ମାଲେସିଆ: ମଝି ଆକାଶରେ ଧକ୍କା ହେଲା ନୌସେନାର ୨ଟି ହେଲିକପ୍ଟର, ୧୦ ମୃତ

The Sakala Picture
Published On

ପେରାକ: ମାଲେସିଆ ନୌସେନାର ୨ଟି ହେଲିକପ୍ଟର ମଝି ଆକାଶରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ରୟାଲ ମାଲେସିଆନ୍‌ ନାଭାଲ ପରେଡ୍‌ ପାଇଁ ପେରାକର ଲୁମୁଟ୍‌ ନୌସେନା ଘାଟିରେ ସାମରିକ ଅଭ୍ୟାସ ଚାଲିଥିବାବେଳେ ମଙ୍ଗଳବାର ସକାଳ ଏହି ଦୁର୍ଘଟଣା ଘଟିଛି ବୋଲି ନୌସେନା ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ଧକ୍କା ପରେ ଗୋଟିଏ ହେଲିକପ୍ଟର ନୌସେନା ଘାଟିର ଟ୍ରାକ୍‌ରେ ଖସିପଡ଼ିଥିବାବେଳେ ଅନ୍ୟଟି ଏକ ସୁଇମିଂ ପୁଲ୍‌ରେ ଖସିପଡ଼ିଥିଲା। ଦୁଇଟି ଯାକ ହେଲିକପ୍ଟରରେ ମୋଟ […]

ପେରାକ: ମାଲେସିଆ ନୌସେନାର ୨ଟି ହେଲିକପ୍ଟର ମଝି ଆକାଶରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ରୟାଲ ମାଲେସିଆନ୍‌ ନାଭାଲ ପରେଡ୍‌ ପାଇଁ ପେରାକର ଲୁମୁଟ୍‌ ନୌସେନା ଘାଟିରେ ସାମରିକ ଅଭ୍ୟାସ ଚାଲିଥିବାବେଳେ ମଙ୍ଗଳବାର ସକାଳ ଏହି ଦୁର୍ଘଟଣା ଘଟିଛି ବୋଲି ନୌସେନା ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ଧକ୍କା ପରେ ଗୋଟିଏ ହେଲିକପ୍ଟର ନୌସେନା ଘାଟିର ଟ୍ରାକ୍‌ରେ ଖସିପଡ଼ିଥିବାବେଳେ ଅନ୍ୟଟି ଏକ ସୁଇମିଂ ପୁଲ୍‌ରେ ଖସିପଡ଼ିଥିଲା। ଦୁଇଟି ଯାକ ହେଲିକପ୍ଟରରେ ମୋଟ ୧୦ ଜଣ ଯବାନ ରହିଥିଲେ। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଘଟଣାସ୍ଥଳରେ ହିଁ ସମସ୍ତଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ସମୟର ଭିଡିଓ  ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

23 Apr 2024 By The Sakala

ମାଲେସିଆ: ମଝି ଆକାଶରେ ଧକ୍କା ହେଲା ନୌସେନାର ୨ଟି ହେଲିକପ୍ଟର, ୧୦ ମୃତ

ପେରାକ: ମାଲେସିଆ ନୌସେନାର ୨ଟି ହେଲିକପ୍ଟର ମଝି ଆକାଶରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ରୟାଲ ମାଲେସିଆନ୍‌ ନାଭାଲ ପରେଡ୍‌ ପାଇଁ ପେରାକର ଲୁମୁଟ୍‌ ନୌସେନା ଘାଟିରେ ସାମରିକ ଅଭ୍ୟାସ ଚାଲିଥିବାବେଳେ ମଙ୍ଗଳବାର ସକାଳ ଏହି ଦୁର୍ଘଟଣା ଘଟିଛି ବୋଲି ନୌସେନା ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ଧକ୍କା ପରେ ଗୋଟିଏ ହେଲିକପ୍ଟର ନୌସେନା ଘାଟିର ଟ୍ରାକ୍‌ରେ ଖସିପଡ଼ିଥିବାବେଳେ ଅନ୍ୟଟି ଏକ ସୁଇମିଂ ପୁଲ୍‌ରେ ଖସିପଡ଼ିଥିଲା। ଦୁଇଟି ଯାକ ହେଲିକପ୍ଟରରେ ମୋଟ ୧୦ ଜଣ ଯବାନ ରହିଥିଲେ। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଘଟଣାସ୍ଥଳରେ ହିଁ ସମସ୍ତଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ସମୟର ଭିଡିଓ  ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

https://www.thesakala.in/national-international/ten-killed-after-two-malaysian-navy-helicopters-collide-in-mid-air/article-31645
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର