍ତଙ୍କୁ ସୁଯୋଗ ଦେଇଥିଲା । ରାଜନୈତିକ ଆକ୍ରୋଶ ରଖି ତାଙ୍କୁ ସମନ କରାଯାଇଛି ବୋଲି ସୋରେନ କହିଥିଲେ । ଏବଂ ସେ ଇଡି କାର୍ଯ୍ୟାଳୟରେ ହାଜର ହୋଇନଥିଲେ । ଆଜି ହେମନ୍ତ ସୋରେନଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଟିମ ପହଞ୍ଚିଥିଲା । ରାଞ୍ଚିସ୍ଥିତ ଘରେ ଇଡି ଟିମ୍ ପହଞ୍ଚି ମନି ଲଣ୍ଡରିଂ ଓ ଜମି ଦୁର୍ନୀତି ମାମଲାରେ ତାଙ୍କୁ ପଚରାଉଚରା କରିଥିଲା । ହେଲେ ଶେଷରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଇଡି ଗିରଫ କରିଛି।

ଆହୁରି ପଢ଼ନ୍ତୁ: ଏସସିଓ ସମ୍ମିଳନୀରେ ଭାରତ ସହ ସମ୍ପର୍କକୁ 'ଐତିହାସିକ' କହିଲା ଇରାନ

 

ଆହୁରି ପଢ଼ନ୍ତୁ: 'ଜଣେ ମାଜିଷ୍ଟ୍ରେଟ୍ ଏପରି ସାହସ କିପରି କଲେ?': ଗ୍ରେଟର ନୋଏଡା ଛାତ୍ରଙ୍କୁ ନୋଟିସ୍ ପ୍ରସଙ୍ଗରେ ବର୍ଷିଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର