ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୮ ଜୀବନ୍ତ ଦଗ୍ଧ

The Sakala Picture
Published On

ତାମିଲନାଡୁ: ତାମିଲନାଡୁର ଶିବକାଶୀ ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା। ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟି ୮ ଜଣଙ୍କ ମୃତ୍ଯୁ ଘଟିଥିବା ବେଳେ ୧୨ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ବାଣ କାରଖାନାରେ ବିସ୍ଫୋରଣ ଯୋଗୁ ୮ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ସେହିପରି ୧୨ ଜଣ ଗୁରୁତର ଅଛନ୍ତି। ସେମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସମସ୍ତ ମୃତକ ଏହି […]

ତାମିଲନାଡୁ: ତାମିଲନାଡୁର ଶିବକାଶୀ ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା। ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟି ୮ ଜଣଙ୍କ ମୃତ୍ଯୁ ଘଟିଥିବା ବେଳେ ୧୨ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ନେପାଳକୁ ପ୍ରତି ବିପଦର ଆଗୁଆ ସୂଚନା ଦେବ ଚୀନ୍!

ସୂଚନା ଅନୁଯାୟୀ, ବାଣ କାରଖାନାରେ ବିସ୍ଫୋରଣ ଯୋଗୁ ୮ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ସେହିପରି ୧୨ ଜଣ ଗୁରୁତର ଅଛନ୍ତି। ସେମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସମସ୍ତ ମୃତକ ଏହି ବାଣ କାରଖାନାରେ କାମ କରୁଥିଲେ। ବିସ୍ଫୋରଣ ପରେ ପୂରା କାରଖାନାରେ ନିଆଁ ଲାଗି ଯାଇଥିଲା। ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛି। ତେବେ କେଉଁ କାରଣ ଯୋଗୁ କାରଖାନାରେ ବିସ୍ଫୋରଣ ହୋଇଛି ସେ ନେଇ ସୂଚନା ମିଳିନାହିଁ।

ଆହୁରି ପଢ଼ନ୍ତୁ: ପ୍ରତିରକ୍ଷା ବାହିନୀ ପାଇଁ ୧.୧୦ ଲକ୍ଷ କୋଟି ଟଙ୍କାର ଅସ୍ତ୍ରଶସ୍ତ୍ର ଓ ଉପକରଣ କ୍ରୟ ପ୍ରସ୍ତାବକୁ DACର ମଞ୍ଜୁରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର