ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ମିଳିଲା ଜାମିନ, କାଲି ଜେଲ୍‌ରୁ ମୁକୁଳିବେ

The Sakala Picture
Published On

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଜାମିନ୍। ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ କୋର୍ଟ ଦେଲେ ଜାମିନ୍ । ୧ ଲକ୍ଷ ଟଙ୍କାର ମୁଚାଲିକାରେ ମିଳିଲା ବେଲ୍ । ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିଲେ ଅରବିନ୍ଦ କେଜ୍ରିଓ୍ବାଲ । ଚଳିତ ବର୍ଷ ମାର୍ଚ୍ଚ ୨୧ରେ ଗିରଫ ହୋଇଥିବା କେଜ୍ରିୱାଲଙ୍କୁ ମେ’ ୩୦ରେ ସୁପ୍ରିମକୋର୍ଟ ୨୧ ଦିନ ପାଇଁ ଜାମିନ ଦେଇଥିଲେ। ଜୁନ ୨ରେ ସେ ଲୋକସଭା ନିର୍ବାଚନ ସାରି ପୁଣି ତିହାର ଜେଲକୁ ଫେରିଥିଲେ। ହେଲେ […]

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଜାମିନ୍। ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ କୋର୍ଟ ଦେଲେ ଜାମିନ୍ । ୧ ଲକ୍ଷ ଟଙ୍କାର ମୁଚାଲିକାରେ ମିଳିଲା ବେଲ୍ । ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିଲେ ଅରବିନ୍ଦ କେଜ୍ରିଓ୍ବାଲ । ଚଳିତ ବର୍ଷ ମାର୍ଚ୍ଚ ୨୧ରେ ଗିରଫ ହୋଇଥିବା କେଜ୍ରିୱାଲଙ୍କୁ ମେ’ ୩୦ରେ ସୁପ୍ରିମକୋର୍ଟ ୨୧ ଦିନ ପାଇଁ ଜାମିନ ଦେଇଥିଲେ। ଜୁନ ୨ରେ ସେ ଲୋକସଭା ନିର୍ବାଚନ ସାରି ପୁଣି ତିହାର ଜେଲକୁ ଫେରିଥିଲେ। ହେଲେ ଆଜି ତାଙ୍କୁ ଦିଲ୍ଲୀର ରାଉଜ ଆଭିନ୍ୟୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। କେଜ୍ରିୱାଲଙ୍କୁ ଜାମିନ ମିଳିବା ପରେ ଆମ୍ ଆଦମୀ ପାର୍ଟି ନେତାଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି।

ଆହୁରି ପଢ଼ନ୍ତୁ: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଜଳବିଦ୍ୟୁତ୍ ପ୍ରକଳ୍ପ ଟନେଲରୁ ଜୀବନ୍ତ ଉଦ୍ଧାର ହେଲେ ଦୁଇ ଶ୍ରମିକ

ଜାମିନ ବିରୋଧରେ ଇଡି ଜୋରଦାର ଯୁକ୍ତି ଉପସ୍ଥାପନ କରିଥିଲା। ଜାମିନ ନିର୍ଦ୍ଦେଶ ଉପରେ ୪୮ ଘଣ୍ଟାର ରୋକ ଲଗାଇବାକୁ ମଧ୍ୟ ତଦନ୍ତକାରୀ ସଂସ୍ଥା କହିଥିଲା। ହେଲେ କୋର୍ଟ ଏହାକୁ ଅଗ୍ରାହ୍ୟ କରି ଦେଇଛନ୍ତି।

ଆହୁରି ପଢ଼ନ୍ତୁ: କେନ୍ଦ୍ର ସରକାରଙ୍କୁ ସୋନମ ୱାଙ୍ଗଚୁକଙ୍କ ଅଲ୍ଟିମେଟମ୍: 'ଲଦାଖ ବିଲ୍' ପାଇଁ ଦେଲେ ଏକ ବର୍ଷର ମହଲତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର