କେଜ୍ରିୱାଲଙ୍କୁ ବଡ଼ ଝଟକା: ଜାମିନକୁ ସାମୟିକ ସ୍ଥଗିତ ରଖିଲେ ଦିଲ୍ଲୀ ହାଇକୋର୍ଟ

The Sakala Picture
Published On

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଦିଲ୍ଲୀ ହାଇକୋର୍ଟରୁ ବଡ଼ ଝଟକା ଲାଗିଛି। ବର୍ତ୍ତମାନ ହାଇକୋର୍ଟ କେଜ୍ରିୱାଲଙ୍କ ଜାମିନ ଉପରେ ସାମୟିକ ରୋକ ଲଗାଇଛନ୍ତି। ଶୁଣାଣି ଶେଷ ହେବା ପର୍ଯ୍ୟନ୍ତ ଜାମିନ ସ୍ଥଗିତ ରହିବ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ଗତକାଲି ଦିଲ୍ଲୀର ମଦ ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ରାଉଜ ଆଭେନ୍ୟୁ କୋର୍ଟ କେଜ୍ରିୱାଲଙ୍କୁ ନିୟମିତ ଜାମିନ ପ୍ରଦାନ କରିଥିଲେ। କିନ୍ତୁ ଆଜି କେଜ୍ରିୱାଲଙ୍କ ଜାମିନକୁ ବିରୋଧ କରି ଇଡି ହାଇକୋର୍ଟରେ ପହଞ୍ଚିଛି। […]

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଦିଲ୍ଲୀ ହାଇକୋର୍ଟରୁ ବଡ଼ ଝଟକା ଲାଗିଛି। ବର୍ତ୍ତମାନ ହାଇକୋର୍ଟ କେଜ୍ରିୱାଲଙ୍କ ଜାମିନ ଉପରେ ସାମୟିକ ରୋକ ଲଗାଇଛନ୍ତି। ଶୁଣାଣି ଶେଷ ହେବା ପର୍ଯ୍ୟନ୍ତ ଜାମିନ ସ୍ଥଗିତ ରହିବ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ଗତକାଲି ଦିଲ୍ଲୀର ମଦ ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ରାଉଜ ଆଭେନ୍ୟୁ କୋର୍ଟ କେଜ୍ରିୱାଲଙ୍କୁ ନିୟମିତ ଜାମିନ ପ୍ରଦାନ କରିଥିଲେ। କିନ୍ତୁ ଆଜି କେଜ୍ରିୱାଲଙ୍କ ଜାମିନକୁ ବିରୋଧ କରି ଇଡି ହାଇକୋର୍ଟରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ: ଇରାନ ସହ ଯୁଦ୍ଧ ପ୍ରସ୍ତୁତି: ୨୦୨୭ ଯାଏଁ ମଧ୍ୟପ୍ରାଚ୍ୟରେ ମୁତୟନ ରହିବେ ଆମେରିକୀୟ ସେନା

ଦିଲ୍ଲୀ ହାଇକୋର୍ଟରେ କେଜ୍ରିୱାଲଙ୍କ ଜାମିନକୁ ଏନଫୋର୍ସମେଣ୍ଟ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ବିରୋଧ କରିଛି। ତୁରନ୍ତ ଶୁଣାଣି କରିବାକୁ ହାଇକୋର୍ଟଙ୍କୁ ଇଡି ଦାବି କରିଛି। ହାଇକୋର୍ଟ ଇଡି ଆବେଦନକୁ ଗ୍ରହଣ କରିଛନ୍ତି। ଇଡି ଏହାର ଆବେଦନରେ କହିଛି, ତଦନ୍ତର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତରେ କେଜ୍‌ରିଓ୍ବାଲଙ୍କୁ ଜାମିନ ମିଳିବା ତଦନ୍ତ ଉପରେ ପ୍ରଭାବ ପକାଇବ କାରଣ କେଜ୍‌ରିଓ୍ବାଲ ଏକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅଛନ୍ତି।

ଆହୁରି ପଢ଼ନ୍ତୁ: କେନ୍ଦ୍ର ସରକାରଙ୍କୁ ସୋନମ ୱାଙ୍ଗଚୁକଙ୍କ ଅଲ୍ଟିମେଟମ୍: 'ଲଦାଖ ବିଲ୍' ପାଇଁ ଦେଲେ ଏକ ବର୍ଷର ମହଲତ

ମଦ ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଇଡି ମାର୍ଚ୍ଚ ୨୧ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିଥିଲା। କେଜ୍ରିୱାଲ ଆଜି ତିହାର ଜେଲରୁ ବାହାରକୁ ଆସିବା କଥା ଥିଲା କିନ୍ତୁ ଏହା ପୂର୍ବରୁ ଇଡି ହାଇକୋର୍ଟରେ ପହଞ୍ଚି ଜାମନକୁ ବିରୋଧ କଲା। ଏହାରି ମଧ୍ୟରେ ବିଚାରପତି ସୁଧୀର ଜୈନ କହିଥିଲେ, ଯେଉଁ ପର୍ଯ୍ୟନ୍ତ ହାଇକୋର୍ଟରେ ଏହି ମାମଲାର ଶୁଣାଣି ଚାଲିଛି, ସେ ପର୍ୟ୍ୟନ୍ତ ନିମ୍ନ ଅଦାଲତର ଆଦେଶ ପ୍ରଭାବୀ ହେବ ନାହିଁ।

ଆହୁରି ପଢ଼ନ୍ତୁ: ମଧ୍ୟପ୍ରାଚ୍ୟରେ ଆମେରିକାର ମିତ୍ର ରାଷ୍ଟ୍ର ଉପରେ ଇରାନର ଆକ୍ରମଣ: ବ୍ୟବହାର ହେଉଛି ଏହିସବୁ ବିପଜ୍ଜନକ ମାରଣାସ୍ତ୍ର

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର