ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ କ୍ଷମା ମାଗିଲା ପତଞ୍ଜଳି

The Sakala Picture
Published On

ନୂଆଦିଲ୍ଲୀ: ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ସର୍ତ୍ତମୂଳକ ଭାବେ କ୍ଷମା ମାଗିଛି ପତଞ୍ଜଳି ଆୟୁର୍ବେଦ । ଏଥିସହ ସୁପ୍ରିମକୋର୍ଟରେ ଏକ ସତ୍ୟପାଠ ମଧ୍ୟ ଦାଖଲ କରିଛି । ଅବମାନନା ନୋଟିସର ଜବାବ ନ ଦେଇଥିବାରୁ ଉଭୟ ବାବା ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣାଙ୍କୁ ଏପ୍ରିଲ ୨ ରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଥିଲେ ମାନ୍ୟବର ସୁପ୍ରିମକୋର୍ଟ । ଏକ ସଂକ୍ଷିପ୍ତ ସତ୍ୟପାଠ ଦାଖଲ କରି ପତଞ୍ଜଳି ଆୟୁର୍ବେଦର ପରିଚାଳନା ନିର୍ଦ୍ଦେଶକ ଆଚାର୍ଯ୍ୟ ବାଲକ୍ରିଷ୍ଣା ସୁପ୍ରିମକୋର୍ଟଙ୍କୁ କ୍ଷମା ମାଗିଛନ୍ତି […]

ନୂଆଦିଲ୍ଲୀ: ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ସର୍ତ୍ତମୂଳକ ଭାବେ କ୍ଷମା ମାଗିଛି ପତଞ୍ଜଳି ଆୟୁର୍ବେଦ । ଏଥିସହ ସୁପ୍ରିମକୋର୍ଟରେ ଏକ ସତ୍ୟପାଠ ମଧ୍ୟ ଦାଖଲ କରିଛି । ଅବମାନନା ନୋଟିସର ଜବାବ ନ ଦେଇଥିବାରୁ ଉଭୟ ବାବା ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣାଙ୍କୁ ଏପ୍ରିଲ ୨ ରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଥିଲେ ମାନ୍ୟବର ସୁପ୍ରିମକୋର୍ଟ । ଏକ ସଂକ୍ଷିପ୍ତ ସତ୍ୟପାଠ ଦାଖଲ କରି ପତଞ୍ଜଳି ଆୟୁର୍ବେଦର ପରିଚାଳନା ନିର୍ଦ୍ଦେଶକ ଆଚାର୍ଯ୍ୟ ବାଲକ୍ରିଷ୍ଣା ସୁପ୍ରିମକୋର୍ଟଙ୍କୁ କ୍ଷମା ମାଗିଛନ୍ତି ।

ଆହୁରି ପଢ଼ନ୍ତୁ: ବିହାର ଜାମୁଇ ଭାଇରାଲ ଭିଡିଓ ମାମଲା: ପୋଲିସ ଏନକାଉଣ୍ଟରରେ ମୁଖ୍ୟ ଅଭିଯୁକ୍ତ ଗିରଫ, ଭିଡିଓ ସେୟାର କରି ୩ ଧରାପଡିଲେ

ସୂଚନା ଅନୁସାରେ, ରୋଗର ଚିକିତ୍ସା ଉପରେ ବିଭ୍ରାନ୍ତିକର ବିଜ୍ଞାପନକୁ ନେଇ ସୁପ୍ରିମକୋର୍ଟ ପତଞ୍ଜଳି ଏବଂ ବାଲକ୍ରିଷ୍ଣାଙ୍କୁ ଅବମାନନା ନୋଟିସ୍ ପଠାଇ ଜବାବ ମାଗିଥିଲେ, ଯାହାର ଉତ୍ତର କମ୍ପାନି ତରଫରୁ ଦିଆଯାଇନଥିଲା । ଯେଉଁଥିପାଇଁ ମାନ୍ୟବର ସୁପ୍ରିମକୋର୍ଟ କଡା ଆଭିମୁଖ୍ୟ ଗ୍ରହଣ କରି ଗତ ମାର୍ଚ୍ଚ ୧୯ ତାରିଖରେ ଆୟୁର୍ବେଦିକ କମ୍ପାନୀ ପତଞ୍ଜଳି ଆୟୁର୍ବେଦର ପରିଚାଳନା ନିର୍ଦ୍ଦେଶକ ଆଚାର୍ଯ୍ୟ ବାଲକ୍ରିଷ୍ଣା ଏବଂ ଯୋଗ ଗୁରୁ ରାମଦେବଙ୍କୁ ପରବର୍ତ୍ତୀ ଶୁଣାଣି ଅର୍ଥାତ୍ ଏପ୍ରିଲ ୨ରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ୧୨ ଘଣ୍ଟା ମଧ୍ୟରେ ଦ୍ୱିତୀୟ ବସ୍ ଅଗ୍ନିକାଣ୍ଡ: ମୁମ୍ବାଇ ନିକଟରେ ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ବର୍ତ୍ତିଗଲେ ୧୪ ଯାତ୍ରୀ

 

ଆହୁରି ପଢ଼ନ୍ତୁ: ଚାକିରି ଖାଇଗଲା ଏଆଇ: ୯ ମାସରେ ବିଶ୍ଵର ବଡ଼ ବଡ଼ କମ୍ପାନୀଗୁଡ଼ିକ ଦ୍ୱାରା ୧.୭୬ ଲକ୍ଷ ଛଟେଇ ଘୋଷଣା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର