ଦ୍ବିତୀୟ ଥର ପାଇଁ ପାକିସ୍ତାନର ପ୍ରଧାନମନ୍ତ୍ରୀ ହେଲେ ଶେହବାଜ ସରିଫ

The Sakala Picture
Published On

ନୂଆଦିଲ୍ଲୀ : ପାକିସ୍ତାନ ମୁସଲିମ୍ ଲିଗ୍ (ଏନ୍)ର ବରିଷ୍ଠ ନେତା ଶେହବାଜ ସରିଫ୍ ଦ୍ୱିତୀୟ ଥର ପାଇଁ ପାକିସ୍ତାନର ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଛନ୍ତି। ଶେହବାଜ ସରିଫ ଶନିବାର ପ୍ରଧାନମନ୍ତ୍ରୀ ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିଥିଲେ। ପ୍ରଧାନମନ୍ତ୍ରୀ ପଦ ପାଇଁ ନିର୍ବାଚନ ରବିବାର ଅନୁଷ୍ଠିତ ହୋଇଥିଲା ଯେଉଁଥିରେ ଶେହବାଜ ସରିଫ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଛନ୍ତି। ଶେହବାଜ ସରିଫଙ୍କ ବ୍ୟତୀତ ପିଟିଆଇ ନେତା ଓମାର ଆୟୁବ ଖାନ ମଧ୍ୟ ପ୍ରଧାନମନ୍ତ୍ରୀ ପଦ ପାଇଁ […]

ନୂଆଦିଲ୍ଲୀ : ପାକିସ୍ତାନ ମୁସଲିମ୍ ଲିଗ୍ (ଏନ୍)ର ବରିଷ୍ଠ ନେତା ଶେହବାଜ ସରିଫ୍ ଦ୍ୱିତୀୟ ଥର ପାଇଁ ପାକିସ୍ତାନର ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଛନ୍ତି। ଶେହବାଜ ସରିଫ ଶନିବାର ପ୍ରଧାନମନ୍ତ୍ରୀ ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିଥିଲେ। ପ୍ରଧାନମନ୍ତ୍ରୀ ପଦ ପାଇଁ ନିର୍ବାଚନ ରବିବାର ଅନୁଷ୍ଠିତ ହୋଇଥିଲା ଯେଉଁଥିରେ ଶେହବାଜ ସରିଫ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଛନ୍ତି। ଶେହବାଜ ସରିଫଙ୍କ ବ୍ୟତୀତ ପିଟିଆଇ ନେତା ଓମାର ଆୟୁବ ଖାନ ମଧ୍ୟ ପ୍ରଧାନମନ୍ତ୍ରୀ ପଦ ପାଇଁ ତାଙ୍କ ନାମାଙ୍କନପତ୍ର ଦାଖଲ କରିଥିଲେ। ତେବେ ରବିବାର ଅନୁଷ୍ଠିତ ନିର୍ବାଚନରେ ​​ଓମାର ଆୟୁବ ଖାନ ପର୍ଯ୍ୟାପ୍ତ ସମର୍ଥନ ପାଇପାରିନଥିଲେ।

ଆହୁରି ପଢ଼ନ୍ତୁ: ୩ କୋଟିର ରାସ୍ତା ବର୍ଷାରେ ବେହାଲ୍: ଧସିଲା ୯୦ ଫୁଟ୍‌ର ପିଚ୍ ରାସ୍ତା, ବିଚ୍ଛିନ୍ନ ହେଲା ଯୋଗାଯୋଗ

ରବିବାର ସଂସଦରେ ଭୋଟିଂ ପରେ ଶେହବାଜ ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଛନ୍ତି। ପାକିସ୍ତାନ ମୁସଲିମ ଲିଗ୍-ନୱାଜ (ପିଏମଏଲ-ଏନ) ଏବଂ ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି) ର ସର୍ବସମ୍ମତ ପ୍ରାର୍ଥୀ ହୋଇଥିବା ୭୨ ବର୍ଷୀୟ ଶେହବାଜ ୩୩୬ସଦସ୍ୟ ବିଶିଷ୍ଟ ଗୃହରେ ୨୦୧ ଭୋଟ୍ ପାଇ ବିଜୟୀ ହୋଇଛନ୍ତି। ଶେହବାଜଙ୍କ ପ୍ରତିଦ୍ୱନ୍ଦ୍ୱୀ ତଥା ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଦଳ ପାକିସ୍ତାନ ତେହେରିକ-ଏ-ଇନସାଫ(ପିଟିଆଇ)ର ଓମାର ଆୟୁବ ଖାନ ୯୨ ଭୋଟ୍ ପାଇଛନ୍ତି।

ଆହୁରି ପଢ଼ନ୍ତୁ: ଶ୍ରୀନଗର ବିମାନବନ୍ଦରରେ ଅଘଟଣ: ପାର୍କିଂ ବେଳେ ଖୁଣ୍ଟରେ ପିଟି ହେଲା ଇଣ୍ଡିଗୋ ବିମାନ, ସମସ୍ତ ଯାତ୍ରୀ ସୁରକ୍ଷିତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର