ଜଙ୍ଗଲ ନିଆଁ ଲିଭାଇବାକୁ ଯାଇ ଜୀବନ୍ତ ଜଳିଗଲେ ୪ ବନ କର୍ମଚାରୀ

The Sakala Picture
Published On

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ଆଲମୋରା ଜିଲ୍ଲାର ବିନସାର ଜଙ୍ଗଲରେ ଅଭାବନୀୟ ଘଟଣା ଘଟିଛି। ଜଙ୍ଗଲ ନିଆଁକୁ ଲିଭାଇବାକୁ ଯାଇ ୪ ବନ କର୍ମଚାରୀ ଜୀବନ୍ତ ଜଳି ଯାଇଥିବା ବେଳେ ଆଉ ୪ ଜଣ ଗୁରୁତର ହୋଇଛନ୍ତି। ଗତକାଲି ଅପରାହ୍ନରେ ଏହି ଅଘଟଣ ଘଟିଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଜଙ୍ଗଲରେ ନିଆଁ ଲାଗିଥିବା ସୂଚନା ପାଇ ଏକ ୮ ଜଣିଆ ବନ କର୍ମଚାରୀ ଦଳକୁ ଘଟଣାସ୍ଥଳକୁ ପଠାଯାଇଥିଲା। ସେମାନେ ଘଟଣାସ୍ଥଳରେ ପହଞ୍ଚିବା ପରେ ପ୍ରବଳ ପବନ ଯୋଗୁ ନିଆଁ ଝାସ […]

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ଆଲମୋରା ଜିଲ୍ଲାର ବିନସାର ଜଙ୍ଗଲରେ ଅଭାବନୀୟ ଘଟଣା ଘଟିଛି। ଜଙ୍ଗଲ ନିଆଁକୁ ଲିଭାଇବାକୁ ଯାଇ ୪ ବନ କର୍ମଚାରୀ ଜୀବନ୍ତ ଜଳି ଯାଇଥିବା ବେଳେ ଆଉ ୪ ଜଣ ଗୁରୁତର ହୋଇଛନ୍ତି। ଗତକାଲି ଅପରାହ୍ନରେ ଏହି ଅଘଟଣ ଘଟିଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଇରାନ ବିରୋଧରେ ଯୁଦ୍ଧ ମଇଦାନକୁ ଓହ୍ଲାଇଲା ଇସ୍ରାଏଲର ନୌସେନା, ଭୂମଧ୍ୟସାଗରରୁ ମାଡ଼ ହେଉଛି ମିସାଇଲ

ସୂଚନା ଅନୁଯାୟୀ, ଜଙ୍ଗଲରେ ନିଆଁ ଲାଗିଥିବା ସୂଚନା ପାଇ ଏକ ୮ ଜଣିଆ ବନ କର୍ମଚାରୀ ଦଳକୁ ଘଟଣାସ୍ଥଳକୁ ପଠାଯାଇଥିଲା। ସେମାନେ ଘଟଣାସ୍ଥଳରେ ପହଞ୍ଚିବା ପରେ ପ୍ରବଳ ପବନ ଯୋଗୁ ନିଆଁ ଝାସ ଆସି ସେମାନଙ୍କୁ କବଳିତ କରିଥିଲା। ଫଳରେ ସେମାନଙ୍କ ମଧ୍ୟରୁ ଘଟଣାସ୍ଥଳରେ ୪ ଜଣଙ୍କର ଜଳି ଯାଇ ମୃତ୍ୟୁ ହୋଇଥିବା ବେଳେ ଆଉ ୪ ଜଣ ଗୁରୁତର ହୋଇଛନ୍ତି। ତୁରନ୍ତ ସେମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି। ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ଧାମୀ ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ ଗୁରୁତରଙ୍କ ଉନ୍ନତ ଚିକିତ୍ସା ସମସ୍ତ ବନ୍ଦୋବସ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଜରୁରୀକାଳୀନ ଅବତରଣ ବେଳେ ରନୱେରେ ବିସ୍ଫୋରଣ: ଆମେରିକୀୟ ବ୍ୟବସାୟିକ ଜେଟ୍ ଦୁର୍ଘଟଣାରେ ୨ ମୃତ

14 Jun 2024 By The Sakala

ଜଙ୍ଗଲ ନିଆଁ ଲିଭାଇବାକୁ ଯାଇ ଜୀବନ୍ତ ଜଳିଗଲେ ୪ ବନ କର୍ମଚାରୀ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ଆଲମୋରା ଜିଲ୍ଲାର ବିନସାର ଜଙ୍ଗଲରେ ଅଭାବନୀୟ ଘଟଣା ଘଟିଛି। ଜଙ୍ଗଲ ନିଆଁକୁ ଲିଭାଇବାକୁ ଯାଇ ୪ ବନ କର୍ମଚାରୀ ଜୀବନ୍ତ ଜଳି ଯାଇଥିବା ବେଳେ ଆଉ ୪ ଜଣ ଗୁରୁତର ହୋଇଛନ୍ତି। ଗତକାଲି ଅପରାହ୍ନରେ ଏହି ଅଘଟଣ ଘଟିଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ଜଙ୍ଗଲରେ ନିଆଁ ଲାଗିଥିବା ସୂଚନା ପାଇ ଏକ ୮ ଜଣିଆ ବନ କର୍ମଚାରୀ ଦଳକୁ ଘଟଣାସ୍ଥଳକୁ ପଠାଯାଇଥିଲା। ସେମାନେ ଘଟଣାସ୍ଥଳରେ ପହଞ୍ଚିବା ପରେ ପ୍ରବଳ ପବନ ଯୋଗୁ ନିଆଁ ଝାସ ଆସି ସେମାନଙ୍କୁ କବଳିତ କରିଥିଲା। ଫଳରେ ସେମାନଙ୍କ ମଧ୍ୟରୁ ଘଟଣାସ୍ଥଳରେ ୪ ଜଣଙ୍କର ଜଳି ଯାଇ ମୃତ୍ୟୁ ହୋଇଥିବା ବେଳେ ଆଉ ୪ ଜଣ ଗୁରୁତର ହୋଇଛନ୍ତି। ତୁରନ୍ତ ସେମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି। ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ଧାମୀ ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ ଗୁରୁତରଙ୍କ ଉନ୍ନତ ଚିକିତ୍ସା ସମସ୍ତ ବନ୍ଦୋବସ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର