ମୋଦୀ ଓ ରାହୁଲଙ୍କ ଦ୍ବାରା ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ; ବିଜେପି, କଂଗ୍ରେସକୁ ନିର୍ବାଚନ ଆୟୋଗଙ୍କ ନୋଟିସ

The Sakala Picture
Published On

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦୀ ଓ ରାହୁଲ ଗାନ୍ଧୀଙ୍କ ଦ୍ବାରା ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ । ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ନେଇ ନିର୍ବାଚନ କମିଶନ ଗୁରୁବାର ବିଜେପି ଓ କଂଗ୍ରେସ ସଭାପତିଙ୍କୁ ନୋଟିସ ଜାରି କରିଛନ୍ତି । ଉଭୟ ବିଜେପି ଓ କଂଗ୍ରେସ ଠାରୁ ଜବାବ ମାଗିଛନ୍ତି ଇସି । ଏପ୍ରିଲ ୨୯ ଦିନ ୧୧ ସୁଦ୍ଧା ଏହି ଜବାବ ରଖିବାକୁ ପଡ଼ିବ । ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ଓ କଂଗ୍ରେସ […]

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦୀ ଓ ରାହୁଲ ଗାନ୍ଧୀଙ୍କ ଦ୍ବାରା ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ । ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ନେଇ ନିର୍ବାଚନ କମିଶନ ଗୁରୁବାର ବିଜେପି ଓ କଂଗ୍ରେସ ସଭାପତିଙ୍କୁ ନୋଟିସ ଜାରି କରିଛନ୍ତି । ଉଭୟ ବିଜେପି ଓ କଂଗ୍ରେସ ଠାରୁ ଜବାବ ମାଗିଛନ୍ତି ଇସି । ଏପ୍ରିଲ ୨୯ ଦିନ ୧୧ ସୁଦ୍ଧା ଏହି ଜବାବ ରଖିବାକୁ ପଡ଼ିବ । ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ଓ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଇସିଙ୍କ ପକ୍ଷରୁ ନୋଟିସ୍ ପଠାଯାଇଛି ।

ଆହୁରି ପଢ଼ନ୍ତୁ: କେଉଁଠି ଘର ନାହିଁ, କେଉଁଠି ଛାତ ନାହିଁ, କେଉଁଠି ଗଳି ନାହିଁ—ଯେଉଁଠି ଦେଖିବେ ସେଇଠି ପ୍ରକୃତିର କରାଳ ରୂପ !

ଉଭୟ କଂଗ୍ରେସ ଏବଂ ବିଜେପି ପରସ୍ପରର ନେତାମାନଙ୍କ ବିରୋଧରେ ନିର୍ବାଚନ ପ୍ରଚାର ସମୟରେ ଘୃଣା ଭାଷଣ ଦେବା ଓ ଧର୍ମ, ଜାତି, ସମ୍ପ୍ରଦାୟ ଏବଂ ଭାଷା ଆଧାରରେ ସମାଜକୁ ବିଭାଜନ କରୁଥିବା ଅଭିଯୋଗ କରିଥିଲେ। ଉଭୟ ଦଳ ଏନେଇ ପରସ୍ପର ବିରୋଧରେ ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହୋଇଥିଲେ ।

ଆହୁରି ପଢ଼ନ୍ତୁ: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଜଳବିଦ୍ୟୁତ୍ ପ୍ରକଳ୍ପ ଟନେଲରୁ ଜୀବନ୍ତ ଉଦ୍ଧାର ହେଲେ ଦୁଇ ଶ୍ରମିକ

ନିକଟରେ ରାଜସ୍ଥାନର ଏକ ନିର୍ବାଚନୀ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୃଣା ଭାଷଣ ଦେଇଥିବା ଅଭିଯୋଗ କରି କମିଶନଙ୍କ ନିକଟରେ ଫେରାଦ ହୋଇଥିଲା କଂଗ୍ରେସ। ଅନ୍ୟପକ୍ଷରେ ବିଜେପି ଅଭିଯୋଗ କରିଥିଲା ଯେ ରାହୁଲ ଗାନ୍ଧୀ ଦେଶରେ ଗରିବଙ୍କ ସଂଖ୍ୟା ବଢ଼ିଛି ବୋଲି ମିଛ ଦାବି କରୁଛନ୍ତି।

ଆହୁରି ପଢ଼ନ୍ତୁ: ସାଉଦି ଆରବ ଉପରେ ହୁଥି ବିଦ୍ରୋହୀଙ୍କ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର